ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି । ଲିଙ୍ଗ ସମାନତା ଉପରେ ଗୁରୁତ୍ବ ଦିଆଯାଇ ପ୍ରତ୍ୟେକ CRUT ପକ୍ଷରୁ guide ଭାବରେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତ କରାଯାଇଛି ।
ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ବସରେ ୩୦ ଟି ଆସନ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ଆସନ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି । ସୂଚନା ଯୋଗ୍ୟ ଯେ CRUT ପକ୍ଷରୁ ବର୍ତ୍ତମାନ ୨୫୫ ଟି Diesel ବସ ଚଳାଚଳ କରୁଛି ।© 2023 Odisha Taza News.