• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପାନ୍ତ ଅଞ୍ଚଳବାସୀଙ୍କ ଆଉ ଏକ ଉଦାହରଣ : ବାଉଁଶ ନଳୀ ଖଞ୍ଜି ପାହାଡ଼ି ଝରଣାର ପାଣି ଗାଁ ମୁଣ୍ଡକୁ ଆଣିଲେ

Proprietor Abhimanyu Maharana by Proprietor Abhimanyu Maharana
June 26, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ଉପାନ୍ତ ଅଞ୍ଚଳବାସୀଙ୍କ ଆଉ ଏକ ଉଦାହରଣ : ବାଉଁଶ ନଳୀ ଖଞ୍ଜି ପାହାଡ଼ି ଝରଣାର ପାଣି ଗାଁ ମୁଣ୍ଡକୁ ଆଣିଲେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୨୬ ଜୁନ ରବିବାର/ବାଲିଗୁଡା :- ବାରମ୍ବାର ନେହୁରା ହୋଇଥିଲେ ବି କେହି ଶୁଣି ନଥିଲେ୨ କିଲୋମିଟର ପାହାଡ଼ି ଝରଣାରୁ ଗାଁ ପର୍ଯ୍ୟନ୍ତ ବାଉଁଶ ନଳ ଖଞ୍ଜି ପାଣି ଟୋପାଏ ଆଣି ପାରିଛନ୍ତି l ବର୍ଷ ବର୍ଷ ବିତିଗଲା । ପ୍ରଶାସନ କି ଜନପ୍ରତିନିଧି କେହି କିଛି କଲେନି । ଗୁହାରି କରିବା ବହୁତ ହୋଇଗଲା, ଆଉ ନୁହେଁ। ’ ଏହିଭଳି ଏକ ସଂକଳ୍ପ ନେଇ ପାଣି ପାଇଁ ଅଣ୍ଟା ଭିଡ଼ିଲେ ୪ ଆଦିବାସୀ ପଡ଼ାର ୮୦ ପରିବାରର ଲୋକେ । କାହା ଉପରେ ନିର୍ଭର ନକରି ମୁଣ୍ଡ ଖଟାଇ ନିଜେ କୌଶଳ ବାହାର କଲେ, ଆଉ ତାକୁ କାର୍ଯ୍ୟରେ ବି କରି ଦେଖାଇଲେ । ଶେଷରେ, ଦୁଇ କିଲୋମିଟର ପାହାଡ଼ ଉପରୁ ଗାଁକୁ ବାଉଁଶ ନଳୀ ଖଞ୍ଜି ପାହାଡ଼ି ଝରଣାର ପାଣି ଗାଁ ମୁଣ୍ଡକୁ ଆଣିଛନ୍ତି ।

ପାନୀୟଜଳ ମୁନ୍ଦାଏ ପାଇବା ପରେ ଆଜି ଗ୍ରାମବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି । ଏହାହେଉଛି, କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ୍‌ ର ଦୁର୍ଗମ ସୋନପୁର ପଞ୍ଚାୟତର ଅପହଞ୍ଚ ଦବେଡ଼ି ରାଜସ୍ୱ ଗ୍ରାମର ଡୁଗେଟମାହା, ବିନ୍ଧାଣି ସାହି, ପଦାସାହି ଓ ଛକସାହି ଭଳି ୪ଟି ପଡ଼ା ଗ୍ରାମର ଘଟଣା । ଏହି ୪ ପଡ଼ା ଗ୍ରାମରେ ରହିଥିବା ବହୁ ପୁରାତନ ଦୁଇଟି କୂଅ ଓ ବହୁବର୍ଷ ପୂର୍ବେ ବସିଥିବା ୩ଟି ନଳକୂଅ କେବେଠୁ ଅଚଳ ହୋଇ ପଡ଼ିଛି । କୂଅପାଣି ଆଉ ବ୍ୟବହାରଯୋଗ୍ୟ ହୋଇପାରୁନି । ଏହାର ସମାଧାନ ପାଇଁ ଗ୍ରାମବାସୀ ବାରମ୍ବାର ପଞ୍ଚାୟତ ଜନପ୍ରତିନିଧି ଓ ବ୍ଲକ୍‌ ପ୍ରଶାସନକୁ ବର୍ଷ ବର୍ଷ ଧରି ନେହୁରା ହୋଇଛନ୍ତି । ହେଲେ, ଏହି ଗୁହାରି କାହାର କାନ‌ରେ ପଡ଼ିଲାନି ।

ଓଲଟି ଗ୍ରାମବାସୀ ବର୍ଷତମାମ ପିଇବା ପାଣି ଟୋପାଏ ପାଇଁ ଡହଳବିକଳ ହେଉଥିଲେ । ଏହି ଚାରିପଡ଼ା ଗ୍ରାମରେ ଆଦିବାସୀ ଓ ହରିଜନ ସଂପ୍ରଦାୟର ୮୦ ପରିବାରର ଜନସଂଖ୍ୟା ପାଖାପାଖି ୪୦୦ । ରୋଷେଇ ଠାରୁ ଆରମ୍ଭ କରି ପିଇବା, ଗାଧୋଇବା ଓ ଲୁଗାପଟା ସଫା କରିବା ପାଇଁ ଦୂରରେ ଥିବା ନାଳ ଓ ଚୁଆ ପାଣି ଉପରେ ନିର୍ଭର କରନ୍ତି । ବର୍ଷସାରା ଗ୍ରାମରେ ପାଣି ପାଇଁ ହାହାକାର ଲାଗି ରହୁଥିଲା । ଖରାଦିନେ ଏହି ଜଳଯନ୍ତ୍ରଣା ଦ୍ବିଗୁଣିତ ହୋଇଯାଉଥିଲା । ତେବେ, ପ୍ରଶାସନକୁ ବାରମ୍ବାର ଅବଗତ କରି ନିରାଶ ହେବାପରେ ଶେଷରେ ଗ୍ରାମବାସୀ ଏକାଠି ହୋଇ ପାନୀୟଜଳ ବ୍ୟବସ୍ଥା କରିବାକୁ ଅଣ୍ଟା ଭିଡ଼ିଥିଲେ । ଏଥିରେ ଗ୍ରାମବାସୀଙ୍କୁ ସହଯୋଗାର ହାତ ବଢ଼ାଇଥିଲା ସ୍ଥାନୀୟ ଅଞ୍ଚଳରେ ସକ୍ରିୟ ଥିବା କନ୍ଧମାଳ ଜିଲ୍ଲା ସବୁଜ ବୈଦ୍ୟ ସଂଗଠନ ।

ପାହାଡ଼ ଉପରେ ଝରଣାକୁ ସଂଯୋଗ କରି ବାଉଁଶକୁ ବାଉଁଶ ଯୋଡ଼ି ପ୍ରାୟ ଦୁଇ କିଲୋମିଟର ଲମ୍ବ ନଳ ଗ୍ରାମ ଶେଷ ମୁଣ୍ଡକୁ ପକାଇଲେ । ସେଠାରେ ସିମେଣ୍ଟ ପାଣିକୁଣ୍ଡ କରି ପ୍ରଥମେ ପାଣି ସଂରକ୍ଷଣ କରିଛନ୍ତି। ସଂରକ୍ଷଣ ଜଳକୁ ପ୍ରଥମଥର ଘରକୁ ନେଇ ବ୍ୟବହାର କରିଛନ୍ତି । ଗ୍ରାମବାସୀ ମାନେ କହିଛନ୍ତି, ଯେ,”ଗତ ଏକ ସପ୍ତାହ ଧରି ସମସ୍ତ ଗ୍ରାମବାସୀ ମିଳିମିଶି ଏଥିରେ ଶ୍ରମଦାନ କରିଛନ୍ତି। ଅଧା କାମ ସରିଛି । ବାକି କାମ ଆଉ ସପ୍ତାହେ ଭିତରେ ସାରିବାକୁ ଚେଷ୍ଟା ଚଳାଇଛୁ ।’ ଏ ନେଇ ବିଡିଓ ଗଦାଧର ପାତ୍ରଙ୍କ ସହ ଯୋଗାଯୋଗ କରିବାରୁ, ପାଣି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version