odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com
ଭୁବନେଶ୍ୱର ,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍ )୧୪ ମଇ, ଗୁରୁବାର : – ସ୍ୱାଧିନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କର ଆଜି ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା । ଏହା ଏକ ସଂଯୋଗ ଯେ ଜନ୍ମମାସରେ ତଥା ୯୮ତମ ଜନ୍ମଦିନ ପାଳନର ୩ ଦିନ ପରେ ତାଙ୍କର ଦେହାବସାନ ଘଟିଛି । ଅସୁସ୍ଥତା ଯୋଗୁଁ ସେ ଚିକିତ୍ସାଧିନ ଥିଲେ । ଗତ ମାର୍ଚ୍ଚ ପ୍ରଥମ ସପ୍ତାହରେ ଅସୁସ୍ଥତା କାରଣରୁ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ଗୁରୁବାର ସନ୍ଧ୍ୟାରେ ତାଙ୍କର ପରଲୋକ ଘଟିଛି ।
ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ଏକାଧାରରେ ଜଣେ ଦେଶପ୍ରେମୀ, ବିଶିଷ୍ଟ ରାଜନୀତିଜ୍ଞ ଓ ସମାଜସେବୀ ଭାବେ ପରିଚିତ । ୧୯୬୧, ୧୯୬୬ ଓ ୧୯୭୮ରେ ତିନି ଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୧୯୨୨ ମସିହା ମେ’ ୧୧ ତାରିଖରେ ଜନ୍ମଗ୍ରହଣ କରିଥିବା ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ଦେଶର ବହୁ ବରିଷ୍ଠ ରାଜନେତାଙ୍କ ସଂସ୍ପର୍ଶରେ ଆସିଥିଲେ । ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କର ସେ ଥିଲେ ଘନିଷ୍ଠ । ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ।