No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ /୨୭ ଏପ୍ରିଲ ବୁଧବାର / ଭୁବନେଶ୍ୱର :- ଜଣାଶୁଣା ଟିଭି ଉପସ୍ଥାପକ, ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବୁଧବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବରେ ଦଳରେ ସାମିଲ ହୋଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି ଓ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାହା ସେ ନିର୍ବାହ କରିବେ ବୋଲି କହିଛନ୍ତି । ଗତ ପ୍ରାୟ ୧ ଦଶନ୍ଧି ଧରି ଶ୍ରୀ ମହାପାତ୍ର ଏକାଧିକ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମରେ ବିଭିନ୍ନ ପଦରେ କାର୍ଯ୍ୟ କରିଛନ୍ତି ।

No Result
View All Result