No Result
View All Result
ଓଡ଼ିଶା ତାଜା ନ୍ୟୁଜ୍/୨୯ ଜୁନ ବୁଧବାର/ଭୁବନେଶ୍ୱର :- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ସଭାପତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପିସିସି ପକ୍ଷରୁ ପାଳିତ ହୋଇଯାଇଛି । ସକାଳେ ଭୁବେନଶ୍ୱର ଗୋପବନ୍ଧୁ ଛକ ସ୍ଥିତ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ପିସିସି ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ପରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା ।
ଆଜିର ଏହି କାର୍ଯ୍ୟକ୍ରମରେ ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ମନୋରଞ୍ଜନ ଦାଶ, ଅମିୟ ପଟ୍ଟନାୟକ, ଚିନ୍ମୟ ସୁନ୍ଦର ଦାସ, ଜୟକୃଷ୍ଣ ସୁବୁଦ୍ଧି, ସଂକୁନା କହଁର, ମିହିର ଆଚାର୍ଯ୍ୟ, ସଂଜୟ ମିଶ୍ର, ଜ୍ୟୋତିଷ ସାହୁ, ଦେବେନ୍ଦ୍ର ପ୍ରସାଦ ଦାସ, ଭାସ୍କର ଚନ୍ଦ୍ର ସେଠୀ, ଆଲୋକ ମହାନ୍ତି, କୁଳମଣି ସାହୁ ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

No Result
View All Result