No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ଗଣେଶ ପୂଜା ଅବସରରେ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଆୟୋଜନ କରାଯାଇଅଛି . ରାଜ୍ୟରେ ଥିବା ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ମାନଙ୍କରେ ଜଡିତଥିବା ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ତାଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ POHI-୨୦୨୨-୨୩ ଯୋଜନାରେ ଏହା ଅନୁଷ୍ଠିତ ହୋଇଅଛି . ଆଜି ଏହି ମେଳାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଉଦ୍ଘାଟନ କରିଛନ୍ତି . ଏହି ଉସିବରେ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ଦାଶ, ସମ୍ବଲପୁରୀ ବସ୍ତ୍ରାଳୟର ସଂପାଦକ ଶ୍ରୀଯୁକ୍ତ ସଂପୂର୍ଣ୍ଣାନନ୍ଦ ପ୍ରଧାନ, ଓ ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡର ବାଣିଜ୍ୟ ଅଧିକାରୀ ଶ୍ରୀଯୁକ୍ତ ହେମନ୍ତ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ .
ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ, କଟକ, ସୋନପୁର, ଆଠଗଡ, ଢେଙ୍କାନାଳ, ବାରିପଦା, ଖୋର୍ଦ୍ଧା, ନୟାଗଡ, କଲାହାଣ୍ଡି, ବଲାଙ୍ଗିର ଓ ବୌଦ୍ଧ ବୟନ ମଣ୍ଡଳମାନଙ୍କରୁ ୫୫ଗୋଟି ସମବାୟ ସମିତି/ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସେମାନଙ୍କର ଉତ୍ପିାଦିତ ଲୁଗାର ପ୍ରଦର୍ଶନୀ ଓ ବିକ୍ରୟ କରିବା ପାଇଁ ଯୋଗଦାନ କରିଛନ୍ତି .ଏଥି ସକାଶେ ସେମାନଙ୍କୁ ୫୫ଗୋଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଅଛି . ଏହି ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଆସନ୍ତା ତା.୩୧.୦୮.୨୦୨୨ ପର୍ଯ୍ୟନ୍ତ ଚାଲୁରହିବ ‘ ଏହି ଏକାମ୍ର ହାଟରେ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରଚେଷ୍ଠାରେ ଗତ ତା.୦୨.୧୦.୨୦୨୧ ରୁ ତା.୧୪.୦୮.୨୦୨୨ ପର୍ଯ୍ୟନ୍ତ ରାଜ୍ୟର ୫୩୬ଜଣ ହସ୍ତତନ୍ତ ବୁଣାକାର/ସଂସ୍ଥା ଓ ୭୧୮ଜଣ ହସ୍ତଶିଳ୍ପ କାରିଗର ଭାଗନେଇ ଯଥାକ୍ରମେ ୭୦୦.୭୨ ଓ ୩୮୫.୦୪ ଲକ୍ଷ ଟଙ୍କା,
ଏହିପରି ମୋଟ ୧୦୮୫.୭୬ ଲକ୍ଷ ଟଙ୍କାର କାରବାର କରିପାରିଛନ୍ତି, ଯାହାକି ଏକ ଯୁଗାନ୍ତକାରି ପଦକ୍ଷେପ ଅଟେ . ଏତତ୍ବ୍ୟତୀତ ଉକ୍ତ ହାଟରେ ଥିବା ଫୁଡ ଷ୍ଟଲମାନଙ୍କରେ ମଧ୍ୟ ୨୧୩.୦୩ ଲକ୍ଷ ଟଙ୍କାର ବିକ୍ରୟ କରି ପାରିଛନ୍ତିି ଓ ଏହି ହାଟରେ ୧୬ଗୋଟି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଅଛି ‘ ଉକ୍ତ ଅବଧି ମଧ୍ୟରେ ଏକାମ୍ର ହାଟ ମଧ୍ୟକୁ ୧.୯୬ ଲକ୍ଷ ଲୋକ ଆଗମନ କରିଛନ୍ତିି . ତା.୧୭.୦୮.୨୦୨୨ରୁ ଆରମ୍ଭ ହେଉଥିବା ସ୍ୱତନ୍ତ୍ର ମେଳାରେ ଗ୍ରାହକମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଉପିାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟରେ ୧୦% ସରକାରୀ ରିହାତିରେ କିଣିପାରିବେ . ଏହାର ସୁଯୋଗ ନେବାପାଇଁ ସମିତି ତରଫରୁ ଗ୍ରାହକମାନଙ୍କୁ ଅନୁରୋଧ କରାଯାଉଅଛି .

No Result
View All Result