• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
May 5, 2022
in ଓଡ଼ିଶା, ମହାନଗର, ହୋମ୍
0
ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୫ ମଇ ଗୁରୁବାର/ଭୁବନେଶ୍ୱର :- ଉତ୍କର୍ଷ କଳାର ଦେଶ, ଉତ୍କଳ, ଯାହା ଆଜି ଓଡ଼ିଶା ରାଜ୍ୟ ଭାବେ ବିଶ୍ୱବିଦିତ, ନିଜର କଳା, ସଂସ୍କୃତି ଓ ସ୍ଥାପତ୍ୟ ପାଇଁ । ଉତ୍କଳୀୟ କଳା ସଂସ୍କୃତି ପାଇଁ ‘ହସ୍ତତନ୍ତ ବସ୍ତ୍ର’ର ଭୂମିକା ସ୍ୱତନ୍ତ୍ର । ଭାରତର ଐତିହ୍ୟ, ପରମ୍ପରା ଓ ସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଯୁଗଯୁଗରୁ ଓଡ଼ିଶା ହସ୍ତତନ୍ତ ବସ୍ତ୍ର, ବିଶେଷ ଭାବେ ‘ବାନ୍ଧବସ୍ତ୍ର’ର ସ୍ୱତନ୍ତ୍ର ସ୍ଥାନ ରହିଆସିଛି । ଏହି ପ୍ରାଚୀନ କଳାକୁ ଉଜ୍ଜୀବିତ ରଖିଛନ୍ତି, ଏହାକୁ ବଂଶାନୁକ୍ରମେ ବୃତ୍ତି ଭାବେ ଆଦରି ନେଇଥିବା ଓଡ଼ିଶାର ଅଗଣିତ ବୁଣାକାର । ରାଜ୍ୟର କୋଣ ଅନୁକୋଣରେ ଏହି ହସ୍ତତନ୍ତ ବସ୍ତ୍ର ପ୍ରସ୍ତୁତ କରିଥିବା ଗ୍ରାମୀଣ କାରିଗର ଓ ସେମାନଙ୍କ ଦ୍ୱାରା ପଂଜୀକୃତ ହୋଇ କାର୍ଯ୍ୟ କରୁଥିବା ପ୍ରାଥମିକ ବୁଣାକାର ସମିତିମାନଙ୍କ ପାଇଁ ବୟନିକା ବ୍ୟାପକ ବଜାର ସୃଷ୍ଟି କରିବାରେ ଦୀର୍ଘ ୬୬ ବର୍ଷ ଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିଆସୁଛି ।

୧୯୫୬ ମସିହାରେ ପ୍ରତିଷ୍ଠିତ ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ, ଯାହାକି ଆଜି ‘ବୟନିକା’ନାମରେ ସୁଖ୍ୟାତି ଅର୍ଜନ କରିଛି । ବୟନିକାର ୬୬ତମ ପ୍ରତିଷ୍ଠା ଦିବସ ସମାରୋହ ‘ବୟନ ଭବନ’ ପ୍ରାଙ୍ଗଣରେ ଆଜି ସନ୍ଧ୍ୟା ୬ ଘଟିକା ସମୟରେ ପାଳିତ ହୋଇଯାଇଛି । ଏହି ସମାରୋହକୁ ବୟନିକାର ପରିଚାଳନା ନିର୍ଦ୍ଦେଶକ, ଶ୍ରୀ ଶ୍ୟାମଭକ୍ତ ମିଶ୍ର ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସମେତ ନିର୍ଦ୍ଦେଶାଳୟର ପଦାଧିକାରୀମାନେ ଉଦ୍‌ଘାଟନ କରିଛନ୍ତି । ଉପରୋକ୍ତ ସମାରୋହ ବ୍ୟତୀତ ବୟନିକାର ସମସ୍ତ ବିକ୍ରୟ ଶାଖାରେ ଏହି ସମାରୋହକୁ ପାଳନ କରାଯାଇଛି, ଯାହାକୁ କି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ/ଅତିରିକ୍ତ ଜିଲ୍ଲାପାଳ/ଉପଜିଲ୍ଲାପାଳ/ତହସିଲଦାରମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି ।

ବୟନିକା ୨୦୨୧-୨୨ ବର୍ଷରେ ନିଜର ପ୍ରତିଷ୍ଠିତ ବିକ୍ରୟ ଶାଖା ଏବଂ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ପ୍ରଦର୍ଶନୀରେ ଭାଗନେଇ ଓ ପ୍ରଦର୍ଶନୀର ଆୟୋଜନ କରି ୧୨୮.୮୫ କୋଟି ଟଙ୍କାର ବ୍ୟବସାୟ ହାସଲ କରିଛି । ୨୦୨୨-୨୩ ବର୍ଷରେ ମୋଟ ୧୬୩.୯୦ କୋଟିର ବ୍ୟବସାୟ ଲକ୍ଷ୍ୟ ରଖାଯାଇଛି । ଏକ ହସ୍ତତନ୍ତ ସଂସ୍ଥା ହିସାବରେ ୧୨୮.୮୫ କୋଟିର ବ୍ୟବସାୟ କରିବା, ଓଡ଼ିଶା ହସ୍ତତନ୍ତ ଶିଳ୍ପ କ୍ଷେତ୍ରରେ ନିଶ୍ଚିତ ଭାବେ ଏକ ମାଇଲ୍‌ ଖୁଣ୍ଟ । ଆଗାମୀ ଦିନରେ ବୟନିକା ଏହାର ବ୍ୟବସାୟିକ ଅଭିବୃଦ୍ଧି ଘଟାଇବା ପାଇଁ ବଦ୍ଧପରିକର ହେବା ସଙ୍ଗେ ସଙ୍ଗେ ଏହି ସଂସ୍ଥା ସହ ଜଡ଼ିତ ଅଗଣିତ ବୁଣାକାରଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶକୁ ପରିବର୍ଦ୍ଧିତ କରିବା ପାଇଁ ଚେଷ୍ଟିତ । ବୟନିକା ଏହାର ୬୬ତମ ପ୍ରତିଷ୍ଠା ଦିବସରେ, ଓଡ଼ିଶାର ଅଗଣିତ ବୁଣାକାର ଭାଇଭଉଣୀ, ଏହାର ସଦିଚ୍ଛୁ ଗ୍ରାହକ ଏବଂ ପୃଷ୍ଠପୋଷକମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version