• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହୀରାକୁଦର କେଜ୍ ଫିସ୍ କଲ୍ଚର ଏକ ସଫଳ ମୋଡେଲ୍ – ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର

Proprietor Abhimanyu Maharana by Proprietor Abhimanyu Maharana
May 22, 2022
in ଓଡ଼ିଶା, ସମ୍ବଲପୁର, ହୋମ୍
0
ହୀରାକୁଦର କେଜ୍ ଫିସ୍ କଲ୍ଚର ଏକ ସଫଳ ମୋଡେଲ୍ – ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର
Share on FacebookShare on TwitterWhatsapp

କମନ୍ ଫେସିଲିଟି ସେଣ୍ଟର ଏବଂ ପରୀକ୍ଷାଗାର ଶିଘ୍ର କାର୍ଯ୍ୟକାରୀ କରିବା ନିମନ୍ତେ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ୍ /୨୨ ମଇ ରବିବାର /ସମ୍ବଲପୁର/ଭୁବନେଶ୍ୱର :- ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛ ଚାଷ (କେଜ୍ ଫିସ୍ କଲ୍ଚର) ଏକ ସଫଳ ମୋଡେଲ୍ ଏବଂ ଏହା ଖୁବ୍ ଶିଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁପରିମାଣରେ ବୃଦ୍ଧି କରିବ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି । ଉଭୟ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ସମୀକ୍ଷାପରେ ଶ୍ରୀ ମହାପାତ୍ର ଏହା କହିଛନ୍ତି । ଇତି ମଧ୍ୟରେ ମୁଖ୍ୟ ଶାସନ ସଚିବ ହୀରାକୁଦ ଜଳଭଣ୍ଡାରରେ ସ୍ଥାପିତ କେଜ୍ ଗୁଡିକରେ ମାଛ ଚାଷ ସ୍ଥିତି ପ୍ରତ୍ୟକ୍ଷ ଅନୁଧ୍ୟାନ କରିବା ସହ ମାଛଚାଷୀ, ଉଦ୍ୟୋଗୀ ଏବଂ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ ।

କ୍ଷେତ୍ରସ୍ତରୀୟ ମାଛଚାଷ କାର୍ଯ୍ୟର ଅଗ୍ରଗତି ବିଷୟରେ ସନ୍ତୋଷ ପ୍ରକାଶ କରି ଶ୍ରୀ ମହାପାତ୍ର କମନ୍ ଫେସିଲିଟି ସେଣ୍ଟର, ପରୀକ୍ଷାଗାର ଏବଂ ମାଛ ପହୁଞ୍ଚାଣ ନିମନ୍ତେ ଭାସମାନ ଜେଟ୍ଟି ଆଦି ଭିତ୍ତିଭୂମିକୁ ଶିଘ୍ର କାର୍ଯ୍ୟକାରୀ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । କେଜ୍-ଫିସ୍-କଲ୍ଚର ବିକାଶ ନିମନ୍ତେ ସରକାର ଆବଶ୍ୟକୀୟ ଭିତ୍ତିଭୂମି ଓ ସହଯୋଗ ଯୋଗାଇଦେବେ ବୋଲି ଶ୍ରୀ ମହାପାତ୍ର ଉଦ୍ୟୋଗୀମାନଙ୍କୁ ପ୍ରତିଶୃତି ଦେଇଥିଲେ । କମନ୍ ଫେସିଲିଟି ସେଣ୍ଟରରେ ଚାଷୀମାନେ କେଜ ରୁ ମାଛ ଧରି ବିପଣୀ ନିମନ୍ତେ ବର୍ଗୀକରଣ, ଓଜନ, ଓ ପ୍ରସ୍ତୁତ କରିପାରିବେ । ଏଠାରେ ଚାଷୀମାନଙ୍କ ପାଇଁ ପାଣି, ବିଦ୍ୟୁତ, ପରିଚ୍ଛନ୍ନତା ଓ ଶୌଚାଳୟ ଆଦିର ବ୍ୟବସ୍ଥା ରହିବ । ସେହିପରି ମତ୍ସ୍ୟଚାଷ ଗବେଷଣା ପରୀକ୍ଷାଗାର ଜଳ-ଜୀବ ସ୍ୱାସ୍ଥ୍ୟ ନିରୀକ୍ଷଣ ଏବଂ ପରିବେଶ ସନ୍ତୁଳନ ଅନୁଧ୍ୟାନ ଆଦିରେ ସହାୟକ ହେବ । ମାଛଚାଷୀମାନେ କେଜ୍ର ରେ ବଢ଼ୁଥିବା ମାଛଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରି ଗୁଣାତ୍ମାକମାନର ଉତ୍ପାଦନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେଇପାରିବେ ।

ଜଳଭଣ୍ଡାର ଉପରିଭାଗର ୧ ପ୍ରତିଶତ ଅଂଚଳରେ ଏହି କେଜ୍-କଲ୍ଚର ସିମୀତ ରଖିବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ହୀରାକୁଦର ମତ୍ସ୍ୟ ଓ ପଶୁସଂପଦ ବିକାଶ ଉପ ନିର୍ଦ୍ଦେଶକ ଜଣାଇଥିଲେ ଯେ ଜାତୀୟ ନୀୟମାବଳୀ ଦ୍ୱାରା ନିର୍ଦ୍ଧାରିତ ସୀମାଠାରୁ ବହୁ କମ୍ ଅଂଚଳରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୨ ଟି କେଜ୍ ମାଛଚାଷ ଜୋନ୍ ଏବଂ ୬୨୫ ଟି ସବ୍- ଜୋନ ଚିହ୍ନଟ କରାଯାଇଛି । ଏହା ମଧ୍ୟରୁ ୧୦୧ ଟି ସବ୍- ଜୋନ କୁ ପୁଞ୍ଜିନିବେଶ ଆଗ୍ରହ ଭିତ୍ତିରେ ଚୟନ ହୋଇଥିବା ଉଦ୍ୟୋଗୀମାନଙ୍କୁ ଲିଜ୍ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ସେମାନଙ୍କ ମଧ୍ୟରୁ ୭୧ ଜଣ ଉଦ୍ୟୋଗୀ ବିଭାଗସହ ବୁଝାମଣାପତ୍ର ସ୍ୱାକ୍ଷର କରି କ୍ଷେତ୍ରସ୍ତରୀୟ କାମ ଆରମ୍ଭ କରିଛନ୍ତି । ୩୦ ଟି ସବ୍- ଜୋନ ରେ କେଜ୍ ସ୍ଥାପନ କାର୍ଯ୍ୟ ସରିଛି । ଉଦ୍ୟୋଗୀମାନଙ୍କୁ ନିୟମିତ ଯୋଗାଯୋଗ ଓ ବୈଷୟିକ ଜ୍ଞାନ କୌଶଳ ସଂପ୍ରସାରଣ ମାଧ୍ୟମରେ ଉତ୍ସାହିତ କରି ଆଗାମୀ ୬ ମାସରେ ଅବଶିଷ୍ଟ ସବ୍- ଜୋନ ମାନଙ୍କରେ କେଜ୍ ସ୍ଥାପନ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ, ଗୋଟିଏ ସବ୍- ଜୋନ ରେ ୧୬ ମି ବ୍ୟାସ ଏବଂ ୫ ମି ଗଭୀରତାର ୩ ଟି ଗୋଲାକାର କେଜ୍ କିମ୍ବା ୪ x ୬ x ୪ ମିଟରର ୨୪ ଟି ଆୟତଘନାକାର କେଜ୍ ସ୍ଥାପନ କରାଯାଇ ପାରିବ । ପ୍ରତି ଗୋଲାକାର କେଜ୍ ରୁ ଥରକେ ୨୫ ରୁ ୩୦ ଟନ୍ ମାଛ ଅମଳ କରାଯାଇ ପାରିବ । ଆବଣ୍ଟିତ ସବ୍- ଜୋନ ଗୁଡିକରେ ଉତ୍ପାଦନ ଆରମ୍ଭ ହେଲେ ଥରକେ ପ୍ରାୟ ୧୪୫୦୦ ଟନ୍ ରୁ ଅଧିକ ମାଛ ଅମଳ ହେବ । ହୀରାକୁଦ ଜଳଭଣ୍ଡାର ଉପରିଭାଗରେ ୧୮୭୫ ଟି ଗୋଲାକାର କେଜ୍ କିମ୍ବା ୧୫୦୦୦ ଆୟତଘନାକାର କେଜ୍ ପ୍ରତିଷ୍ଠା କରାଯାଇପାରିବ । ଏସବୁରୁ ଥରକେ ପ୍ରାୟ ୪୫୦୦୦ ଟନ୍ ରୁ ଅଧିକ ମଧୁର ପାଣି ମାଛ ଅମଳ କରାଯାଇପାରିବ ।

ଉଦ୍ୟୋଗୀମାନଙ୍କୁ ଅମଳ ମାଛର ବିପଣୀ ନିମନ୍ତେ ବଜାର- ସଂଯୋଗ ପରାମର୍ଶ ଦେବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ।
ବୈଷୟିକ କୌଶଳର ପ୍ରୟୋଗ, ଜନସାଧାରଣଙ୍କ ସହଭାଗିତା ଏବଂ ଘରୋଇ ପୁଞ୍ଜିନିବେଶ ମାଧ୍ୟମରେ ମଧୁର ପାଣି ମାଛ ଚାଷ ଆର୍ଥିକ ଅବିବୃଦ୍ଧିରେ ସହାୟକ ହେବ ବୋଲି ବିଶେଷଜ୍ଞ ଓ ବୁଦ୍ଧିଜିବୀମାନେ ଆଶା ପ୍ରକାଶ କରିଛନ୍ତି । ସମ୍ବଲପୁରର ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଏବଂ ମତ୍ସ୍ୟ ଓ ପଶୁ ସଂପଦ ବିକାଶ ଉପ ନିର୍ଦ୍ଦେଶକ ବିରଜା ପ୍ରକାଶ ଦ୍ୱିବେଦୀଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ସମୀକ୍ଷା ନିମନ୍ତେ ସଦ୍ୟତନ ତଥ୍ୟ ଉପସ୍ଥାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version