ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ବହୁ ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉତ୍କଳର ଏହି ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରାଯାଇଥିଲା ।© 2023 Odisha Taza News.