• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା ସବୁ ଜୀବନ ମୂଲ୍ୟବାନ ହେଉଛି : ଆମର ନୀତି ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ ଓ ଯୋଗାଯୋଗରେ କୌଣସି ଗୁରୁତର ବିଭ୍ରାଟ ନ ହୁଏ, ତାହୁ ସୁନିଶ୍ଚିତ କର – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
August 16, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା ସବୁ ଜୀବନ ମୂଲ୍ୟବାନ ହେଉଛି : ଆମର ନୀତି ଯେପରି ଗୋଟିଏ ବି ଜୀବନ ହାନୀ ନ ହୁଏ ଓ ଯୋଗାଯୋଗରେ କୌଣସି ଗୁରୁତର ବିଭ୍ରାଟ ନ ହୁଏ, ତାହୁ ସୁନିଶ୍ଚିତ କର – ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share on FacebookShare on TwitterWhatsapp

୧୦ଟି ଜିଲ୍ଲାର ଜିଲ୍ଲାପାଳମାନେ ସତର୍କ ରୂହନ୍ତୁ ବିପଦସଂକୁଳ ସ୍ଥାନ ଗୁଡିକରୁ ଲୋକଙ୍କୁ ସ୍ଥାନାନ୍ତର ।

ଓଡ଼ିଶା ତାଜା ନ୍ୟୁଜ (୧୬ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀ ମାନଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେଇଛନ୍ତି ।

ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ ।

ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇ NDRF, ODRAF ଓ Fire Service Unit ଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

ହସ୍‌ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ବଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ବାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ।

ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟାତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି । ବୈଠକରେ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ଉପସ୍ଥାପନା ରଖି କହିଲେ ଯେ ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ଟି ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମ୍ଭାବନା ଦେଖାଦେଇଛି ।

ଗତକାଲି ହୀରାକୁଦର ୮ଟି ଗେଟ୍‌ ବନ୍ଦ କରାଯାଇଛି ଏବଂ ବର୍ତ୍ତମାନ ୨୬ଟି ଗେଟ୍‌ ଖୋଲା ରହିଛି । ଏହାଦ୍ବାରା ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି । ୭ଟି ଜିଲ୍ଲାରେ ୯ଟି ଓଡ୍ରାଫ, ୬ଟି ଜିଲ୍ଲାରେ ୯ଟି NDRF ଟିମ୍‌, ୪୪ଟି ଅଗ୍ନିଶମ ସେବା ୟୁନିଟ୍‌କୁ ସଜାଗ ରଖାଯାଇଛି । ଆଜି ମହାନଦୀର ମୁଣ୍ଡଳୀ ଠାରେ ୧୧.୭୫ ଲକ୍ଷ କ୍ୟୁସେକ ଜଳ ପ୍ରଭାବିତ ହେବ ବୋଲି ସେ ସୂଚନା ଦେଇଥିଲେ। ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି  ।

୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେଥିପାଇଁ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଏହାସହିତ ନଦୀବନ୍ଧ ଗୁଡିକ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା ପାଇଁ ମଧ୍ୟ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ CMC Commissioner ଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ ।

ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version