odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com
ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍ ) ୨୦ ମଇ ବୁଧବାର :- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳେ ୧୧ଟି ଜିଲ୍ଲାରୁ ୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଆଜି ଆଉ ଗୋଟେ ନୂଆ ଜିଲ୍ଲାକୁ ଡ଼େଇଁଛି କରୋନା । ଏହାକୁ ମିଶାଇ ରାଜ୍ୟରେ ଜିଲ୍ଲା ସଂଖ୍ୟା ୨୪କୁ ବୃଦ୍ଧି ପାଇଛି । ବତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୬ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୦୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୩୯ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି ।
ସୂଚନାଯୋଗ୍ୟ :-
ବୌଦ୍ଧରୁ ସର୍ବାଧିକ ୨୮ଆକ୍ରାନ୍ତ ଚିହ୍ନଟ। ପୁରୀରୁ ୧୧, କଟକ ୯, ଖୋର୍ଦ୍ଧା ୭, ଗଞ୍ଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ା ୨ ଓ ମାଲକାନଗିରୁ ୨ଜଣ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ୧, ଢ଼େଙ୍କାନାଳରୁ୧, ଓ କନ୍ଧମାଳରୁ ୧ ଜଣେ । ଏମାନଙ୍କ ମଧ୍ୟରୁ ୭୨ଜଣ କ୍ୱାରେଣ୍ଟାଇନ୍ରେ ଚିହ୍ନଟ ହୋଇଛନ୍ତି । ଅନ୍ୟ ୨ଜଣ ଲୋକାଲ୍ କେସ୍ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।