No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୧ ଅଗଷ୍ଟ ରବିବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦର ସ୍ୱାୟତ ଶାସନ ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରସ୍ତୁତି ବୈଠକରେ ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଉପାଧ୍ୟାୟ ଲେଙ୍କା ମଧୁ ଓ ପୌର ପରିଷଦର ସହକାରୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଏହି ବୈଠକରେ ବିଭିନ୍ନ ୱାଡ଼ର କାଉନସିଲର ଓ ପୌର ପରିଷଦ ର କର୍ମଚାରୀ ମାନେ ଉପସ୍ଥିତ ରହି ସ୍ୱାୟତ ଶାସନ ଦିବସ କିପରି ସରସ ସୁନ୍ଦର ହୋଇ ପାରିବ ତାହା ଉପରେ ଆଲୋଚନା ହୋଇଥିଲା । ପରିଶେଷରେ ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

No Result
View All Result