• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟସ୍ତରୀୟ କୃଷକ ଦିବସ : ୨୦୨୨ ପାଳିତ ଓଡ଼ିଶା ଭୋକର ଭୂଗୋଳରୁ ବିକାଶର ଭୂଖଣ୍ଡରେ ପରିଣତ – ମନ୍ତ୍ରୀ ଡ. ଅରୁଣ କୁମାର ସାହୁ

Proprietor Abhimanyu Maharana by Proprietor Abhimanyu Maharana
May 3, 2022
in ଓଡ଼ିଶା, ମହାନଗର, ହୋମ୍
0
ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟସ୍ତରୀୟ କୃଷକ ଦିବସ : ୨୦୨୨ ପାଳିତ ଓଡ଼ିଶା ଭୋକର ଭୂଗୋଳରୁ ବିକାଶର ଭୂଖଣ୍ଡରେ ପରିଣତ – ମନ୍ତ୍ରୀ ଡ. ଅରୁଣ କୁମାର ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୩ ମଇ ମଙ୍ଗଳବାର / ଭୁବନେଶ୍ୱର :- ଆମ ରାଜ୍ୟ ଓଡ଼ିଶା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ କୃଷି କ୍ଷେତ୍ରକୁ ଦେଇଥିବା ପ୍ରାଧାନ୍ୟ ଓ କୃଷିଭିତ୍ତିକ ଅନେକ କାର୍ଯ୍ୟକ୍ରମ ଗ୍ରହଣର ଫଳ ସ୍ୱରୂପ ଆଜି ଭୋକର ଭୂଗୋଳରୁ ବିକାଶର ଭୂଖଣ୍ଡରେ ପରିଣତ ହୋଇଛି । ୧୯୯୯ ମହାବାତ୍ୟା ସମୟରେ ଚାଉଳର ଅଭାବୀ ସ୍ଥିତିରୁ ୨୦୨୧ରେ ଆମ ରାଜ୍ୟ ଚାଉଳ ବଳକା ରାଜ୍ୟ ଭାବେ ଉଭା ହୋଇଛି । ଆଜି ପବିତ୍ର ଅକ୍ଷୟ ତୃତୀୟା ତିଥିରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ କୃଷି ଯନ୍ତ୍ରପାତି ତାଲିମ ଓ ପରୀକ୍ଷଣ କେନ୍ଦ୍ରଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଦିବସ-୨୦୨୨ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ,

ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଉପରୋକ୍ତ ଉଲ୍ଲେଖ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏବେ ସମୟ ଆସିଛି କୃଷକର ଆୟ ଦ୍ୱିଗୁଣିତ କରିବା ନିମନ୍ତେ ସମନ୍ୱିତ କୃଷିକୁ ଅଧିକ ପ୍ରୋତ୍ସାହନ ଦିଆଯାଉଛି । ପାହାଡ଼ିଆ ଓ ଖାଲୁଆ ଅଞ୍ଚଳରେ ଶସ୍ୟ ବିବିଧିକରଣ ଉପାୟରେ ଚାଷୀ ଅଧିକ ଲାଭବାନ ହୋଇପାରିବ ବୋଲି ମନ୍ତ୍ରୀ କହିଛନ୍ତି । ମାଣ୍ଡିଆ ଗରିବ ଲୋକର ଖାଦ୍ୟରୁ ସ୍ୱାସ୍ଥ୍ୟକର ଖାଦ୍ୟରେ ପରିଣତ ହୋଇଛି, ଯାହାକୁ ରାଜ୍ୟ ସରକାର ମିଶନ ମୋଡ଼ରେ ପ୍ରୋତ୍ସାହିତ କରୁଛନ୍ତି । ଆମେ ଆଜି ମାଛ, କ୍ଷୀର, ମାଂସ, ଅଣ୍ଡା ଆଦି ଉତ୍ପାଦନରେ ସ୍ୱାବଲମ୍ବୀ ହୋଇପାରିଛୁ ।

ବିଗତ ଦୁଇ ଦଶନ୍ଧିରେ କୃଷିକ୍ଷେତ୍ରରେ ହୋଇଥିବା ଅଗ୍ରଗତି ଆହୁରି ଅଧିକ ମାଇଲଖୁଣ୍ଟ ଛୁଇଁବ, ଓଡ଼ିଆ ଚାଷୀର ଅଦମ୍ୟ ସାହସ ଓ ପ୍ରାଧାନ୍ୟଯୁକ୍ତ ସରକାରୀ ପ୍ରୋତ୍ସାହନର ମିଳିତ ଉଦ୍ୟମରେ ବୋଲି ମନ୍ତ୍ରୀ ଡ. ସାହୁ ପ୍ରକାଶ କରିଛନ୍ତି । ପ୍ରକାଶ ଥାଉ କି, ପବିତ୍ର ଅକ୍ଷୟ ତୃତୀୟା ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ରୂପେ ପାଳିତ ହୋଇଥାଏ । ଏହି ଦିବସକୁ ରାଜ୍ୟସ୍ତରୀୟ କୃଷକ ଦିବସ ଭାବେ ପାଳନ ଅବସରରେ ମନ୍ତ୍ରୀ ଡ. ସାହୁ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବା ସହିତ ଭୂମିପୂଜା ଓ ଅକ୍ଷିମୁଠି ଅନୁକୂଳ କରିଥିଲେ । ଏହି ଅବସରରେ ଏକ କୃଷିମେଳାର ଆୟୋଜନ କରାଯାଇଥିଲା । ମେଳାକୁ ଉଦ୍‌ଘାଟନ କରି ମନ୍ତ୍ରୀ ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ ।

ଏହି ମେଳାରେ ବିଭିନ୍ନ କୃଷି ଯନ୍ତ୍ରପାତିର ପ୍ରଦର୍ଶନ ସହିତ କ୍ଷୁଦ୍ର ଓ ଲଘୁ ଶସ୍ୟ ମିଶନ ମାଧ୍ୟମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ମାଣ୍ଡିଆରେ ପ୍ରସ୍ତୁତ ପକୋଡ଼ି ଓ ସୁଆଁ ଖିରୀ କୃଷକଙ୍କୁ ଦିଆଯାଇଥିଲା । ମାଣ୍ଡିଆ ଓ ଅନ୍ୟାନ୍ୟ କ୍ଷୁଦ୍ର ଶସ୍ୟରେ ପ୍ରସ୍ତୁତ ବିସ୍କୁଟ ଓ ଲଡ଼ୁ ପ୍ରଦର୍ଶିତ ହୋଇଥିଲା । କୃଷି ଉତ୍ପାଦନ କମିଶନର ତଥା ଉତ୍ସବର ମୁଖ୍ୟବକ୍ତା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା କୃଷକଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ କୃଷି ଉନ୍ନୟନମୂଳକ ଯୋଜନାଗୁଡ଼ିକରେ କୃଷକର ଭାଗୀଦାରି ଓ ସହଯୋଗ ଦ୍ୱାରା ହିଁ ସମ୍ଭବ ହୋଇପାରିବ ଓ କୃଷି କ୍ଷେତ୍ରକୁ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ଉପଯୋଗ, ବୈଷୟିକ ଜ୍ଞାନକୌଶଳର ବହୁଳ ବ୍ୟବହାର, ମୋବାଇଲ୍‌ ଆପ୍‌ ଦ୍ୱାରା କୃଷକ ସଚେତନତା ଆଦି ମାଧ୍ୟମରେ ସୁଦୃଢ଼ କରିବା ସହିତ କୃଷକର ଆୟ ଦ୍ୱିଗୁଣିତପୂର୍ବକ କୃଷକର ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିପାରିବା ବିଷୟରେ ମତବ୍ୟକ୍ତ କରିଥିଲେ ।

ଏହି ଅବସରରେ ସମ୍ମାନିତ ଅତିଥି କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ସଂଜୀବ କୁମାର ଚଢ଼ା କୃଷି କ୍ଷେତ୍ରରେ ବହୁବିଧ ଉନ୍ନତିର ପ୍ରତିଛବି କୃଷକଙ୍କ ସମ୍ମୁଖରେ ବର୍ଣ୍ଣନା କରିଥିଲେ । ସେ ଚଳିତ ବର୍ଷ ଉତ୍ତମ ମୌସୁମୀ ଓ ସଫଳ ଖରିଫ ଋତୁ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ପ୍ରାର୍ଥନା କରିଥିଲେ । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡଃ. ଏମ୍‌. ମୁଥୁକୁମାର ସ୍ୱାଗତ ଭାଷଣ ମାଧ୍ୟମରେ କୃଷକମାନଙ୍କୁ ବୈଷୟିକ ଜ୍ଞାନକୌଶଳ ଓ କୃଷି ବିଭାଗର ବିଭିନ୍ନ ମୋବାଇଲ୍‌ ଆପ୍‌ର ଲାଭ ଉଠାଇବା ନିମନ୍ତେ ପରାମର୍ଶ ଦେଇଥିଲେ । ଶେଷରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ । ଉତ୍ସବରେ ପ୍ରାୟ ୨୦୦ରୁ ଊଦ୍ଧ୍ୱର୍ ଚାଷୀ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version