No Result
View All Result
ଓଡ଼ିଶା ତାଜା ନ୍ୟୁଜ୍/୦୮ ଜୁନ ବୁଧବାର/ବରଗଡ଼ :- ବରଗଡ ଜିଲ୍ଲାରେ ଦ୍ୱିତୀୟ କେନ୍ଦ୍ରୀୟ ବିଦ୍ୟାଳୟ ପଦ୍ମପୁରଠାରେ ପ୍ରତିଷ୍ଠା ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ପଦ୍ମପୁର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ନୂଆଦିଲ୍ଲୀର ୩ ମୂର୍ତ୍ତି ଲେନ୍ ସ୍ଥିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରି ଏ ସମ୍ପର୍କରେ ଆଲୋଚନା କରିଥିଲେ । ପଦ୍ମପୁର ଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜଣାଇଥିଲେ ।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ଉପସ୍ଥିତ କେନ୍ଦ୍ର ସରକାର ଓ ତାଙ୍କ ବିଭାଗର ଅଧିକାରୀ ମାନଙ୍କ ସହ ଆଲୋଚନା କରିବା ପରେ ପଦ୍ମପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବା ଓ ରାଜ୍ୟ ସରକାରଙ୍କ ସହ ପ୍ରକ୍ରିୟା ସମାପ୍ତ ପରେ ତୁରନ୍ତ ବିଦ୍ୟାଳୟର ପ୍ରତିଷ୍ଠା କରାଯିବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରତିନିଧି ମଣ୍ଡଳୀଙ୍କୁ ସୂଚନା ଦେଇଥିଲେ । ଏଥିରେ ପଦ୍ମପୁର ସମାଜସେବୀ ସଂଜିବ ମାଝୀ ଓ ଶଶାଙ୍କ ଶେଖର ସାହୁ ସାମିଲ ଥିଲେ ।
No Result
View All Result