• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ ବନ୍ୟ ରେଶମ ପ୍ରକଳ୍ପ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ ଜୀବିକା ସୃଷ୍ଟିରେ ସହାୟକ ହେବ ଏହି ପ୍ରକଳ୍ପ

Proprietor Abhimanyu Maharana by Proprietor Abhimanyu Maharana
May 10, 2022
in ଓଡ଼ିଶା, ମହାନଗର, ହୋମ୍
0
ଓଡ଼ିଶାରେ ବନ୍ୟ ରେଶମ ପ୍ରକଳ୍ପ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ ଜୀବିକା ସୃଷ୍ଟିରେ ସହାୟକ ହେବ ଏହି ପ୍ରକଳ୍ପ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୦ ମଇ ମଙ୍ଗଳବାର/ଭୁବନେଶ୍ୱର :- ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ରାଜ୍ୟ ଅତିଥି ଭବନଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ବାଙ୍ଗାଲୋରସ୍ଥିତ କେନ୍ଦ୍ରୀୟ ସିଲକ୍‌ ବୋର୍ଡ ଏବଂ ଓଡ଼ିଶା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଓଡ଼ିଶାରେ ବନ୍ୟ ରେଶମ ଉନ୍ନୟନ ପ୍ରକଳ୍ପ ସଂପର୍କିତ ଏକ ତି୍ରପାକ୍ଷିକ ବୁଝାମଣା ପତ୍ର ମିଳିତ ଭାବେ ସ୍ୱାକ୍ଷରିତ ହୋଇଯାଇଛି । ପ୍ରସ୍ତାବିତ ଏହି ପ୍ରକଳ୍ପ ଦ୍ୱାରା ଜଙ୍ଗଲ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ରହୁଥିବା ଗ୍ରାମବାସୀ ଏବଂ ଜଙ୍ଗଲ ଉପରେ ନିର୍ଭରଶୀଳ ଅଧିବାସୀଙ୍କ ପାଇଁ ବନ ସଂରକ୍ଷଣ ସମିତି ଜରିଆରେ ପୋଷଣୀୟ ଜୀବନଜୀବିକା ଉପଲବ୍ଧ ହେବ । ଏହି କାର୍ଯ୍ୟକ୍ରମ ଜରିଆରେ ଗ୍ରାମାଞ୍ଚଳ ଏବଂ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରେଶମ ଚାଷୀଙ୍କ ଅଧିକ ଖୋସା ଉତ୍ପାଦନ ପାଇଁ ଟସର ପୋକ ଖାଦ୍ୟ ଭାବେ ବ୍ୟବହାର କରୁଥିବା ଅସନ ଓ ଅର୍ଜୁନ ଗଛ ରାଜ୍ୟ ଜଙ୍ଗଲ ବିଭାଗ ପକ୍ଷରୁ ବହୁଳ ଭାବେ ଲଗାଯିବ ।

ରାଜ୍ୟର ୧୮ଟି ବନଖଣ୍ଡ ଯଥା- ଆଠମଲ୍ଲିକ, ଢେଙ୍କାନାଳ, କଟକ, ବୌଦ୍ଧ, ବରଗଡ଼, ସୁନ୍ଦରଗଡ଼, ବଣାଇ, ଦେବଗଡ଼, କେନ୍ଦୁଝର, ବାରିପଦା, ରାଇରଙ୍ଗପୁର, ବଲାଙ୍ଗୀର, ଖରିଆଳ, ରାୟଗଡ଼ା, କୋରାପୁଟ, ଜୟପୁର, ନବରଙ୍ଗପୁର ଏବଂ ମାଲକାନଗିରି ବନଖଣ୍ଡରେ ଚଳିତ ବର୍ଷ ଏହି ବନ୍ୟ ରେଶମ ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ପ୍ରକଳ୍ପ ରାଜ୍ୟରେ ଜନଜାତିମାନଙ୍କର ଜୀବନଜୀବିକା ନିମନ୍ତେ ଉପଯୋଗୀ ହେବ । ମହିଳା ସଶକ୍ତିକରଣ ସହିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସେରିକଲଚର ଶାଖା ପକ୍ଷରୁ ଆଞ୍ଚଳିକ ସ୍ତରରେ ଟସର ବନୀକରଣ ନିମନ୍ତେ ଆବଶ୍ୟକୀୟ ବୈଷୟିକ ପରାମର୍ଶ ପ୍ରଦାନ କରାଯିବ । ଉତ୍ପାଦିତ ଟସର କୋଷା ବା କୁକୁନ୍‌କୁ ୫୯ଟି ପ୍ରାଥମିକ ଟସର ପାଳନ ସମବାୟ ସମିତି ଓ ସେରିଫେଡ୍‌ ମାଧ୍ୟମରେ ବିପଣନ କରାଯିବ । ପ୍ରାଥମିକ ଅବସ୍ଥାରେ ବନ ସୁରକ୍ଷା ସମିତି ସଦସ୍ୟସଦସ୍ୟାଙ୍କୁ ନିକଟସ୍ଥ ଟସର ସିଲକ୍‌ ପାର୍କ ସହିତ ଟ୍ୟାଗ୍‌ କରାଯିବ । କ୍ରମଶଃ, କୋଷାର ମୂଲ୍ୟଯୁକ୍ତ ଉତ୍ପାଦ ପ୍ରସ୍ତୁତ କରାଯିବ ।

କେନ୍ଦ୍ରୀୟ ସିଲକ୍‌ ବୋର୍ଡ ଦ୍ୱାରା ସିଲକ୍‌ ସମଗ୍ର-୨ ଯୋଜନାରେ ଏହି ପ୍ରକଳ୍ପ ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯିବ । କେନ୍ଦ୍ରୀୟ ସିଲକ୍‌ ବୋର୍ଡ ୟୁନିଟ୍‌ ମାଧ୍ୟମରେ ମୌଳିକ ଟସର ବିହନ ଉତ୍ପାଦନ କରାଯାଇ ବନ ସୁରକ୍ଷା ସମିତିର ସଦସ୍ୟସଦସ୍ୟାଙ୍କୁ ଯୋଗାଇ ଦିଆଯିବ । ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ କାର୍ଯ୍ୟକ୍ରମରେ ଉପସ୍ଥିତ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା କହିଥିଲେ ଯେ ବୁଝାମଣା ପତ୍ର ସ୍ୱାକ୍ଷରିତ କରୁଥିବା ଏହି ତିନିଟି ସଂସ୍ଥା କାର୍ଯ୍ୟକ୍ରମ ରୂପାୟନ କ୍ଷେତ୍ରରେ ଅତ୍ୟନ୍ତ ସଶକ୍ତ । ତେଣୁ ଏହି ବୁଝାମଣାପତ୍ର ସ୍ୱାକ୍ଷର ଆମ ପାଇଁ ଏକ ବଡ଼ ସଫଳତା । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶିଶିର କୁମାର ରଥୋ, କେନ୍ଦ୍ରୀୟ ସିଲକ୍‌ ବୋର୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ସଦସ୍ୟ ସଚିବ ଶ୍ରୀ ରଜିତ ରଞ୍ଜନ ଓଖାଣ୍ଡିଆର୍‌ ଏବଂ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଏହି ପ୍ରକଳ୍ପ ଜନଜାତି ଏବଂ ଗ୍ରାମାଞ୍ଚଳବାସୀଙ୍କ ଜୀବନଜୀବିକା ନିମନ୍ତେ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହେବ ବୋଲି କହିଥିଲେ ।

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଶ୍ରୀ ପ୍ରଦୀପ ରାଜ କରାଟ, ମୁଖ୍ୟ ବନ ସଂରକ୍ଷକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ରାଜ୍ୟ କାମ୍ପା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ ଦାଶ ଏବଂ ଭାରତ ସରକାରଙ୍କ କେନ୍ଦ୍ରୀୟ ସିଲକ୍‌ ବୋର୍ଡ ପକ୍ଷରୁ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ବନ୍ୟ ଟସର ଉପରେ ଆଧାରିତ ଏବଂ ଟସର ଚାଷ ଜରିଆରେ ଭଗାମୁଣ୍ଡାରେ ମହିଳା ସଶକ୍ତିକରଣ ସଂପର୍କିତ ଦୁଇଟି କ୍ଷୁଦ୍ର ବୃତ୍ତଚିତ୍ର ପ୍ରଦର୍ଶିତ ହୋଇଥିଲା । ଏହି ବୁଝାମଣାପତ୍ର ସ୍ୱାକ୍ଷର କାର୍ଯ୍ୟକ୍ରମରେ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଶ୍ରୀ ମନୋଜ ମହାପାତ୍ର ସଂଯୋଜନା କରିଥିବାବେଳେ ମୁଖ୍ୟ ବନ ସଂରକ୍ଷକ ଶ୍ରୀମତୀ ମିତା ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲା

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version