odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com
ଭଦ୍ରକ ଜିଲ୍ଲା ,ରିପୋର୍ଟ / ଦୀପ୍ତିମିନ୍ ପତି (ଓଡିଶା ତାଜା ନ୍ୟୁଜ୍ ) ୧୭ ମଇ, ରବିବାର :- ଆଜି ଭଦ୍ରକ ଜିଲ୍ଲାରେ ଯେଉଁ ୨୮ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ସେମାନଙ୍କ ସଂପର୍କରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକ ତଥ୍ୟ ପ୍ରଦାନ କରାଯାଇଛି । ଏମାନଙ୍କ ମଧ୍ୟରୁ ୧୭ ଜଣ ଗୁଜୁରାଟ ଫେରନ୍ତା, ୮ ଜଣ ପଶ୍ଚିମବଙ୍ଗ ଫେରନ୍ତା, ୨ଜଣ ମହାରାଷ୍ଟ୍ର ଫେରନ୍ତା ଓ ଜଣେ ତେଲେଙ୍ଗାନା ଫେରନ୍ତା ବୋଲି ଜଣାଯାଇଛି । ଏମାନେ ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ଥିଲେ । ସେମାନଙ୍କଠାରେ କରୋନାର ଲକ୍ଷଣ ଦେଖିବାକୁ ମିଳିଥିଲା ବୋଲି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଏମାନଙ୍କୁ କଟକର ଅଶ୍ବିନୀ କୋଭିଡ୍ ହସ୍ପିଟାଲକୁ ପଠାଯାଇଥିବାର ସୂଚନା ମିଳିଛି। ଏବେ ଭଦ୍ରକ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ଏଣେ ଜିଲ୍ଲାରେ ଏଯାଏଁ ୨୧ଜଣ ସୁସ୍ଥ ହୋଇଛନ୍ତି । ଅର୍ଥାତ୍ ଏବଂ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୩ ରହିଛି ।
ଆଜି ପ୍ରଥମ ଥର ଲାଗି ସମ୍ବଲପୁର ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏତଦବ୍ୟତୀତ ଭଦ୍ରକ ଜିଲ୍ଲାରୁ୨୮, ବାଲେଶ୍ୱର ଜିଲ୍ଲାରୁ ୧୭, ଗଞ୍ଜାମ ଜିଲ୍ଲାରୁ ୧୫, କଟକ ଜିଲ୍ଲାରୁ ୧୨, ପୁରୀ ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୩, ବଲାଙ୍ଗୀର ଜିଲ୍ଲାରୁ ୨, କେନ୍ଦ୍ରାପଡ଼ା ଜିଲ୍ଲାରୁ୧ ଓ ସୁନ୍ଦରଗଡ଼ ଜିଲ୍ଲାରୁ୧ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୭ ଥିବା ବେଳେ, ଏଯାବତ୍ ୪ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ୧୯୬ଜଣ ସୁସ୍ଥ ହୋଇଛନ୍ତି ।