ଗଣିଆରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର

1. ସମୁଦାୟ ୧୫୭ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା ।

2. ବ୍ୟକ୍ତିଗତ ଭାବେ ୧୩୯ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୮ଗୋଟିର ଶୁଣାଣି କରାଯାଇ ସମୁଦାୟ ୯୮ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା ।

3. ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୮ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୭୯୦୦୦ – ଏବଂ ଜିଲ୍ଲା ରେଡକ୍ରସରୁ ୦୨ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୧୦୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା ।

ଓଡ଼ିଶା ତାଜା ନ୍ୟୁଜ୍ /୨୪ ମଇ ମଙ୍ଗଳବାର/ନୟାଗଡ଼ :- ଆଜି ସକାଳ ୮ଘଟିକା ସମୟରେ ଗଣିଆ ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା, ପୋମା ଟୁଡ଼ୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ ।  ସମୁଦାୟ ୧୫୭ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୩୯ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୮ଗୋଟିର ଶୁଣାଣି କରାଯାଇ ସମୁଦାୟ ୯୮ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା ।

 

ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୮ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୭୯୦୦୦ – ଏବଂ ଜିଲ୍ଲା ରେଡକ୍ରସରୁ ୦୨ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୧୦୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା । ଅବଶିଷ୍ଟ କେସ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ।

ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି, ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗଣିଆ, ତହସିଲଦାର ଗଣିଆ, ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡ଼ୁଙ୍କୁ ସହଯୋଗ କରିଥିଲେ ।

ଅପରାହ୍ନରେ ଜିଲ୍ଲାପାଳ କିଶୋରପ୍ରସାଦ ଗ୍ରାମ ପଂଚାୟତରେ 5-T ଅଧିନରେ କାର୍ଯ୍ୟକାରୀ ହେଉଥିବା ହାଇସ୍କୁଲ ଟ୍ରାନଫରମେସନ କାର୍ଯ୍ୟକ୍ରମ ବୁଲି ତଦାରଖ କରିଥିଲେ । ଏହା ପରେ ସିଧାମୁଳାରେ ଇକୋ-ଟୁରିଜିମ୍ ନିର୍ମାଣ କାର୍ଯ୍ୟ ପରିଦର୍ଶନ କରିଥିଲେ । ଉଭୟ ଉନ୍ନତି ମୂଳକ କାର୍ଯ୍ୟର ଅଗ୍ରଗତିରେ ଜିଲ୍ଲାପାଳ ସନ୍ତୋଷ ପ୍ରକାଶ କରିଥିଲେ ।