ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ

ଓଡ଼ିଶା ତାଜା ନ୍ୟୁଜ୍ /୧୧ ମଇ ବୁଧବାର /ନୟାଗଡ଼ :-୧୦ଘଟିକା ସମୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସୃଜନ ସଭାଗୃହରେ ଜିଲ୍ଲାପାଳ ଡା, ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାନ୍ୟବର ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ଏବଂ ଉଚ୍ଚଶିକ୍ଷା ବିଭାଗ ମୁଖ୍ୟ ଅତିଥି ଭାବେ, ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ପ୍ରଧାନ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ । ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ଚନ୍ଦ୍ର ପତି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ ମକରନ୍ଦ ବେଉରା, ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସତ୍ୟନାରାୟଣ ପଣ୍ଡା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ଦିଲିପ କୁମାର ଜେନା ମଂଚାସୀନ ଥିଲେ ।

ଜିଲ୍ଲାପାଳ ଡା. ଟୁଡ଼ୁ ବୈଠକରେ ସମସ୍ତଙ୍କୁ ସ୍ବାଗତ କରିବା ସଙ୍ଗେ ସଙ୍ଗେ ଆଗାମୀ ବର୍ଷାଋତୁରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଏଜେଣ୍ଡା ଅନୁଯାୟୀ ଆଲୋଚନା କରିବା ପାଇଁ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବି.ଡି.ଓ.ମାନେ ବ୍ଲକ ସ୍ତରରେ ନିର୍ବାଚିତ ଜନ ପ୍ରତିନିଧ୍ଵ, ସମସ୍ତ ବିଭାଗୀୟ ଅଧିକାରୀ,ଲାଇନ ବିଭାଗର ଅଧିକାରୀ ଏବଂ ସେ ଅଂଚଳର ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନମାନଙ୍କୁ ନେଇ ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ କମିଟି କରିବା ପାଇଁ ନିଷ୍ପତି ଗ୍ରହଣ ହୋଇଥିଲା । ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା କରିବା ନିମନ୍ତେ କଂଟ୍ରୋଲ ରୁମ ସହ ମୋବାଇଲ ସେବାକୁ ସର୍ବଦା ସକ୍ରିୟ ରଖିବା ପାଇଁ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।

ଗଣିଆ, ଛାମୁଣ୍ଡିଆ, ଭାପୁର ଆଦି ଅଂଚଳରେ ପାୱାର ବୋଟ୍‌ ଏବଂ ଦେଶୀ ଡଙ୍ଗା ଗୁଡ଼ିକୁ ସକ୍ରିୟ ରଖିବା ପାଇଁ ସଂପୃକ୍ତ ବିଡିଓମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ସି.ଡି.ଏମ.ଓ., ସି.ଡି.ଭି.ଓ. ଏବଂ ସି.ଏସ. ଓ ନିଜ ନିଜ କାର୍ଯ୍ୟକୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଆବଶ୍ୟକ ସ୍ଥାନରେ ଚୁଡ଼ା ଗୁଡ଼,ମହମବତୀ, ଦିଆସିଲ, କିରୋସିନ ଆଦି ଆବଶ୍ୟକ ସାମଗ୍ରୀ ମହଯୁଦ ରଖିବା ପାଇଁ ପରାମର୍ଶ ଦେଇଥିଲେ । ସେହିଭଳି ସି.ଡି.ଏମ.ଓ. ଆବଶ୍ୟକୀୟ ଷଧପତ୍ର, ଓ.ଆର.ଏସ. ପାଉଡର, ସାପ କାମୁଡ଼ା ଷଧ ଆଦି ମହଯୁଦ ରଖିବା ପାଇଁ କହିଥିଲେ । ସି.ଡି.ଭି.ଓ. ପ୍ରାଣୀମାନଙ୍କ ପାଇଁ ଖାଦ୍ୟ ମହଯୁଦ ରଖିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।

ବନ୍ୟା ସମୟରେ ନଦୀବନ୍ଧ ଯେପରି ଭାଙ୍ଗି ନ ଯିବ, ମହାନଦୀ କୂଳରେ ଥିବା ଦୁର୍ବଳ ସ୍ଥାନମାନଙ୍କର ସୁବ୍ୟବସ୍ଥା କରିବା ପାଇଁ ସଂପୃକ୍ତ ନିର୍ବାହୀ ଯନ୍ତ୍ରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ଡ. ସାହୁ ପରାମର୍ଶ ଦେଇଥିଲେ । ବନ୍ୟା ସମୟରେ ପାଣି ପଶି ଘରଦ୍ୱାର ଭାଙ୍ଗି ଯାଇ ଯେପରି ଗାଁଗଣ୍ଡାଗୁଡ଼ିକ ବିପଦର ସମ୍ମୁଖୀନ ନ ହୁଏ ସେଥିପାଇଁ ଆବଶ୍ୟକ ସ୍ଥାନମାନଙ୍କରେ ଆଡ଼ିବନ୍ଧ ବ୍ୟବସ୍ଥା କରିବା ପାଇଁ  ବିଧାୟକ ରଣପୁର ପ୍ରକାଶ କରିଥିଲେ । ଉଦ୍ଧାର ହୋଇ ରଣପୁରରେ ରହିଥିବା ଗୋରୁମାନଙ୍କର ରହଣୀ ସ୍ନାନର ଛାତ ଉଡ଼ି ଯାଇଥିବାରୁ ଜିଲ୍ଲା ପରିଷଦର ଅଧ୍ୟକ୍ଷ ଉଦ୍‌ବେଗ ପ୍ରକାଶ କରିଥିଲେ । ଆଗାମୀ ପ୍ରାକୃତିକ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଏହି ଛାତର ମରାମତି କରିବା ପାଇଁ ବୈଠକର ଦୃଷ୍ଟି ଆକର୍ଷଣ କରିଥିଲେ ।

ପ୍ରାକୃତିକ ବିପର୍ଯ୍ୟୟକୁ କିପରି ମୁକାବିଲା କରାଯିବ ସେଥିପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିଥିଲେ । ପାନୀୟଜଳର ସୁବ୍ୟବସ୍ଥା କରିବା ପାଇଁ ନଳକୂଅଗୁଡ଼ିକ ଶୀଘ୍ର ମରାମତି ଏବଂ କଳମଗ୍ନ ସ୍ଥାନରେ ପାନୀୟ ଜଳର ସୁବ୍ୟବସ୍ଥା କରିବା ପାଇଁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ଉପଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଏହି ବୈଠକରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ ବିଭାଗର ସମସ୍ତ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର, ସିଡିପିଓ, ସମସ୍ତ ନିର୍ବାହୀ ଅଧିକାରୀ ଏବଂ ଜନ ପ୍ରତିନିଧୂମାନେ ଯୋଗଦାନ କରିଥିଲେ ।