ପାରଳାଖେମୁଣ୍ଡି ଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି : ୬୦ ଅଭିଯୋଗ ଶୁଣିଲେ – ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା

ଓଡ଼ିଶା ତାଜା ନ୍ୟୁଜ୍/୫ ଜୁଲାଇ ମଙ୍ଗଳବାର/ପାରଳାଖେମୁଣ୍ଡି ;- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି । ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଥିବା ଉଲ୍ଲେଖିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗ ଦେଇ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଏହି ଅଭିଯୋଗ ଶୁଣାଣି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ମୋଟ ୬୦ଟି ଅଭିଯୋଗର ସମାଧାନ ପାଇଁ ପଞ୍ଜିକରଣ ହୋଇଥିଲା ।

୧୧ଗୋଟି ଅଭିଯୋଗ ଗୋଷ୍ଟିଗତ ହୋଇଥିବା ବେଳେ ୪୯ ବ୍ୟକ୍ତିଗତ ସମସ୍ୟା ରହିଥିଲା । ଏଥିମଧ୍ୟରୁ ୩ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ସମସ୍ୟାର ତୁରନ୍ତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ପଣ୍ଡା ନିର୍ଦ୍ଦେଶ ଦେଇଥିବାର ଜଣାପଡିଛି । ସେହିପରି ରେଡକ୍ରସ ପାଣ୍ଠିରୁ ୨ଜଣଙ୍କୁ ୪ହଜାର ଟଙ୍କା ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିବାର ଜଣାପଡିଛି ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ସହକାରୀଜିଲ୍ଲାପାଳ ଗୋପାଳ କୃଷ୍ଣ ଅଧିକାରୀ ପ୍ରମୁଖଙ୍କ ସହ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ