• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତାରା ତାରିଣୀ ପୀଠ ରେ ଭକ୍ତି ମୟ ପରିବେଶ ପ୍ରତିଷ୍ଠା ହେଲା – ମାଙ୍କ ନୂତନ ଭବ୍ୟ ମନ୍ଦିର

Proprietor Abhimanyu Maharana by Proprietor Abhimanyu Maharana
May 18, 2022
in ଓଡ଼ିଶା, ଗଞ୍ଜାମ, ହୋମ୍
0
ତାରା ତାରିଣୀ ପୀଠ ରେ ଭକ୍ତି ମୟ ପରିବେଶ ପ୍ରତିଷ୍ଠା ହେଲା – ମାଙ୍କ ନୂତନ ଭବ୍ୟ ମନ୍ଦିର
Share on FacebookShare on TwitterWhatsapp

ଲୋକାର୍ପିତ ହେଲା ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ହଜ଼ାର ହଜ଼ାର ଭକ୍ତଙ୍କ ଗହଣରେ ଉତ୍ସବ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ରାଜ୍ୟ ବାସୀଙ୍କ ମଙ୍ଗଳ ପାଇଁ ମାଙ୍କ ଆଶୀର୍ବାଦ କାମନା କଲେ . ଯୋଜନା ର ସଫଳ ରୂପାୟନ ରେ ସ୍ଥାନୀୟ ଲୋକ ଓ ସେବାୟତଙ୍କ ସହଯୋଗ ର ଉଚ୍ଚ ପ୍ରଶଂସା କଲେ. ଉତ୍କଳୀୟ କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟ ର ଅନୁପମ ନିଦର୍ଶନ.

ଓଡ଼ିଶା ତାଜା ନ୍ୟୁଜ୍ /୧୮ ମଇ ବୁଧବାର / ମୁଖ୍ୟମନ୍ତ୍ରୀ :- ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ । ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ, ମାଙ୍କ ଆସ୍ଥାନକୁ । ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ। ପବିତ୍ର ମନ୍ତ୍ରଧ୍ବନୀର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସଂପନ୍ନ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ‌

ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ଯ୍ୟରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ ।

ଗଞ୍ଜାମବାସୀଙ୍କ ସୁଖଦୁଃଖ ରେ ଆମେ ମାଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି ଏହି କାର୍ଯ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମା ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗର ମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ଯେବେ ବି ମାଙ୍କ ଦର୍ଶନ ପାଇଁ ପୀଠକୁ ଆସିଛି, ସେତେବେଳେ ମୋତେ ବହୁତ ଭଲ ଲାଗିଛି। ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚପ୍ରଶଂସା କରିଥିଲେ । ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।

ଭକ୍ତ ଓ ପର୍ଯ୍ୟଟକ ଙ୍କ ପାଇଁ ବିକଶିତ ବିଭିନ୍ନ ସୁବିଧା ସୁଯୋଗ ର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ଏବଂ ଋଷିକୂଲ୍ୟା ନଦୀ ତଟ ଉନ୍ନତି କରଣ କାର୍ଯ୍ୟ ର ଭିତ୍ତି ମଧ୍ୟ ରଖିଥିଲେ. ପ୍ରତିଷ୍ଠା ଉତ୍ସବ ରେ ପୂରୀ ଶ୍ରୀ ଜଗନ୍ନାଥ ମନ୍ଦିର, ଭୁବନେଶ୍ୱର ର ଶ୍ରୀ ଲିଙ୍ଗରାଜ ମନ୍ଦିର. ମା ସମଲେଶ୍ୱରୀ ମନ୍ଦିର, କେନ୍ଦ୍ରାପଡ଼ା ଶ୍ରୀ ବଳଦେବ ଜୀଉ ମନ୍ଦିର ସମତେ ରାଜ୍ୟର ବିଭିନ୍ନ ମନ୍ଦିର ର ସେବାୟତ ମାନେ ମଧ୍ୟ ଯୋଗ ଦେଇଥିଲେ. ଏହି ଭବ୍ୟ ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି ପଦ୍ମଵିଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ ରହିଥିଲା .

ପ୍ରତିଷ୍ଠା ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ସ୍ବର୍ଗତ ରଘୁନାଥ ମହାପାତ୍ର ଙ୍କ ନାତି ଶ୍ରୀ ସ୍ମିତେଶ ମହାପାତ୍ର ଙ୍କୁ ସମ୍ବର୍ଦ୍ଧିତ କରିଥିଲେ.ଅନ୍ୟତମ ସ୍ଥପତି ନାରାୟଣ ତ୍ରିପାଠୀ ଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା. ସୂଚନାଯୋଗ୍ୟ ଯେ ବ୍ରହ୍ମପୁର ଠାରୁ ୩୦ କିଲୋମିଟର ଦୂରରେ ଋଶିକୂଲ୍ୟା ନଦୀ କୂଳରେ ମା ତାରାତାରିଣୀଙ୍କ ପୀଠ ଏକ ପ୍ରସିଦ୍ଧ ଶକ୍ତିସ୍ଥଳ। କୁମାରୀ ପାହାଡର ସର୍ବୋଚ୍ଚ ଶିଖରରେ ପୂଜା ପାଆନ୍ତି ଦୁଇ ଦେବୀ ମା ତାରା ଓ ତାରିଣୀ। ଏହି ପୀଠକୁ ଏକ ନୂଆ କଳେବର ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଆଜି ସାକାର ହୋଇଛି।

ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T) ଶ୍ରୀ ଭି କେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାପାଳ ଥିବା ସମୟରେ ମନ୍ଦିର ରୂପାନ୍ତରର ଭୂମି ପୂଜନ କରାଯାଇଥିଲା. ପୂର୍ବରୁ ଭକ୍ତ ମାନେ ଅନେକ ପାହାଚ ଚଢି ମା ଙ୍କ ଦର୍ଶନ ପାଇଁ ଯାଉଥିଲେ ଏବେ ropeway ସହ ପୀଠକୁ ସୁନ୍ଦର ରାସ୍ତା ମଧ୍ୟ ତିଆରି ହୋଇଛି. ଏହି କାର୍ଯ୍ୟକ୍ରମ ରେ ଉଦବୋଧନ ଦେଇ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଓ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ତାରା ତାରିଣୀ ମନ୍ଦିର ର ରୂପାନ୍ତର କୁ 5T ରୂପାନ୍ତରଣ କାର୍ଯ୍ୟକ୍ରମ ର ପ୍ରକୁଷ୍ଟ ଉଦାହରଣ ଭାବରେ ବର୍ଣ୍ଣନା କରିଥିଲେ.

କାର୍ଯ୍ୟକ୍ରମ ରେ ମନ୍ତ୍ରୀ ମଣ୍ଡଳ ର ସଦସ୍ୟ ବୃନ୍ଦ ସାଂସଦ ବିଧାୟକ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଗଞ୍ଜାମ ଜିଲ୍ଲାପାଳ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ . ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋଜ୍ଞ ପରିବେଶ ସୃଷ୍ଟି କରାଯାଇଛି। ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ବଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର, ବିଶ୍ରାମସ୍ଥଳ, ସେଣ୍ଟ୍ରାଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି ।

ପାହାଚ ଶ୍ରେଣୀ, ରୋପ୍‌ ୱେ ଏବଂ ନୂତନ ସଡକ ସହିତ ଦ୍ବାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି । ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ଯ୍ୟକୁ ଅନୁଭବ କରିବାର ସୁଯୋଗ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି। ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

September 22, 2026
Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version