• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 10, 2022
in ଓଡ଼ିଶା, ମହାନଗର, ହୋମ୍
0
ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୯ ମଇ ସୋମବାର/ଭୁବନେଶ୍ୱର :- ଝାରସୁଗୁଡ଼ା ଜିଲ୍ଲାର ୦୬-ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଥିଲେ । ନିର୍ବାଚନ ଆୟୋଗଙ୍କ ଦ୍ୱାରା ବ୍ରଜରାଜନଗର ଉପନିର୍ବାଚନ ଘୋଷଣା ସହ ସଂପୂର୍ଣ୍ଣ ନିର୍ବାଚନ ସୂଚୀ ସଂପର୍କରେ ଉପସ୍ଥିତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅବଗତ କରାଇଥିଲେ । ଜାନୁଆରୀ ୨୦୨୨ରେ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ସମୁଦାୟ ଭୋଟରଙ୍କ ସଂଖ୍ୟା ହେଉଛି ୨୧୪୭୪୫ । ତନ୍ମଧ୍ୟରୁ ୧୦୯୯୮୯ ଜଣ ପୁରୁଷ ଓ ୧୦୪୭୩୯ ଜଣ ମହିଳା ଭୋଟର ଏବଂ ୧୭ ଜଣ ତୃତୀୟଲିଙ୍ଗ ଭୋଟର ଅଛନ୍ତି । ସେହିପରି ସମୁଦାୟ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ହେଉଛି ୩୫୦୯ ଜଣ, ତନ୍ମଧ୍ୟରୁ ୧୯୪୩ ଜଣ ପୁରୁଷ ଓ ୧୫୭୬ ଜଣ ଦିବ୍ୟାଙ୍ଗ ଭୋଟର ଅଟନ୍ତି ା ଏତଦ୍‌ବ୍ୟତୀତ ୮୦ ବର୍ଷରୁ ଊଦ୍ଧ୍ୱର୍ ବୟସର ଭୋଟରଙ୍କ ସଂଖ୍ୟା ୩୧୨୭ ଓ ତନ୍ମଧ୍ୟରୁ ୧୪୩୨ ଜଣ ପୁରୁଷ ଓ ୧୬୯୫ ଜଣ ମହିଳା ଭୋଟର ଅଛନ୍ତି ।

୦୬-ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ସମସ୍ତ ଭୋଟରଙ୍କୁ ଫଟୋ ପରିଚୟ ପତ୍ର ପ୍ରଦାନ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି । ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସମୁଦାୟ ବୁଥ୍‌ ସଂଖ୍ୟା ୨୫୭ ଥିବାବେଳେ କୋଭିଡ୍‌-୧୯ ଦୃଷ୍ଟିକୋଣରୁ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି କ୍ରମେ ପ୍ରତ୍ୟେକ ବୁଥ୍‌ରେ ୧୨୫୦ ଜଣ ଭୋଟର ଅଧିକ ନହେବା ଯୋଗୁଁ ଆଉ ଅତିରିକ୍ତ ୨୨ଟି ବୁଥ୍‌ ସେହି ସ୍ଥାନରେ ଖୋଲିବା ପାଇଁ ନିର୍ବାଚନ ଆୟୋଗ ଅନୁମତି ଦେଇଛନ୍ତି । ଅର୍ଥାତ୍‌ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ସର୍ବମୋଟ ବୁଥ୍‌ ସଂଖ୍ୟା ହେଉଛି ୨୭୯ । ଉପନିର୍ବାଚନରେ ଭୋଟରଙ୍କ ନିମନ୍ତେ ମୁଖ୍ୟ ପରିଚୟ ପତ୍ର ଭାବେ ଭୋଟର ଫଟୋ ପରିଚୟ ପତ୍ରକୁ ଗ୍ରହଣ କରାଯାଇଥିବାବେଳେ ମତଦାନବେଳେ ଭୋଟରମାନେ ନିମ୍ନଲିଖିତ ଦସ୍ତାବିଜ୍‌ଗୁଡ଼ିକୁ ପରିଚୟ ପତ୍ର ଭାବେ ବ୍ୟବହାର କରିପାରିବେ । ସେଗୁଡ଼ିକ ହେଲା ୧- ଆଧାର କାର୍ଡ, ୨-ଏମ୍‌ଜିଏମ୍‌ଆର୍‌ଏ ଜବ୍‌ କାର୍ଡ, ୩- ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସ୍‌ର ଫଟୋ ଥିବା ପାସ୍‌ବୁକ୍‌, ୪- ସ୍ୱାସ୍ଥ୍ୟବୀମା ସ୍ମାର୍ଟ କାର୍ଡ, ୫- ଡ୍ରାଇଭିଂ ଲାଇସେନ୍ସ, ୬- ପାନ୍‌ କାର୍ଡ, ୭-ପାସ୍‌ପୋର୍ଟ, ୮- ଫଟୋ ଥିବା ପେନ୍‌ସନ୍‌ ବୁକ୍‌, ୯- କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା କର୍ମଚାରୀଙ୍କ ପରିଚୟ ପତ୍ର, ୧୦- ସାଂସଦ, ବିଧାୟକମାନଙ୍କୁ ପ୍ରଦାନ କରାଯାଇଥିବା ସରକାରୀ ପରିଚୟ ପତ୍ର, ୧୧-ଏକକ ଦିବ୍ୟାଙ୍ଗ ପରିଚୟ ପତ୍ର ।

ନିର୍ବାଚନ ଆୟୋଗଙ୍କ ୦୬-ବ୍ରଜରାଜନଗର ଉପନିର୍ବାଚନ ଘୋଷଣା ଦିନଠାରୁ ଅର୍ଥାତ୍‌, ତା.୦୨/୦୫/୨୨ଠାରୁ ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ସହ ସମଗ୍ର ଝାରସୁଗୁଡ଼ା ଜିଲ୍ଲାରେ ଆଦର୍ଶ ଆଚରଣବିଧି ଲାଗୁ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି ଓ ଏହା ଜୁନ୍‌ ୩ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ବିଜ୍ଞାପନ ଛପା ହେଲେ ବିଜ୍ଞାପନରେ କୌଣସି ମନ୍ତ୍ରୀ କିମ୍ବା ରାଜନୈତିକ ବ୍ୟକ୍ତିବିଶେଷଙ୍କର ଫଟୋ ରହିବ ନାହିଁ କିମ୍ବା ଏହି ସମୟ ମଧ୍ୟରେ ଜିଲ୍ଲାରେ କୌଣସି ନୂତନ ଯୋଜନା ଘୋଷଣା କିମ୍ବା କାର୍ଯ୍ୟକାରୀ କରାଯାଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି । ଏହି ସମୟ ମଧ୍ୟରେ ଜିଲ୍ଲାକୁ ମନ୍ତ୍ରୀମାନଙ୍କର ସରକାରୀ ଗସ୍ତ କରାଯାଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି । ୦୬-ବ୍ରଜରାଜନଗର ଉପନିର୍ବାଚନରେ ଭୋଟଗ୍ରହଣ ଦିନ ବୁଥ୍‌ ମଧ୍ୟରେ ବିଶୃଙ୍ଖଳା ଓ ବୁଥ୍‌ ଜବରଦଖଲ ଇତ୍ୟାଦିକୁ ରୋକିବା ଲାଗି ୫୦ ପ୍ରତିଶତ ବୁଥ୍‌ରେ େୱବ୍‌କାଷ୍ଟିଂ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ପ୍ରକାଶ କରିଛନ୍ତି ।

ନିର୍ବାଚନ ପ୍ରଚାର ଲାଗି ପ୍ରାର୍ଥୀମାନେ ଲିଫ୍‌ଲେଟ୍‌, ପାମ୍ପଲେଟ୍‌ ଛାପିଲେ, ଜନପ୍ରତିନିଧି ଆଇନ୍‌ ୧୯୫୧ର ଧାରା ୧୨୭(କ) ଅନୁସାରେ ମୁଦ୍ରାକାର ଓ ପ୍ରକାଶକଙ୍କ ସଂପୂର୍ଣ୍ଣ ନାମ ଓ ଠିକଣା ଲିଫ୍‌ଲେଟ୍‌ ଓ ପାମ୍ପଲେଟ୍‌ରେ ରହିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି । ନିର୍ବାଚନ ପ୍ରଚାର ସମୟରେ ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ମାଇକ୍‌ ବ୍ୟବହାର ଉପରେ ନିଷୋଧାଦେଶ ଜାରି କରାଯାଇଛି । ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ନିର୍ବାଚନ ଖର୍ଚ୍ଚ ୩୦.୮୦ ଲକ୍ଷରୁ ୪୦ ଲକ୍ଷ ଟଙ୍କାକୁ ବଢ଼ାଇ ଦିଆଯାଇଛି । ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ନିର୍ବାଚନର ଖର୍ଚ୍ଚର ଟିକ୍‌ନିଖ୍‌ ହିସାବ ରଖିବା ଲାଗି ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସରେ ପ୍ରାର୍ଥୀ ନିଜେ ଏବଂ ତାଙ୍କ ନିର୍ବାଚନ ଏଜେଣ୍ଟଙ୍କ ନାମରେ ଏକ ଯୁଗ୍ମ ଆକାଉଣ୍ଟ ଖୋଲିବେ । ପାସ୍‌ବୁକ୍‌ର ଆକାଉଣ୍ଟ ନମ୍ବରକୁ ଲିଖିତ ଭାବେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଦାଖଲ କରିବାକୁ ହେବ । ଅପରାଧ ପୃଷ୍ଠଭୂମି ଥିବା ପ୍ରାର୍ଥୀମାନେ ସେମାନଙ୍କର ଅପରାଧିକ କାର୍ଯ୍ୟକଳାପ ସଂପର୍କରେ ଖବରକାଗଜ ଓ ଟିଭି ମାଧ୍ୟମରେ ପ୍ରାର୍ଥୀମାନଙ୍କର ଅପରାଧିକ କାର୍ଯ୍ୟକଳାପ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବେ ।

ପ୍ରାର୍ଥୀ କିମ୍ବା ରାଜନୈତିକ ଦଳମାନେ ସେମାନଙ୍କର ସରକାରୀ ସାମାଜିକ ଗଣମାଧ୍ୟମ ଯଥା-ଫେସ୍‌ବୁକ୍‌ ଓ ଟୁଇଟର ମାଧ୍ୟମରେ ନିର୍ବାଚନ ପ୍ରଚାର ପ୍ରସାର କଲେ ତାହାର ଖର୍ଚ୍ଚ ସଂପର୍କରେ ପ୍ରାର୍ଥୀଙ୍କ ନିର୍ବାଚନ ହିସାବ ରେଜିଷ୍ଟରରେ ଥିବା କ୍ରମିକ ସଂଖ୍ୟା ୧୧ରେ ଲିପିବଦ୍ଧ କରି ୩୦ ଦିନ ମଧ୍ୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି । ଏହି ସର୍ବଦଳୀୟ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବହୁଜନ ସମାଜ ପାର୍ଟିର ରାଜ୍ୟ ସାଧାରଣ ସଂପାଦକ ମଧୁସୂଦନ ଯାଦବ, ଭାରତୀୟ ଜନତା ପାର୍ଟିର ରମାରଞ୍ଜନ ବଳିୟାର ସିଂହ ଓ ଜୟନ୍ତ କୁମାର ଜେନା, ଭାରତୀୟ କମୁ୍ୟନିଷ୍ଟ ପାର୍ଟିର ଜୟନ୍ତ ଦାଶ ଓ ସଂଘମିତ୍ରା ଜେନା, ଭାରତୀୟ ଜାତୀୟ କଂଗ୍ରେସର ଶିବାନନ୍ଦ ରାୟ, ନେସ୍‌ନାଲିଷ୍ଟ କଂଗ୍ରେସ ପାର୍ଟିର ବିକ୍ରମ ସ୍ୱାଇଁ, ବିଜୁ ଜନତା ଦଳର ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ଏବଂ ଓଏସ୍‌ଡ଼ି ପ୍ରଫୁଲ୍ଲ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026

Recent News

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version