odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com
ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍ )୨୧ ମଇ,ଗୁରୁବାର : – ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ହେଲେ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି । ସେ ନିକଟରେ ସୁରତରୁ ଫେରିଥିଲେ। ତାଙ୍କ ବୟସ ୮୫ ବର୍ଷ। ତାଙ୍କର ଉଚ୍ଚ ରକ୍ତଚାପ ସମେତ ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ରହିଥିଲା । ଏହାକୁ ମିଶାଇ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି ଏବଂ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ରାଜ୍ୟରେ ଆଜି ୫୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି । ସୂଚନାଯୋଗ୍ୟ, ପୂର୍ବରୁ ୬ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରେ ଦୁଇ ଜଣ ଖୋର୍ଦ୍ଧାର ଓ ୩ଜଣ ଗଞ୍ଜାମ ଜିଲ୍ଲାର ଥିଲେ ଓ ଅନ୍ୟ ଜଣେ କଟକରୁ । ପୁଣି ଗଞ୍ଜାମରେ ଆଜି ଜଣେ ସଂକ୍ରମଣରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି ।