No Result
View All Result
ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ମଙ୍ଗଳବାର) କନ୍ଧମାଳ :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନା ଅଂଚଳର ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ଶୁଣାଣୀ କରି ଫୁଲବାଣୀ ସ୍ୱତନ୍ତ୍ର ପୋକସୋ କୋର୍ଟ ଅଭିଯୁ୍କ୍ତକୁ ୨୦ ବର୍ଷ ଜେଲଦଣ୍ଡ ଶୁଣାଇବା ସହିତ ୨୦ ହଜାର ଟଙ୍କାର ଜରିମାନା କରାଯାଇଛି । ଜରିମାନା ଅନାଦେୟ ଦୋଷୀକୁ ଆଉ ଏକ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ଜଣକ ହେଲେ ଜି.ଉଦୟଗିରି ଥାନା ଅଞ୍ଚଳର ଜିତେନ୍ଦ୍ର କୁମାର ଦିଗାଲ(୪୬) । ପ୍ରକାଶ ଯେ,ଗତ ୨୦୧୯ ଏପ୍ରିଲ ୪ ତାରିଖ ଦିନ ଜନୈକା ନାବାଳିକା ଘରେ ଏକୁଟିଆ ଥିବା ବେଳେ ଅଭିଯୁକ୍ତ ନାବାଳିକାଙ୍କ ଘରକୁ ଯାଇ ନାବାଳିକାକୁ ରୁଟି ଖାଇବା ପାଇଁ ଦେଇଥିଲା ।
ଏହା ଖାଇବା ପରେ ପିଡିତା ନାବାଳିକା ମୁଣ୍ଡ ବୁଲାଇ ହେବାରୁ ସେ ଶୋଇ ପଡିଥିଲା। ଏହାର ସୁଯୋଗ ନେଇ ଅଭିଯୁକ୍ତ ଜିତେନ୍ଦ୍ର ନାବାଳିକାକୁ ଗାଁ ପାଖ ଶ୍ମଶାନକୁ ନେଇ ସେଠାରେ ଦୁଷ୍କର୍ମ କରିବା ପରେ ସେଠାରୁ ଫେରାର ହୋଇ ଯାଇଥିଲା । ଘର ଲୋକେ ଝିଅକୁ ଖୋଜାଖୋଜି କରିବା ପରେ ମଶାଣିରୁ ତାକୁ ଉଦ୍ଧାର କରିଥିଲେ । ଏ ନେଇ ପିଡିତାଙ୍କ ବଡ ଭାଇ ଜି.ଉଦୟଗିରି ଥାନାରେ ଏତଲା ଦେବାରେ ପୁଲିସ କେସ ନଂ.୫୨/୧୯ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା । ବର୍ତ୍ତମାନ ଏହି ମାମଲାର ବିଚାର କରି ସ୍ୱତନ୍ତ୍ର ପୋକସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲା ଜଜ୍ ସଂଜିତ କୁମାର ବେହେରା ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି । ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିିପି ଅସୀମ କୁମାର ପ୍ରହରାଜ ପରିଚାଳନା କରୁଥିଲେ ।

No Result
View All Result