• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଜଳସମ୍ପଦ ମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

Proprietor Abhimanyu Maharana by Proprietor Abhimanyu Maharana
May 19, 2022
in ଓଡ଼ିଶା, କେନ୍ଦ୍ରାପଡା, ମହାନଗର, ହୋମ୍
0
ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଜଳସମ୍ପଦ ମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୧୮ ମଇ ବୁଧବାର / କେନ୍ଦ୍ରାପଡା/ଭୁବନେଶ୍ୱର :- କେନ୍ଦ୍ରାପଡା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ କଳାବୁଦାଠାରେ ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପର ଶୁଭ ଲୋକାର୍ପଣ ମାନ୍ୟବର ରାଜ୍ୟ ଜଳସଂପଦ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଦ୍ୱାରା ଆଜି ପୂର୍ବାହ୍ଣରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଟକୁରା ବିଧାୟିକା ଶ୍ରୀମତୀ ସାବିତ୍ରୀ ଅଗ୍ରୱାଲା, କେନ୍ଦ୍ରାପଡା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ, ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଇଂ. ବିଜୟ କୁମାର ମିଶ୍ର, ମହାନଦୀ ଅବବାହିକା (କାଠଯୋଡି) ମୁଖ୍ୟଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତି, ଜଳ ନିକାଶ(ଡ୍ରେନେଡ) ମୁଖ୍ୟଯନ୍ତ୍ରୀ ବାଲେଶ୍ୱର ନାଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ପ୍ରାରମ୍ଭରେ ମନ୍ତ୍ରୀ ଶ୍ରୀ ଦାସ, ମହାନଦୀ-ଚିତ୍ରୋତ୍ପଳା ଜଳସେଚନ ପ୍ରକଳ୍ପର ଶୁଭ ଫଳକ ଉନ୍ମୋଚନ କରିଥିଲେ । ଏହି ଉପଲକ୍ଷେ ଆୟୋଜିତ ସଭାକୁ ଉଦଘାଟନ କରି ମନ୍ତ୍ରୀ ଶ୍ରୀ ଦାସ କହିଲେ ଯେ, 120 କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଦ୍ୱାରା ରାଜ୍ୟର 3ଟି ଜିଲ୍ଲାର 4ଟି ବ୍ଲକର ଦ୍ୱୀପାଂଚଳର କୃଷକ ବିଶେଷ ଭାବେ ଉପକୃତ ହେବେ । ଏହି ପ୍ରକଳ୍ପ ଦ୍ୱାରା କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ଓ ମାର୍ଶାଘାଇ, ଜଗତସିଂହପୁର ଜିଲ୍ଲାର ତିର୍ତୋଲ ବ୍ଲକ ଏବଂ କଟକ ଜିଲ୍ଲାର ନିଶ୍ଟିନ୍ତକୋଇଲି ବ୍ଲକର କୃଷକମାନଙ୍କ ପାଇଁ 6404 ହେକ୍ଟର ଜମିକୁ ଜଳସେଚନ ସୁବିଧା ହୋଇପାରିଛି । ଏହି ପ୍ରକଳ୍ପର ଲୋକାର୍ପଣ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, କୃଷକମାନଙ୍କ ଉଦ୍ଦେଶ୍ୟରେ ଶୁଭେଚ୍ଛା ବାର୍ତ୍ତା ଦେଇଥିଲେ ।

ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ଦାସ ଆହୁରି ମଧ୍ୟ କହିଥିଲେ ଯେ, କୃଷି ଓ କୃଷକର ଉନ୍ନତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଆସିଛନ୍ତି । ତାଙ୍କର ଦୃଢ ସଂକଳ୍ପ ଓ ଦିଗ୍ ଦର୍ଶନ ଯୋଗୁଁ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରିଛି । ଏହି ପ୍ରକଳ୍ପ ଅଧିନରେ ମୋଟ 15 ହଜାର 342 ହେକ୍ଟରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମିକୁ ଜଳସେଚନ ପାଇଁ ଲକ୍ଷ୍ୟଧାର୍ଯ୍ୟ ରଖାଯାଇଥିବା ବେଳେ 2004 ମସିହାରେ ରାଜ୍ୟ ସରକାରଙ୍କ ଉଦ୍ୟମରେ 8937 ହେକ୍ଟର କାର୍ଯ୍ୟ ସମାପ୍ତ କରାଯାଇଥିଲା । ଅବଶିଷ୍ଟ 6404 ହେକ୍ଟର ସେଚାଂଚଳକୁ ଜଳସେଚନ ନିମନ୍ତେ କାର୍ଯ୍ୟ ଶେଷ କରିବା ପାଇଁ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା, ତାହା ବିଶ୍ୱ ବ୍ୟାଙ୍କର ସହାୟତା ସହିତ, ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ବ୍ୟୟ ବରାଦ, ଜଳ ସଂପଦ ବିଭାଗର ତତ୍ପରତା ତଥା ସ୍ଥାନୀୟ ଜନପ୍ରତିନିଧି ଏବଂ ଜିଲ୍ଲା ପ୍ରଶାସନର ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ମନ୍ତ୍ରୀ ଶ୍ରୀ ଦାସ ପ୍ରକାଶ କରିଥିଲେ ।

ବର୍ତ୍ତମାନ ଏହି ପ୍ରକଳ୍ପ କ୍ଷେତ୍ରରେ ପ୍ରାୟ 12 କିଲୋମିଟର ଧରି ଚିତ୍ରୋତ୍ପଳା ଦକ୍ଷିଣ କେନାଲ, 10 କିମି ଧରି ପାଇକା ବାମ କେନାଲ, ପ୍ରାୟ 50 କିମି ଧରି 45 ଗୋଟି ମାଇନର ଓ ସବ୍ ମାଇନର କେନାଲ ଏବଂ ଚାଷୀଙ୍କ ଭବିଷ୍ୟତରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି 442ଟି ବିଭିନ୍ନ ନିର୍ମାଣ କାର୍ଯ୍ୟ କରାଯାଇଛି ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ । ବିଧାୟିକା ପାଟକୁରା ଶ୍ରୀମତୀ ଅଗ୍ରୱାଲା ଯୋଗଦେଇ ଅଂଚଳରେ କୃଷିଭିତ୍ତିକ ଶିଳ୍ପ ଏବଂ ବାଣିଜ୍ୟିକ ଅଭିବୃଦ୍ଧିରେ ଏହି ଜଳସେଚନ ପ୍ରକଳ୍ପ ସହାୟକ ହେବ ବୋଲି ପ୍ରକାଶ କରିଥିଲେ ।

ଜିଲ୍ଲାପାଳ , କେନ୍ଦ୍ରାପଡା ଶ୍ରୀ ଋତୁରାଜ ଏହି ପ୍ରକଳ୍ପ କାର୍ଯ୍ୟକାରିତା ଫଳରେ ଜଳସେଚନ ସୁବିଧା ହେବା ଯୋଗୁଁ ଏହାର ସୁଯୋଗ ନେବା ସହ ଧାନ ଫସଲ ବ୍ୟତୀତ ଉଦ୍ୟାନ କୃଷି ଏବଂ ବିଭିନ୍ନ ଅର୍ଥକରୀ ଫସଲ କରି ସେମାନଙ୍କର ଆର୍ଥିକ ଉନ୍ନତି କରିବାକୁ ଆହ୍ୱାନ ଦେଇଥିଲେ । ଜଳ ସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ, ମହାନଦୀ ଅବବାହିକା (କାଠଯୋଡି ସିଷ୍ଟମ) ଇଂ ମହାନ୍ତି ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଜଳ ସମ୍ପଦ ବିଭାଗ ମୁଖ୍ୟ ଯନ୍ତ୍ରୀ(ଡ୍ରେନେଜ) ବାଲେଶ୍ୱନାଥ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version