ମାଟ୍ରିକ ପରୀକ୍ଷା ଦେଉଥିବା ଛାତ୍ର ଛାତ୍ରୀ ଙ୍କୁ ଶୁଭେଚ୍ଛା ଜଣାଇଲେ – ଦଶପଲ୍ଲା ବିଧାୟକ

ଓଡ଼ିଶା ତାଜା ନ୍ୟୁଜ୍ /୨୯ ଏପ୍ରିଲ ଶୁକ୍ରବାର /ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ର ଛାତ୍ର ଛାତ୍ରୀ ଦେଲେ ମାଟ୍ରିକ ପରୀକ୍ଷା । ଆଜି ପ୍ରଥମ ଦିନ ଇଂରାଜୀ ପରୀକ୍ଷାରେ ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ୨୪୦  ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ ୨୦୭ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ । ସେହିଭଳି  ମହିପୁର ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ୨୮୨ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେବାକୁ ଥିବା ବେଳେ ୨୬୭ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ ।

ମାଟ୍ରିକ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ର ଛାତ୍ରୀ ଙ୍କୁ  ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଶୁଭେଚ୍ଛା ଜଣାଇଛନ୍ତି ।ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ପରୀକ୍ଷା ଦେଉଥିବା ଛାତ୍ର ଛାତ୍ରୀ ଙ୍କୁ ମାସ୍କ ବଣ୍ଟନ କରିଥିବା ବେଳେ ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍ ଛାତ୍ର ଛାତ୍ରୀ ମାନେ ପରୀକ୍ଷା ରେ ଭଲ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଥିଲେ ।