No Result
View All Result
ଓଡ଼ିଶା ତାଜା ନ୍ୟୁଜ୍/୦୮ ଜୁନ ବୁଧବାର/କଳାହାଣ୍ଡି :- ଜୁନ ୫ ତାରିଖ ବିଶ୍ଵ ପରିବେଶ ଉପଲକ୍ଷେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଓଡିଶା ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ପରିବେଶ ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡିର ଅନୁବନ୍ଧିତ ନର୍ଲା ବ୍ଲକର ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁକୁ ପ୍ରକୃତି ମିତ୍ର” ପୁରସ୍କାର ସହିତ ୨୦୦୦୦ ଟଙ୍କା ଅର୍ଥ ରାଶି ପ୍ରଦାନ କରାଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଡ଼. ମୋନା ଶର୍ମା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ,ସମ୍ମାନିତ ଅତିଥି ଭାବରେ ଶ୍ରୀ ରାଜୀବ କୁମାର ନିର୍ଦ୍ଦେଶକ ସେଣ୍ଟର ଫର ଏନଭାରମେଣ୍ଟାଲ ଷ୍ଟଡିଜ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ଓ ଶ୍ରୀ ସୁଶାନ୍ତ ନନ୍ଦ ନିର୍ଦ୍ଦେଶକ ପରିବେଶ ତଥା ସ୍ୱତନ୍ତ୍ର ଶାସନ ସଚିବ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ପ୍ରମୁଖ ଉପସ୍ଥିତ ରହି ପ୍ରକୃତି ମିତ୍ର” ପୁରସ୍କାର ପ୍ରଦାନ କରିଥିଲେ ।
କାର୍ଯ୍ୟକ୍ରମରେ ଭାବନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁର ସମ୍ପାଦକ ମିଲନ କୁମାର ଭୋଇ ଓ ମୁଖ୍ୟ ସଦସ୍ୟ ସୌରଭ କୁମାର ଭୋଇ ଉପସ୍ଥିତ ରହି ପୁରସ୍କାର ପ୍ରମାଣ ପତ୍ର ଓ ଅର୍ଥ ରାଶି ଗ୍ରହଣ କରିଥିଲେ ।
No Result
View All Result