• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ସାମାଜିକ ଗଣମାଧ୍ୟମର ବ୍ୟବହାର କରି ଜନସଚେତନତା ଓ ସୂଚନା ବ୍ୟବସ୍ଥାକୁ ବ୍ୟାପକ କରନ୍ତୁ’ : ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ

Proprietor Abhimanyu Maharana by Proprietor Abhimanyu Maharana
May 28, 2022
in ଓଡ଼ିଶା, ମହାନଗର, ହୋମ୍
0
‘ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ସାମାଜିକ ଗଣମାଧ୍ୟମର ବ୍ୟବହାର କରି ଜନସଚେତନତା ଓ ସୂଚନା ବ୍ୟବସ୍ଥାକୁ ବ୍ୟାପକ କରନ୍ତୁ’ : ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ
Share on FacebookShare on TwitterWhatsapp

ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ସମ୍ମିଳନୀ

ଓଡ଼ିଶା ତାଜା ନ୍ୟୁଜ୍ /୨୮ ମଇ ଶନିବାର/ଭୁବନେଶ୍ୱର :- ପୂର୍ବାହ୍ନରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଯୋଗଦେଇ କହିଲେ ଯେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ହେଉଛନ୍ତି ଜିଲ୍ଲାସ୍ତରରେ ରାଜ୍ୟ ସରକାରଙ୍କର ମୁଖପାତ୍ର ସଦୃଶ । ସମୟ ଅନୁସାରେ ଲୋକସଂପର୍କର ପରିଭାଷା ବଦଳିଛି । ରାଜ୍ୟ ସରକାର ୫-‘ଟିି’ ଆଧାରରେ ନାଗରିକ କୈନ୍ଦ୍ରିକ ସେବା ଯୋଗାଇଦେବା ଉପରେ ଗୁରୁତ୍ୱ ଦେଇଛନ୍ତି । ବିଭାଗର ଉନ୍ନତି ପାଇଁ ବିଭାଗର କାର୍ଯ୍ୟକୁ ଅଧିକ ଦକ୍ଷତା ଓ ନିଷ୍ଠାର ସହ ସଂପାଦନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କର ନୈତିକ ଦାୟିତ୍ୱ ଓ କର୍ତ୍ତବ୍ୟ ରହିଛି ।

ବିଭାଗରେ ଥିବା ପୁରୁଣା ଦୁର୍ଲଭ ଫଟୋ, ପ୍ରମାଣିକ ଚଳଚ୍ଚିତ୍ର, ପୁରୁଣା ଚଳଚ୍ଚିତ୍ରଗୁଡ଼ିକୁ ଆଗାମୀ ପିଢ଼ି ପାଇଁ ସଂରକ୍ଷଣ କରି ରଖିବାର ଆବଶ୍ୟକତା ରହିଛି ା ବିଭାଗ ତରଫରୁ ପ୍ରକାଶିତ ହେଉଥିବା ପୁରାତନ ‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭୁ୍ୟ’ର ସଂଖ୍ୟାଗୁଡ଼ିକୁ ଓଡ଼ିଆ ଭର୍ଚୁଆଲ ଏକାଡେମୀ ସହଯୋଗରେ ଡିଜିଟାଇଜେସନ୍‌ କରାଯିବା ବିଭାଗ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା । ସାମାଜିକ ଗଣମାଧ୍ୟମର ବ୍ୟବହାର କରି ଜନସଚେତନତା ଓ ସୂଚନା ବ୍ୟବସ୍ଥାକୁ ବ୍ୟାପକ କରିବାରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ସେମାନଙ୍କର ଭୂମିକାରେ ଅଧିକ କ୍ରିୟାଶୀଳ ହେବାକୁ ସେ ପରାମର୍ଶ ଦେଇଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା, ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଲେ ଯେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ମୁଖ୍ୟତଃ ସରକାରଙ୍କ ଭାବମୂର୍ତ୍ତି ଗଠନର ଦାୟିତ୍ୱ ନିର୍ବାହ କରିଥାନ୍ତି ।

ଗଣତନ୍ତ୍ର ସରକାରରେ ବହୁ ଲୋକାଭିମୁଖୀ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ସଫଳତା ପାଇଁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ସକି୍ରୟ ଭାବେ କାର୍ଯ୍ୟ କରିବା ସହ ଜିଲ୍ଲାର କଳା, ସଂସ୍କୃତି ବିଭିନ୍ନ ବିଭବ ସଂପର୍କରେ ତଥ୍ୟ ଲୋକଲୋଚନକୁ ଆଣିବା ପାଇଁ ଉଦ୍ୟମ କରନ୍ତୁ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ କହିଲେ ଯେ ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ସାଙ୍ଗକୁ ଦକ୍ଷତାର ସହ ନିୟମିତ ଭାବେ କାର୍ଯ୍ୟ ସଂପାଦନ କରିବାର ଆବଶ୍ୟକତା ରହିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ହେଉଥିବା ବିଭିନ୍ନ ସରକାରୀ କାର୍ଯ୍ୟକ୍ରମଗୁଡ଼ିକର ଏବଂ ବିଭିନ୍ନ ଜନମଙ୍ଗଳ କାର୍ଯ୍ୟକ୍ରମର ସବିଶେଷ ସୂଚନା ବିତରଣ କରିବାରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କର ଦାୟିତ୍ୱ ରହିଥିବାରୁ ସେଗୁଡ଼ିକୁ ଯଥାର୍ଥ ଭାବରେ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଅତ୍ୟନ୍ତ ଜରୁରୀ ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି କହିଲେ ଯେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଓ ନିଷ୍ପତ୍ତିକୁ ସାମୂହିକ ଭାବେ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଦିଗରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ । ସମୟ ସହ ତାଳଦେଇ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ଦକ୍ଷତାର ସହ କାର୍ଯ୍ୟ ସଂପାଦନ କରିବେ ବୋଲି ସେ ଆଶା ପ୍ରକାଶ କରିଥିଲେ । ବିଭାଗୀୟ ବୈଷୟିକ ଅଧିକାରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । ଦ୍ୱିତୀୟ ଅଧିବେଶନରେ ପାୱାର ପଏଣ୍ଟ ମାଧ୍ୟମରେ ୫-‘ଟିି’ ଓ ‘ମୋ ସରକାର’, ଜିଲ୍ଲାସ୍ତରରେ ପରିଲକ୍ଷିତ ହେଉଥିବା ବିଭିନ୍ନ ସମସ୍ୟା, ବିତ୍ତୀୟ ଶୃଙ୍ଖଳା ବଜାୟ ରଖିବା, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟ ବିକି୍ରଲବ୍ଧ ଅର୍ଥ ନିୟମିତ ଟ୍ରେଜେରୀରେ ପଇଠ କରିବା, ସୂଚନା ଅଧିକାରୀ ଆଇନର କାର୍ଯ୍ୟକାରିତା, ସାମ୍ବାଦିକ କଲ୍ୟାଣ ଓ ସ୍ୱାସ୍ଥ୍ୟବୀମା, ସାମାଜିକ ଗଣମାଧ୍ୟମର ବ୍ୟବହାର ଆଦି ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା ।

ଏହି ସମ୍ମିଳନୀରେ ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ସହକାରୀ ବିତ୍ତ ପରାମର୍ଶଦାତା ଶ୍ରୀ ପୃଥ୍ୱୀରାଜ ପାଣି, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ଉପନିର୍ଦ୍ଦେଶକ(ଦକ୍ଷିଣାଞ୍ଚଳ) ଶ୍ରୀ ଗୁରବୀର୍‌ ସିଂ, ଉପନିର୍ଦ୍ଦେଶକ(କେନ୍ଦ୍ରାଞ୍ଚଳ) ଶ୍ରୀ ହେମନ୍ତ କୁମାର ନାୟକ, ଉପନିର୍ଦ୍ଦେଶକ(ଉତ୍ତରାଞ୍ଚଳ) ଶ୍ରୀ ବିଜୟ କୁମାର ମିଶ୍ର, ଉପନିର୍ଦ୍ଦେଶକ ବିଶ୍ୱଜିତ ଦାଶ, ସ୍ମିତା କର, ଡ. ଜ୍ୟୋତିର୍ମତୀ ସାମନ୍ତରାୟ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶର୍ୟିନୀ, ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାରୁ ଆସିଥିବା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version