• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଚଣ୍ଡୀ ମନ୍ଦିର ପାଇଁ ୭୦ କୋଟି ଟଙ୍କା ଅର୍ଥରାଶି ଘୋଷଣା କଲେ : ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
May 19, 2022
in ଓଡ଼ିଶା, କଟକ, ହୋମ୍
0
କଟକ ଚଣ୍ଡୀ ମନ୍ଦିର ପାଇଁ ୭୦ କୋଟି ଟଙ୍କା ଅର୍ଥରାଶି ଘୋଷଣା କଲେ : ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ,ଏକ ବର୍ଷରେ କାମ ସରିବ. ସଫଳ ରୂପାୟନ ପାଇଁ  କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ /୧୯ ମଇ ଗୁରୁବାର/ କଟକ :- କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ । ହଜ଼ାର ହଜ଼ାର ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପୀଠ.ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। କାମ ଏକ ବର୍ଷରେ ଶେଷ ହେବ .

5T initiative ଅଧୀନରେ integrated development of heritage, monuments and tourist destination ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଇଛି.

କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀ ମନ୍ଦିର ର କୟାକଳ୍ପ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏ ଦିଗରେ କଟକ ବାସୀଙ୍କ ସକ୍ରିୟ ସହଯୋଗ କାମନା  କରିଥିଲେ. ପୂର୍ତ୍ତ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିକଟରେ ଏହି ଯୋଜନା ଵିଷୟରେ ଏକ presentation କରାଯାଇଥିଲା. OBCC ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ ।

ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ CCTV ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ । ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, cloak room, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ ।

ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ଓ landscaping ମଧ୍ୟ ବିକାଶ କରାଯିବ । OBCC ଜରିଆରେ ଯୋଜନା କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି ।

ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙକ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ divert କରାଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । କଟକ ଚଣ୍ଡୀ ମନ୍ଦିର ରାଜ୍ୟର ଏକ ପ୍ରାଚୀନ ଶକ୍ତିପୀଠ। ବର୍ଷ ସାରା ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ପ୍ରତିଦନ ଏଠାକୁ ଆସିଥାନ୍ତି । ଦୁର୍ଗାପୂଜା ସମୟରେ ମାଙ୍କ ଷୋଡଶ ଦିନାତ୍ମକ ପୂଜାରେ ମାଙ୍କ ବିଭିନ୍ନ ବେଶ ତେଖିବା ପାଇଁ ଏଠାରେ ପ୍ରବଳ ଜନସମାବେଶ ହୋଇଥାଏ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମାଙ୍କ ପୀଠକୁ ଯାଇ ବିକାଶ ସଂପର୍କରେ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଙ୍କ ସମତେ ବରିଷ୍ଠ ଅଧିକାରୀ ଗଣ ଓ RDC,

କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ. ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଲୋଚନା ସଂଯୋଜନା କରିଥିଲେ . ବୈଠକ ରେ ଯୋଗ ଦେଇଥିବା ମନ୍ଦିର Trust Board ସଦସ୍ୟ ଓ ସେବାୟତ ଙ୍କ ପ୍ରତିନଧି ମାନେ ଯୋଜନାର ଉଚ୍ଚ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version