No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୨୧ଏପ୍ରିଲ,ଗୁରୁବାର ) ଭୁବନେଶ୍ୱର :- ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଆଜି ସକାଳେ ସ୍ଥାନୀୟ କ୍ୟାପିଟାଲ ହସ୍ପିଟାଲ ଛକ ସ୍ଥିତ ଡଃ ତ୍ରିପାଠୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ସମ୍ମାନିତ ଅତିଥି ଭାବେ ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝି, ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ.ଲେନିନ୍ ମହାନ୍ତି ପ୍ରମୁଖ ଯୋଗଦେଇ ଡଃ ତ୍ରିପାଠୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶନୀ, ବିଭାଗର ଅନ୍ୟ ପଦାଧିକାରୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅନୁ ସଚିବ ଶ୍ରୀ ଲକ୍ଷ୍ମୀଧର ବେହେରା, ଶବରୀ ସାଂସ୍କୃତିକ ପରିଷଦ,ଭୁବନେଶ୍ୱରର ପ୍ରତିଷ୍ଠାତା ଶ୍ରୀ ଗୋଦାବରୀଶ ମହାପାତ୍ର, ସଦସ୍ୟ ଶ୍ରୀ ଗୌରଚନ୍ଦ୍ର ତ୍ରିପାଠୀ, ସୁବାସ ଚନ୍ଦ୍ର ହୋତା, ନୀଳମାଧବ ଦାଶ ଏବଂ ଅନ୍ୟ ନିମନ୍ତ୍ରିତ ଅତିଥି, ସହରର ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣ ଯୋଗଦେଇ ସ୍ୱର୍ଗତ ତ୍ରିପାଠୀଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ

No Result
View All Result