• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଜୁରାଟର ଅଡାଲଜ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
July 2, 2022
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଗୁଜୁରାଟର ଅଡାଲଜ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍/୧ ଜୁଲାଇ ଶୁକ୍ରବାର/ଅହମଦାବାଦ :- ଗୁଜୁରାଟର ଅହମଦାବାଦ ଓ ଗାନ୍ଧୀନଗର ମଧ୍ୟରେ ଅବସ୍ଥିତ ଅଡାଲଜ୍ ଠାରେ ଥିବା ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି । କୋଭିଡ଼ ବାଧକତା ଯୋଗୁଁ ଗତ ଦୁଇ ବର୍ଷ ହେଲା ରଥଯାତ୍ରା ଉତ୍ସବ କେବଳ ସାଙ୍କେତିକ ଢଙ୍ଗରେ ପାଳନ କରାଯାଉଥିଲା । ଚଳିତ ବର୍ଷ କଟକଣା ଲାଘବ କରାଯାଇଥିବାରୁ ଭକ୍ତ ମାନଙ୍କ ମଧ୍ୟରେ ରଥଯାତ୍ରାକୁ କେନ୍ଦ୍ର କରି ପ୍ରବଳ ଆନନ୍ଦ, ଉଲ୍ଲାସ, ଉତ୍ସାହ ଓ ଉଦ୍ଦୀପନା ଦେଖିବାକୁ ମିଳିଥିଲା ।

ଅଡାଲଜ୍ ରେ ଦୁଇ ପ୍ରହରରେ ପାଗ କୋହଲା ଥିବାରୁ ଶ୍ରଦ୍ଧାଳୁ ମାନଙ୍କର ଅସମ୍ଭବ ଭିଡ଼ ନଜରକୁ ଆସିଥିଲା । ତେବେବି ମନ୍ଦିରକୁ ପରିଚାଳନା କରୁଥିବା ଶ୍ରୀ ଜଗନ୍ନାଥ ସାଂସ୍କୃତିକ ଏକାଡେମୀ ଓ ଅନୁସନ୍ଧାନ କେନ୍ଦ୍ର(ଜେ.ସି. ଏ. ଆର୍.ସି.) ତରଫରୁ ମାସ୍କ୍ ପିନ୍ଧାକୁ ବାଧ୍ୟ କରାଯିବା ପାଇଁ ସମସ୍ତ ଆନୁସଙ୍ଗିକ ପଦକ୍ଷେପ ନିଆଯାଇଥିଲା । ମନ୍ଦିରରେ ବଢି ଭୋର୍ ରୁ ଠାକୁର ମାନଙ୍କର ଯଥାରୀତି ପୂଜାର୍ଚ୍ଚନା କରାଯାଇ ସକାଳ ୧୦ଟା ବେଳେ ପହଣ୍ଡି ବିଜେ ଆରମ୍ଭ କରାଯାଇଥିଲା ।

ପ୍ରଥମେ ପ୍ରଭୁ ସୁଦର୍ଶନ, ତାପରେ ବଡ ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ସବାଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ପହଣ୍ଡି କରାଯାଇ ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ୨୨ଫୁଟ ଉଚ୍ଚ ସୁନ୍ଦର, ସୁରମ୍ୟ ଓ ସୁସଜ୍ଜିତ ରଥ ଉପରକୁ ନିଆଯାଇଥିଲା । ଦେବୀ ସୁଭଦ୍ରାଙ୍କ ରୋଷଣୀ ମହିଳା ମାନେ କରୁଥିବାର ଦୃଶ୍ୟ ବେଶ୍ ମନୋରଞ୍ଜକ ଥିଲା । ଉପସ୍ଥିତ ଶ୍ରଦ୍ଧାଳୁ ମାନଙ୍କ ଦ୍ଵାରା ଶଙ୍ଖ, ଘଣ୍ଟ, କରତାଳ, ମର୍ଦ୍ଦଳ, ଝାଞ୍ଜ ଓ ମୃଦଙ୍ଗର ଗହ ଗହ ନାଦ ତଥା ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ବନିରେ ସମଗ୍ର ଗଗନ ପବନ ପ୍ରକମ୍ପିତ ହେଉଥିବାର ଭବ୍ୟ ଅନୁଭୂତି ଖୁବ୍ ନିଆରା ଥିଲା ।

ଗୁଜୁରାଟ ସରକାରଙ୍କର ରାଜସ୍ବ ମନ୍ତ୍ରୀ ରାଜେନ୍ଦ୍ର ଏସ୍ ତ୍ରିବେଦୀ ପାରମ୍ପରିକ ଢଙ୍ଗରେ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ । ତାଙ୍କୁ ଏହି କାର୍ଯ୍ୟରେ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ଡ଼ଃ ସୁଦୀପ କୁମାର ନନ୍ଦ ଓ ସୁରତର ମୁନିସିପାଲ କମିଶନର ବାଞ୍ଛାନିଧି ପାଣି ସହଯୋଗ କରିଥିଲେ । ଏହା ପରେ ଅପରାହ୍ନ ୨ଟା ବେଳେ ମନ୍ଦିର ସାମ୍ନାର ବଡ଼ ଦାଣ୍ଡରେ ରଥ ଗଡିବାକୁ ଆରମ୍ଭ କରିଥିଲା । ପ୍ରାୟ ୧୫୦୦୦ ଭକ୍ତଙ୍କର ଉପସ୍ଥିତିରେ ରଥକୁ ଦୀର୍ଘ ୬ କିମି ଲମ୍ବ ରାସ୍ତା ଶନି ଦେବ ମନ୍ଦିର, ସ୍ବାମୀ ନାରାୟଣ ମନ୍ଦିର ଓ ତ୍ରୀ ମନ୍ଦିର ନିକଟକୁ ନିଆଯାଇ ପୁଣି ଅପରାହ୍ନ ୪ଟା ବେଳେ ମନ୍ଦିର ବେଢ଼ାକୁ ଫେରାଇ ଅଣାଯାଇଥିଲା ।

ଏହା ପରେ ଠାକୁର ମାନଙ୍କୁ ମନ୍ଦିରର ତଳତାଲାରେ ଥିବା କମ୍ୟୁନିଟି ହଲ୍ କୁ ନିଆଯାଇ ସେଠାରେ ନିର୍ମିତ ସିଂହାସନରେ ବିରାଜମାନ କରାଯାଇଥିଲା । ରଥଯାତ୍ରା ମହୋତ୍ସବର ଆୟୋଜନ ଓ ସୁଚାରୁ ରୂପେ ସମ୍ପାଦନା କରିବାରେ ଟ୍ରଷ୍ଟ ବୋର୍ଡର ଅଧ୍ୟକ୍ଷ ଡକ୍ଟର ସୁଦୀପ କୁମାର ନନ୍ଦ, ସଦସ୍ୟ ସଚିବ ବଦ୍ରି ମହାପାତ୍ର, ସଦସ୍ୟ ହରେକୃଷ୍ଣ ଦାଶ, ମହେଶ୍ୱର ସାହୁ, ଡକ୍ଟର ନିବେଦିତା ସାହୁ, ଲୀଳା ଦାସ, ରବି ପଣ୍ଡା, ଅଶୋକ ସାମଲ, ସତ୍ୟ ମିଶ୍ର, ନାରାୟଣ ସ୍ବାଇଁ, ଅଜୟ ଦାସ, ମହେନ୍ଦ୍ର ଦାସ, ରୋହିତ ନାୟକ, ନିଗମାନନ୍ଦ ଦାସ, ବସନ୍ତ ପଣ୍ଡା ଓ ଗଣେଶ ନାୟକ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version