• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାନା ବାନ୍ଧୁଛି ବାତ୍ୟା – ମେ ୧୦ରେ ଓଡିଶା ଉପକୂଳରେ କରିପାରେ .. !

Proprietor Abhimanyu Maharana by Proprietor Abhimanyu Maharana
May 1, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଦାନା ବାନ୍ଧୁଛି ବାତ୍ୟା – ମେ ୧୦ରେ ଓଡିଶା ଉପକୂଳରେ କରିପାରେ .. !
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/ ୩୦ ଏପ୍ରିଲ ଶନିବାର/ ଓଡିଶା :- ଦାନା ବାନ୍ଧୁଛି ବାତ୍ୟା । ସ୍ଥିତି ବି ଅନୁକୂଳ । ଯଦି ପ୍ରାକ୍‌ ଆକଳନ ଠିକ୍‌ ହୁଏ, ତେବେ ଆସନ୍ତା ମେ’ ୧୦ ତାରିଖବେଳକୁ ଆସିପାରେ ଆଉ ଏକ ଗ୍ରୀଷ୍ମକାଳୀନ ବାତ୍ୟା । ଏହି ଖରାଦିନିଆ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଚିନ୍ତା ବଢ଼ାଇଛି ପ୍ରାକୃତିକ ଦୁର୍ବିପାକର ସହଜ ଠିକଣା ଓଡ଼ିଶା ପାଇଁ । ସମ୍ଭାବ୍ୟ ବାତ୍ୟାକୁ ନେଇ ଭିନ୍ନଭିନ୍ନ ଆକଳନ କରିଛନ୍ତି ବିଭିନ୍ନ ପାଣିପାଗ ସଂସ୍ଥା ମଡେଲ । ଅଧିକାଂଶ ମଡେଲ ଅନୁସାରେ ସମ୍ଭାବ୍ୟ ବାତ୍ୟା ଭୀଷଣ (ସିଭିୟର) ରୂପ ନେଇପାରେ । ଏହା ଆସନ୍ତା ୧୦/୧୧ ତାରିଖବେଳକୁ ଉତ୍ତର ଆନ୍ଧ୍ର ଉପକୂଳ ଛୁଇଁବା ସମ୍ଭାବନା ଅଧିକ । କିମ୍ବା ଦକ୍ଷିଣ ଓଡ଼ିଶା ଉପକୂଳରେ ମାଡ଼ ହୋଇପାରେ ।

କେତେକ ମଡେଲ ଅନୁସାରେ ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗର ସୁନ୍ଦରବନ ଛୁଇଁପାରେ । ଏପରିକି ଏହା ଦିଗ ବଦଳାଇ ବାଂଲାଦେଶ ଆଡ଼କୁ ବି ଯାଇପାରେ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି, ଆସନ୍ତା ୪ ତାରିଖବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି । ୫ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇପାରେ । ଆଇଏମଡିର ବିସ୍ତାରିତ ପୂର୍ବାନୁମାନ ଅନୁଯାୟୀ ସମ୍ଭାବ୍ୟ ଲଘୁଚାପ ଅବପାତ (ଡିପ୍ରେସନ୍‌) ରୂପ ନେବ ।

ଲଘୁଚାପ ଓ ବାତ୍ୟା ସୃଷ୍ଟି ନେଇ ବିଭିନ୍ନ ମଡେଲ ଗତ ୩ ଦିନ ହେବ ଭିନ୍ନ ଭିନ୍ନ ଆକଳନ କରିଛନ୍ତି । ମାତ୍ର ଆଜି ଅପରାହ୍ନରେ ଜିଏଫଏସ୍‌ ଓ ଇସିଏମଡବ୍ଲ୍ୟଏଫ୍‌ ମଡେଲ୍‌ ଆକଳନରେ ଅନେକ ସମାନତା ଦେଖିବାକୁ ମିଳିଛି । ମେ’ ୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୫ରେ ଦକ୍ଷିଣ-ପୂର୍ବ ବଙ୍ଗେପେସାଗରରେ ଆଣ୍ଡାମାନର ଦକ୍ଷିଣରେ ଲଘୁଚାପ ସୃଷ୍ଟି ହେବ । ଉଭୟ ସମୁଦ୍ର ଓ ବାୟୁମଣ୍ଡଳର ପରିସ୍ଥିତି ଏହାକୁ ଶୀଘ୍ର ଘନୀଭୂତ କରିବା ପାଇଁ ସହାୟକ ହେବ । ଫଳତଃ ମେ’ ୬ରେ ଅବପାତ, ୭ରେ ବାତ୍ୟା ଓ ୮ରେ ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ) ରୂପ ନେଇପାରେ । ବର୍ତ୍ତମାନ ମଡେଲ କହୁଛି, ମେ’ ୬ରେ ଗତିପଥ ଉତ୍ତର-ପଶ୍ଚିମ ବା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଆଡ଼କୁ ମୁହାଁଇବ ।

ଯଦି ଏହା ହୁଏ, ତେବେ ୮ ତାରିଖରୁ ଉପକୂଳ ଓଡ଼ିଶାରେ ପାଗରେ ପରିବର୍ତ୍ତନ ସହିତ କିଛି ବର୍ଷା ଆରମ୍ଭ ହୋଇପାରେ । ୧୦ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବା ସମ୍ଭାବନା ବର୍ତ୍ତମାନ ଅଧିକ ପରିଲକ୍ଷିତ ହେଉଛି । ତେବେ ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନାକୁ ସମ୍ପୂର୍ଣ୍ଣ ଏଡ଼ାଇ ଦିଆଯାଇନପାରେ । ଅନ୍ୟପକ୍ଷରେ ଅଷ୍ଟ୍ରେଲିଆର ଏକ ମଡେଲ୍‌ କହୁଛି, ଏହା ୮ ତାରିଖରେ ବୁଲି ଯାଇ ଦିଗ ବଦଳାଇବା ସମ୍ଭାବନା ଅଛି । ଏମିତି ହେଲେ ସମ୍ଭାବ୍ୟ ବାତ୍ୟା ବାଂଲାଦେଶ ଉପକୂଳ ଆଡ଼କୁ ମୁହାଁଇପାରେ । ଲଘୁଚାପ ସୃଷ୍ଟି ହେବା ପରେ ଠିକ୍‌ ଚିତ୍ର ମିଳିପାରିବ ବୋଲି ଡକ୍ଟର ପଶୁପାଳକ କହିଛନ୍ତି ।

ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ପ୍ରାକ୍‌ ଆକଳନ ହେଲା, ବର୍ତ୍ତମାନ ପାଣିପାଗ ବାତ୍ୟା ସୃଷ୍ଟି ପାଇଁ ଅନୁକୂଳ ସ୍ଥିତି ସୃଷ୍ଟି କରିଛି । ସମୁଦ୍ର ପୃଷ୍ଠ ତାପମାତ୍ରା ୩୧-୩୨ ଡିଗ୍ରୀ ରହୁଛି । ସମୁଦ୍ର ଜଳପତ୍ତନର ତାପମାତ୍ରା ୨୬ ଡିଗ୍ରୀରୁ ଅଧିକ ହେଲେ ବାତ୍ୟା ସୃଷ୍ଟି ହେବାକୁ ପାଗ ଅନୁକୂଳ ହୋଇଥାଏ । ସେହିପରି ସମୁଦ୍ର ଭିତରେ ତାପଜ ଶକ୍ତି ବି ଅନୁକୂଳ ସ୍ଥିତି ସୃଷ୍ଟି କରୁଛି । ତେଣୁ ବାତ୍ୟା ହେବା ସମ୍ଭାବନା ରହିଛି । ପ୍ରାକ ଆକଳନ ଅନୁସାରେ ଆସନ୍ତା ୧୦ ତାରିଖରେ ବାତ୍ୟା ଆନ୍ଧ୍ର-ଓଡ଼ିଶା ଉପକୂଳ କିମ୍ବା ପଶ୍ଚିମବଙ୍ଗର ସୁନ୍ଦରବନ ଛୁଇଁପାରେ । ବାତ୍ୟା ଅତି ବେଶିରେ ସିଭିୟର ସାଇକ୍ଲୋନ (ଭୀଷଣ ବାତ୍ୟା) ରୂପ ନେଇପାରେ । ଏହା ପ୍ରଭାବରେ ୧୦୦ କିମି ପର୍ଯ୍ୟନ୍ତ ପବନ ଆଶଙ୍କା ରହିଛି । ଓଡ଼ିଶାରେ ୮ରୁ ପାଗ ବଦଳିବା ସହ ୯ରୁ ବର୍ଷା ହୋଇପାରେ । ତେବେ ସମ୍ଭାବ୍ୟ ବାତ୍ୟାର ଗତିପଥ ନେଇ ଏବେ ସ୍ପଷ୍ଟ ଆକଳନ କରିବା ସହଜ ନୁହେଁ ।

ବିଦେଶୀ ପାଣିପାଗ ସଂସ୍ଥା ୟୁରୋପିଆନ ସେଣ୍ଟର ଫର୍‌ ମିଡିୟମ ରେଞ୍ଜ ୱେଦର ଫୋରକାଷ୍ଟ (ଇସିଏମଡବ୍ଲ୍ୟୁଏଫ୍‌) ପୂର୍ବାନୁମାନରେ ଯେଉଁ ସମ୍ଭାବ୍ୟ ଚିତ୍ର ଦେଖାଇଛି, ତାହା ଓଡ଼ିଶା ପାଇଁ ଆଶଙ୍କା ବଢ଼ାଇଛି । ଏହି ପୂର୍ବାନୁମାନ ଚିତ୍ର ଅନୁସାରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ମାଡ଼ ହେବା ସମ୍ଭାବନା ଅଧିକ ।ସୂଚନାଯୋଗ୍ୟ, ୨୦୧୯ରେ ଓଡ଼ିଶାବାସୀ ପ୍ରଥମ ଥର ପାଇଁ ଗ୍ରୀଷ୍ମକାଳୀନ ବାତ୍ୟ ସାମ୍ନା କରିଥିଲେ । ୨୦୧୯ ମେ’ ୩ରେ ଓଡ଼ିଶା ଉପକୂଳକୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଥିଲା ପ୍ରଳୟଙ୍କାରୀ ଫୋନି । ୨୦୨୦ ମେ’ରେ ଅମ୍ପାନ, ୨୦୨୧ରେ ୟାସ୍‌ ବାତ୍ୟା ଆସିଥିଲା । ୨୦୨୨ରେ ପୁଣି ଗ୍ରୀଷ୍ମକାଳୀନ ବାତ୍ୟା ଆଶଙ୍କା ଦେଖାଦେଲାଣି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version