odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ନୟାଗଡ଼ ଜିଲ୍ଲା ରିପୋର୍ଟ /ରାମକୃଷ୍ଣ ରଥ (ଓଡିଶା ତାଜା ନ୍ୟୁଜ୍ )୧୫ ମଇ, ଶୁକ୍ରବାର :- ନୟାଗଡ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏଠାକାର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ପ୍ରାକୃତିକ ବିପର୍ଯ୍ୟୟ କମିଟି ର ପ୍ର ସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ଦଶପଲ୍ଲା ବିଧାୟକ ରମେଶ ବେହେରା, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କ ସମେତ ଜିଲ୍ଲା ର ସମସ୍ତ ଅଧିକାରୀ ଯୋଗ ଦେଇଥିଲେ ।

ପ୍ରାକୃତିକ ବିପର୍ଯ୍ୟୟ ସହ ବର୍ତମାନ ପରିସ୍ଥିତି ରେ କି ଭଳି କୋଭିଡ -19 ସହ ମୁକାବିଲା କରାଯାଇ ପାରିବ ସେ ସମ୍ପର୍କରେ ବ୍ୟାପକ ଆଲୋଚନା କରାଯାଇଥିଲା । ଏଥି ସହ ଜିଲ୍ଲାର ଉଚ୍ଚପଦସ୍ଥ ଅଧିକାରୀ ମାନେ ପ୍ରତ୍ୟେହ କୋଭିଡ 19ପାଇଁ ଯତ୍ନବାନ ଥିବା ପ୍ରକାଶ ପାଇଥିଲା ।













