ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଖୋର୍ଦ୍ଧା-ଜଟଣୀ :- ଲଗାଣ ବର୍ଷା ଯୋଗୁଁ ବନ୍ୟାପାଣି ଘେରରେ ଥିବା ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପରଖିବା ସହ ବନ୍ୟା ବିପନ୍ନ ଲୋକମାନଙ୍କୁ ସେମାନଙ୍କ ଅସୁବିଧା ସମ୍ପର୍କରେ ପଚାରି ଅନୁଧ୍ୟାନ କରିବା ସହ ଶୁଖିଲା ଖାଦ୍ୟ ବଣ୍ଟନ କରିଛନ୍ତି
ରାଜ୍ୟସଭା ସାଂସଦ ମୁନା ଖାଁ ଓ ଖୋର୍ଦ୍ଧା ଜିଲ୍ଲା ବିଜେଡ଼ି ସଭାପତି ବିଭୂତି ବଳବନ୍ତରାୟ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଖୋର୍ଦ୍ଧାଜିଲ୍ଲା ଜିଲ୍ଲାପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନସିଂ ପ୍ରମୁଖ ।















