No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ / ୨୭ ଏପ୍ରିଲ ବୁଧବାର / ଭୁବନେଶ୍ୱର : – ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଉତ୍ସବ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ରାଜଭବନ ଛକ ସ୍ଥିତ ମଧୁସୂଦନ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ନେତାଗଣ କଂଗ୍ରେସ ଭବନ ପରିସରରେ ମଧୁବାବୁଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଶରତ ପଟ୍ଟନାୟକ, ଜୟଦେବ ଜେନା, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଯଜେ୍ଞଶ୍ୱର ବାବୁ, ଚିନ୍ମୟ ସୁନ୍ଦର ଦାସ, ମନୋରଞ୍ଜନ ଦାଶ, ପଦ୍ମାକର ଗୁରୁ, ରଜନୀ ମହାନ୍ତି, ଆଲୋକ ମହାନ୍ତି, ଜ୍ୟୋତିଷ ସାହୁ, ସଂଜୟ ମିଶ୍ର, ମିହିର ଆଚାର୍ଯ୍ୟ, ଖଗେଶ୍ୱର ମଲ୍ଲିକ, କାର୍ତିକେଶ୍ୱର କାଣ୍ଡି, ଉମେଶ ସ୍ୱାଇଁ ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଉପସ୍ଥିତ ଥିଲେ ।

No Result
View All Result