ମୋଟ ୪୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଦୁଇ ଜଣ ୯୦% ନମ୍ବର ରଖିଥିବା ବେଳେ ୧୧ ଜଣ ୮୦ ଶତକଡାରୁ ଉର୍ଦ୍ଧ୍ବ ନମ୍ବର ରଖି ବିଦ୍ଯାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି ।
ଓଡ଼ିଶା ତାଜା ନ୍ୟୁଜ୍/୭ ଜୁଲାଇ ଗୁରୁବାର/ନୟାଗଡ଼ :- ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ର ଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ପ୍ରଥମ ଶ୍ରେଣୀ ଅର୍ଥାତ୍ First Division ରେ ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରିଛନ୍ତି । ଯାହା ଆମ ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ । ୪୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୨ଜଣ, ଏ-୨ରେ ୧୧ ଜଣ, ବି-୧ରେ ୨୪ ଜଣ, ବି-୨ରେ ୦୩ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ସ୍ବୟଂଶ୍ରୀ ସାହୁ ଓ ଅଙ୍କିତା ଭାରତୀ ସାହୁ ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିଛନ୍ତି ।

ମୋଟ ୪୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଦୁଇ ଜଣ ୯୦% ନମ୍ବର ରଖିଥିବା ବେଳେ ୧୧ ଜଣ ୮୦ ଶତକଡାରୁ ଉର୍ଦ୍ଧ୍ବ ନମ୍ବର ରଖି ବିଦ୍ଯାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି । ବିଦ୍ଯାଳୟ ୧୦୦ ପ୍ରତିଶତ ରେଜଲ୍ଟ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୬୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ ଧନ୍ଯବାଦ ଅର୍ପଣ କରିଛନ୍ତି ।












