• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଆଦିବାସୀ ମେଳା ଉଦଘାଟିତ ଜନଜାତି ହାଟ : ଜନଜାତି କଳା ପ୍ରଦର୍ଶନୀ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 24, 2022
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ରାଜନୀତି, ହୋମ୍
0
ରାଜ୍ୟସ୍ତରୀୟ ଆଦିବାସୀ ମେଳା ଉଦଘାଟିତ ଜନଜାତି ହାଟ : ଜନଜାତି କଳା ପ୍ରଦର୍ଶନୀ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଆଦିବାସୀ ମେଳା ହେଉଛି ଆଦିବାସୀ ସଂସ୍କୃତିକୁ ଭଲ ପାଇବାର ଏକ ମହାନ୍‌ ପରମ୍ପରା : ମୁଖ୍ୟମନ୍ତ୍ରୀ ଜନଜାତି ମାନଙ୍କ ଅର୍ଥନୀତିକୁ ଦୃଢ଼ କରିବା ପାଇଁ ଆଦିବାସୀ ମେଳା ଏକ ଭଲ ପ୍ଲାଟଫର୍ମ

ଓଡ଼ିଶା ତାଜା ନ୍ୟୁଜ୍ /୨୩ ଏପ୍ରିଲ ଶନିବାର /ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ସ୍ତରୀୟ ଆଦିବାସୀ ମେଳା ଉଦ୍‌ଘାଟନ କରିଛନ୍ତି । ଏହା ସହିତ ଜନଜାତି ହାଟ ଓ ଜନଜାତି କଳା ପ୍ରଦର୍ଶନୀକୁ ମଧ୍ୟ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଦିବାସୀ ମେଳା ଏବେ କେବଳ ଗୋଟିଏ ମେଳା ହୋଇ ରହି ନାହିଁ, ଏହା ଏକ ପରମ୍ପରା ହୋଇଯାଇଛି । ଆମ ଆଦିବାସୀ ସଂସ୍କୃତିକୁ ଭଲ ପାଇବାର ଓ ଅନୁଭବ କରିବାର ଏହା ଏକ ମହାନ ପରମ୍ପରା ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥଲେ ଯେ, ଆମର ଆଦିବାସୀ ଭାଇଭଉଣୀମାନେ ଯେଉଁ ଜିନିଷ ଉତ୍ପାଦନ କରନ୍ତି, ତା ପାଇଁ ଏହି ମେଳାରେ ଏକ ଭଲ ମାର୍କେଟ ମଧ୍ୟ ସୃଷ୍ଟି ହୋଇଥାଏ ା ଜନଜାତିମାନଙ୍କର ଅର୍ଥନୀତିକୁ ସୁଦୃଢ କରିବା ପାଇଁ ଏହା ଏକ ଭଲ ପ୍ଲାଟଫର୍ମ ବୋଲି ମତ ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ମୋର ଦୃଢ ବିଶ୍ୱାସ, ଏ ବର୍ଷ ଆମର ଜନଜାତିମାନଙ୍କ ଉତ୍ପାଦିତ ଜିନିଷଗୁଡିକ ବହୁତ ଭଲ ବ୍ୟବସାୟ କରିବ’ । ଜନଜାତି ଭାଇଭଉଣୀମାନଙ୍କ କଲ୍ୟାଣ ଓ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ । କରୋନା ପାଇଁ ଦୁଇ ବର୍ଷ ପରେ ଆଜି ଆଦିବାସୀ ମେଳା ଆରମ୍ଭ ହୋଇ ଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ କରୋନା ମହାମାରୀ ଯୋଗୁଁ ଦୁଇ ବର୍ଷ ଧରି ଏହି ମେଳା ହୋଇପାରି ନ ଥିଲା ।

ଖୁସିର କଥା, ଆପଣମାନଙ୍କ ସମସ୍ତଙ୍କ ସହଯୋଗରେ ମହାମାରୀର ପ୍ରଭାବ କମିଛି । ସାଧାରଣ ଜୀବନଯାତ୍ରା ଆରମ୍ଭ ହୋଇଛି । ତେବେ ଆମ ସମସ୍ତଙ୍କୁ ସାବଧାନ ରହିବାକୁ ହେବ ବୋଲି ସେ ସତର୍କ କରାଇ ଦେଇଥିଲେ । ଆଜିର ଉଦ୍‌ଘାଟନୀ ସମାରୋହରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗଦେଇ କହିଲେ ଯେ ଜନଜାତି ଭାଇଭଉଣୀଙ୍କୁ ସାଂସ୍କୃତିକ ତଥା ସାମାଜିକ ଭାବଧାରାରେ ସଂପୃକ୍ତ କରିବାର ଆଭିମୁଖ୍ୟ ନେଇ ଏପରି ମେଳା ଆୟୋଜିତ ହୋଇଛି । ଜନଜାତିଙ୍କ କଳା ଓ କାରିଗରୀ ତଥା ସୃଜନଶୀଳ ରୁଚିର ପ୍ରସାର ଏବଂ ସଂରକ୍ଷଣରେ ଏହି ମେଳା ଯଥେଷ୍ଟ ସହାୟକ ହେବ ।

ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଂଜନା ଚୋପ୍ରା, ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର ଡ. ଅଖିଳ ବିହାରୀ ଓତା, ବିଭାଗୀୟ ନିର୍ଦ୍ଦେଶକ ଗୁହା ପୁନମ ତାପସ କୁମାର ଉପସ୍ଥିତ ରହି ଆଦିବାସୀ ମେଳା ଓ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ସଂପର୍କରେ ବକ୍ତବ୍ୟ ରଖିଥିଲେ । ଅତିଥିମାନଙ୍କ କରକମଳରେ ଆଦିବାସୀ ଜର୍ଣ୍ଣାଲ, ବାଇଗା ଓ କୋଲି ଟ୍ରାଇବ ଉପରେ ଆଧାରିତ ଫୋଟୋ ହ୍ୟାଣ୍ଡବୁକସ୍‌, ଏସ୍‌ଟି ପପୁଲେସନ୍‌ ଆନାଲିସିସ୍‌ ଏବଂ ଏସ୍‌ସି ପପୁଲେସନ୍‌ ଆନାଲିସିସ୍‌ ଉନ୍ମୋଚିତ ହୋଇଥିଲା ।

ଚଳିତ ବର୍ଷ ଆଦିବାସୀ ମେଳା ଓ ଜାତୀୟ କଳା ଓ କଳାସାମଗ୍ରୀ ପ୍ରଦର୍ଶନୀ ନିମନ୍ତେ ମୋଟ ୧୮୭ଟି ଷ୍ଟଲ ନିର୍ମାଣ କରାଯାଇଛି । ଆଦିବାସୀ ହାଟରେ ବିିଭିନ୍ନ ଆଦିବାସୀ ଓ ଜଙ୍ଗଲଜାତ ସାମଗ୍ରୀର ବିକି୍ରବଟାର ବ୍ୟବସ୍ଥା ହୋଇଛି । ଏଠାରେ ୧୦୪ଟି ଷ୍ଟଲ ରହିଛି । ଏଠାରେ ଆଇଟିଡ଼ିଏ ଓ ମାଇକ୍ରୋ ପ୍ରୋଜେକଫ ଅଞ୍ଚଳର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଓ ଉତ୍ପାଦିତ ସାମଗ୍ରୀ ବିକ୍ରୟ କରୁଛନ୍ତି । ଆଇଟିଡିଏ ଦ୍ୱାରା ୪୪ଟି ଷ୍ଟଲରେ ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନେ ସେମାନଙ୍କର ଉତ୍ପାଦିତ ଓ ସଂଗୃହୀତ ଦ୍ରବ୍ୟ ବିକ୍ରୟ କରିବେ ।

୧୭ଟି ଷ୍ଟଲ ଅଣୁପ୍ରକଳ୍ପ ଅଧୀନସ୍ଥ ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କୁ ଆବଣ୍ଟନ କରାଯାଇଛି । ଜାତୀୟ ଜନଜାତି ଆଦିବାସୀ ଚିତ୍ରକଳା ଓ କଳାସାମଗ୍ରୀ, ହସ୍ତଶିଳ୍ପ ସାମଗ୍ରୀର ବିକ୍ରୟ ପାଇଁ ସ୍ୱତନ୍ତ୍ର ୮୪ଟି ଷ୍ଟଲ କରାଯାଇଛି । ଏଥିରେ ଓଡ଼ିଶା ସମେତ ୧୮ଟି ରାଜ୍ୟର ଆଦିବାସୀ କାରିଗରମାନେ ତାଙ୍କ କଳାସାମଗ୍ରୀ ପ୍ରଦର୍ଶନ କରୁଛନ୍ତି । ଅନ୍ୟାନ୍ୟ ଷ୍ଟଲ ମଧ୍ୟରେ ମିଶନ ଶକ୍ତିର ୨୧ଟି, ଓର୍‌ମାସ୍‌ର ୧୫ଟି ଏବଂ ଟିଡିସିସିର ୨ଟି ଷ୍ଟଲରେ ଜନଜାତି ସାମଗ୍ରୀର ଭରପୂର ସମ୍ଭାର ବିକ୍ରୟ ପାଇଁ ଗଚ୍ଛିତ ରହିଛି । ସୂଚନା ଓ ଲୋକସଂପର୍କ ବିଭାଗର ଗୋଟିଏ ଷ୍ଟଲ୍‌ରେ ଓଡ଼ିଶା ସରକାରଙ୍କ ଜନଜାତି ବିକାଶ କାର୍ଯ୍ୟକ୍ରମ ସହିତ ଜନଜାତିଙ୍କ ଜୀବନଶୈଳୀ ଓ ସଂସ୍କୃତିର ଫଟୋଚିତ୍ର ସୁନ୍ଦର ଓ ଚିତ୍ତାକର୍ଷକ ଭାବେ ସ୍ଥାନୀତ ହୋଇଛି ।

ପ୍ରତିବର୍ଷ ଆଦିବାସୀ ମେଳାକୁ ରାଜ୍ୟ ତଥା ବାହାରୁ ୮ରୁ ୧୦ ଲକ୍ଷ ଦର୍ଶକ ଆସିଥାନ୍ତି । ଏହି ମେଳାରେ ୫ରୁ ୬ କୋଟି ଟଙ୍କାର ବ୍ୟବସାୟ ହୋଇଥାଏ । ଲୋକମାନେ ଏହି ମେଳାରୁ ବର୍ଷକ ପାଇଁ ହଳଦୀ, ମାଣ୍ଡିଆ, ମୁଗ, ବିରି, ମକା, ବାସନାଚାଉଳ, ମହୁ, ଝୁଣା, ଝାଡ଼ୁ, ପାଳୁଅ ଆଦି ଆଦିବାସୀ ତଥା ଜଙ୍ଗଲଜାତ ଦ୍ରବ୍ୟ କ୍ରୟ କରିଥାନ୍ତି । ମେଳାରେ ସନ୍ଧ୍ୟା ୬.୩୦ରୁ ରାତି ୮.୩୦ ପର୍ଯ୍ୟନ୍ତ ବିଭିନ୍ନ ଜନଜାତି ନୃତ୍ୟ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଛି । ମେଳାରେ ସୁରକ୍ଷା ଦୃଷ୍ଟିକୋଣରୁ ବ୍ୟାପକ ପୋଲିସ ମୁତୟନ କରାଯିବା ସହିତ ବେସରକାରୀ ସୁରକ୍ଷା ସଂସ୍ଥାକୁ ମଧ୍ୟ ନିୟୋଜନ କରାଯାଇଛି ।

ମେଳା ପରିସରର ବିଭିନ୍ନ କୋଣରେ ଏକାଧିକ କ୍ଲୋଜ ସର୍କିଟ୍‌ କ୍ୟାମେରା ଲଗାଯାଇଛି ଏବଂ ଏହାର ମନିଟର୍‌ ପୋଲିସ କଣ୍ଟ୍ରୋଲ ରୁମ୍‌ ଓ ମୁଖ୍ୟ କଣ୍ଟ୍ରୋଲ ରୁମ୍‌ରେ ରହିଛି । କରୋନା ସତର୍କତା ପାଇଁ ବିଭିନ୍ନ ସ୍ଥାନରେ ସଚେତନତା ବାର୍ତ୍ତା ଲଗାଯାଇଛି । ନିରାପତ୍ତା ଦୃଷ୍ଟିକୋଣରୁ ମୁଖ୍ୟ କଣ୍ଟ୍ରୋଲ ରୁମ୍‌, ଆଶୁଚିକିତ୍ସା କେନ୍ଦ୍ର, ଅସ୍ଥାୟୀ ଦମକଳ କେନ୍ଦ୍ର, ଅସ୍ଥାୟୀ ଜନସ୍ୱାସ୍ଥ୍ୟ ଓ ବିଦୁ୍ୟତ ନିୟନ୍ତ୍ରଣ କେନ୍ଦ୍ର ମଧ୍ୟ ଖୋଲାଯାଇଛି । ଆବଶ୍ୟକ ପରିମାଣରେ ଅଗ୍ନିନିର୍ବପକ ଯନ୍ତ୍ର ପ୍ରତ୍ୟେକ ପ୍ରଭାଗରେ ମହଜୁଦ ଅଛି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଆଦିବାସୀ ମେଳା ଅପ୍ରେଲ ୨୩ରୁ ମଇ ୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୦ ଦିନ ଧରି ଚାଲିବ ା ପ୍ରତ୍ୟହ ଅପରାହ@ ୩.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଆଦିବାସୀ ମେଳା ଖୋଲା ରହିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version