• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ପର୍ଯ୍ୟଟନ ପରିଚାଳନା ଅଧିକ ଫଳଦାୟୀ : ଅସିତ୍ ତ୍ରିପାଠୀ

Proprietor Abhimanyu Maharana by Proprietor Abhimanyu Maharana
April 27, 2022
in ଓଡ଼ିଶା, ମହାନଗର, ହୋମ୍
0
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ପର୍ଯ୍ୟଟନ ପରିଚାଳନା ଅଧିକ ଫଳଦାୟୀ : ଅସିତ୍ ତ୍ରିପାଠୀ
Share on FacebookShare on TwitterWhatsapp

ପଶ୍ଚିମ ଓଡିଶା ପରିଷଦ ଅଧ୍ୟକ୍ଷଙ୍କ ବଲାଙ୍ଗିର ଗସ୍ତ । ମହିଳାମାନଙ୍କ ଦ୍ୱାରା ପରିଚାଳିତ ପାନ୍ଥଶାଳା ପରିଦର୍ଶନ 

ଓଡ଼ିଶା ତାଜା ନ୍ୟୁଜ୍ /୨୭ ଏପ୍ରିଲ ବୁଧବାର / ଭୁବନେଶ୍ୱର / ବଲାଙ୍ଗୀର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ ଦୁଇଦିନିଆ ବଲାଙ୍ଗିର ଗସ୍ତକ୍ରମରେ ପଶ୍ଚିମ ଓଡିଶାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ହରିଶଙ୍କର ପୀଠ ଯାଇ ମିଶନଶକ୍ତି ଦ୍ୱାରା ପରିଚାଳିତ ପାନ୍ଥଶାଳା ଓ ସେଠାରେ ରହିଥିବା ବ୍ୟବସ୍ଥା ସଂପର୍କରେ ବ୍ଲକସ୍ତରୀୟ ସ୍ୱୟଂ ସହାୟିକା ଗୋଷ୍ଠୀ ମହାସଂଘର କର୍ମକର୍ତ୍ତାମାନଙ୍କ ସହିତ ଆଲୋଚନା କରିଥିଲେ । ବ୍ୟବସ୍ଥା ସଂପର୍କରେ ଅନୁଧ୍ୟାନ କରି ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, ପାନ୍ଥଶାଳାରେ ନିୟୋଜିତ ମହିଳା ସ୍ୱୟଂସହାୟିକା ସଦସ୍ୟାମାନେ ତାଲିମ ପ୍ରାପ୍ତ ।

ସେମାନଙ୍କର ଆତିଥ୍ୟ ମଧ୍ୟ ଉତ୍ତମ । ସ୍ଥାନୀୟ ବ୍ଲକ ପ୍ରଶାସନ ତରଫରୁ ଏହି ପାନ୍ଥନିବାସର ପରିଚାଳନା ପାଇଁ ଆବଶ୍ୟକୀୟ ଭିତ୍ତିଭୂମି ଓ ସରଞ୍ଜାମ ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି । ସ୍ଥାନୀୟ ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାମାନଙ୍କୁ ଏହି ପରିଚାଳନା ଦାୟିତ୍ୱ ଦିଆଯାଇଥିବାରୁ ଏହା ସେମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ ଓ ସଶକ୍ତ କରିବାରେ ସହାୟକ ହେବ ବୋଲି ପଶ୍ଚିମ ଓଡିଶା ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ଆଶା ପ୍ରକାଶ କରିଛନ୍ତି । ହରିଶଙ୍କର ପର୍ଯ୍ୟଟନ ଦୃଷ୍ଟିରୁ ଓଡିଶାର ଏକ ପ୍ରସିଦ୍ଧ, ମନୋରମ ଏବଂ ଆକର୍ଷଣୀୟ ସ୍ଥଳ । ବର୍ଷର ଅଧିକାଂଶ ସମୟରେ ଏଠାକୁ ବହୁ ସଂଖ୍ୟାରେ ଭକ୍ତ, ପର୍ଯ୍ୟଟକ, ପ୍ରକୃତିପ୍ରେମୀ ଓ ବଣଭୋଜି ପାଇଁ ଲୋକମାନେ ଆସିଥା’ନ୍ତି । ପାନ୍ଥଶାଳାରେ ରହିଥିବା ସୁବିଧା ସେମାନଙ୍କ ଆବଶ୍ୟକତା ପୂରଣ କରିବାରେ ସହାୟକ ହେଉଛି ।

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କ ଦ୍ୱାରା ପରିଚାଳିତ ଏହି ପାନ୍ଥଶାଳାର ପରିଚାଳନା ପ୍ରକୃତରେ ପର୍ଯ୍ୟଟନ, ପର୍ଯ୍ୟଟକ ଓ ମହିଳା ସଶକ୍ତିକରଣ ପାଇଁ ଏକ ସୁବ୍ୟବସ୍ଥିତ ଓ ସନ୍ତୋଷଜନକ ବ୍ୟବସ୍ଥା ବୋଲି ଶ୍ରୀ ତ୍ରିପାଠୀ କହିଥିଲେ। ଏହି ପରିପ୍ରେକ୍ଷୀରେ ଶ୍ରୀ ତ୍ରିପାଠୀ ଆହୁରି ମଧ୍ୟ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ସ୍ୱୟଂ ସହାୟିକା ଗୋଷ୍ଠୀ ଜରିଆରେ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଆସୁଛନ୍ତି । ସେମାନେ ଅଙ୍ଗନବାଡିରେ ଛତୁଆ ବଣ୍ଟନଠାରୁ ଆରମ୍ଭ କରି ସାଧାରଣ ଖାଉଟି ସାମଗ୍ରୀ ବଣ୍ଟନ ବ୍ୟବସ୍ଥା, ବିଦ୍ୟୁତ୍ ମିଟର ରିଡିଂ ଓ ବିଲ୍ କରିବା, ଲିଜ୍ ସୁତ୍ରରେ ପଂଚାୟତ ପୋଖରୀରେ ମାଛ ଚାଷ କରିବା, ମଧ୍ୟାହ୍ନ ଭୋଜନ ସାମଗ୍ରୀ ବ୍ୟବସ୍ଥା ଆଦି ବିଭିନ୍ନ ଜୀବିକାର୍ଜନ କାର୍ଯ୍ୟରେ ସାମିଲ ହୋଇଥିବା ବେଳେ ଏବେ ସେମାନଙ୍କ ଦ୍ୱାରା ଦୃଷ୍ଟାନ୍ତମୂଳକ ଭାବେ ବଲାଙ୍ଗୀରର ହରିଶଙ୍କର ଠାରେ ପରିଚାଳିତ ପାନ୍ଥଶାଳା ପରିଚାଳନା,

ସେମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ପାଇଁ ଉତ୍ସାହିତ କରିବା ସଙ୍ଗେ ସଙ୍ଗେ ସେମାନଙ୍କର ମନୋବଳକୁ ସୁଦୃଢ କରିବ । ଏହି ଗସ୍ତ ସମୟରେ ଶ୍ରୀ ତ୍ରିପାଠୀ ବଲାଙ୍ଗୀର ଆଜି କେତେକ କୃଷି-ବାଣିଜ୍ୟିକ ଫାର୍ମ ପରିଦର୍ଶନ, ନୂଆ ଓମଫେଡ୍ ପାର୍ଲୋର ଉଦ୍ଘାଟନ, ଗାନ୍ଧି ଷ୍ଟାଡିୟମଠାରେ ନୂଆ ଗ୍ୟାଲେରୀର ଭିତ୍ତିପ୍ରସ୍ତର ସ୍ଥାପନ ଆଦି କରିବାର କାର୍ଯ୍ୟକ୍ରମ ରହିଛି । କ୍ଷେତ୍ର ପରିଦର୍ଶନ କରି ଭିତ୍ତିଭୂମି ଓ ଆନୁଷଙ୍ଗିକ ସୁବିଧା ଅନୁଧ୍ୟାନ ପରେ ଶ୍ରୀ ତ୍ରିପାଠୀ ସ୍ଥାନୀୟ ଉଦ୍ୟୋଗୀମାନଙ୍କ ସହିତ ବାଣିଜ୍ୟିକ ଫାର୍ମ, ମତ୍ସ୍ୟ ଚାଷ କ୍ଷେତ୍ରରେ ଖାଦ୍ୟ ପ୍ରକ୍ରିୟାକରଣ, ଉଦ୍ୟାନ କୃଷି , ଗୋପାଳନ ଓ ଅର୍ଥକାରୀ ଫସଲ କରିବା ପାଇଁ ପ୍ରୋତ୍ସାହିତ କରିବା ସଂପର୍କରେ ଆଲୋଚନା କରିବେ । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷଙ୍କ ଏହି ଗସ୍ତ ପରିପ୍ରେକ୍ଷୀରେ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା, ପାଟଣାଗଡ଼ ଉପଜିଲ୍ଲାପାଳ ଡଃ. ବିଜୟାନନ୍ଦ ସେଠୀ ଏବଂ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ପଦାଧିକାରୀ ଉପସ୍ଥିତ ଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version