No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୭ ଅଗଷ୍ଟ ଶନିବାର ) ଭୁବନେଶ୍ୱର :- ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ମହୋଦୟା ଆଜି ଭୁବନେଶ୍ୱର ଲୋକସଭା ଅନ୍ତର୍ଗତ ଜଟଣୀ ଠାରେ NISER ଠାରେ 650 କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବ ଟାଟା ମେମୋରିଆଲ କ୍ୟାନ୍ସର ହସ୍ପିଟାଲ ନିର୍ମାଣ ବିଷୟ ସମୀକ୍ଷା କଲେ l ଏହି ପ୍ରକଳ୍ପ ଆଗାମୀ 3ମାସ ମଧ୍ୟରେ ଭିତ୍ତି ପ୍ରସ୍ତର ସ୍ଥାପନ ହେବ ଏବଂ ପରବର୍ତ୍ତୀ 18ମାସ ମଧ୍ୟରେ ନିର୍ମାଣ ସମାପ୍ତ ହେବ l
ହସ୍ପିଟାଲ ବ୍ୟତୀତ ହଷ୍ଟେଲ, ଧର୍ମଶାଳା, ଗେଷ୍ଟ ହାଉସ, ଷ୍ଟାଫ କ୍ୱାଟର, ବିଦ୍ୟାଳୟ ଆଦି ନିର୍ମାଣ ହେବ l ରୋଗୀ ଚିକିତ୍ସା ସହ ରିସର୍ଚ୍ଚ ଏବଂ ଔଷଧ ନିର୍ମାଣ ମଧ୍ୟ ହେବାର ବ୍ୟବସ୍ଥା ଅଛି l ପ୍ରଧାନମନ୍ତ୍ରୀ Narendra Modi ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ ସହ ବିଭାଗୀୟ ଜିତେନ୍ଦ୍ର ସିଂ ଙ୍କୁ ଧନ୍ୟବାଦ ଏବଂ କୃତଜ୍ଞତା ଜ୍ଞାପନ କରିଥିଲେ l
650 କୋଟି ବିନିଯୋଗରେ ନିର୍ମାଣ ହେବାକୁ ଥିବା ପ୍ରକଳ୍ପରେ ରାଜ୍ୟ ସରକାର ଆବଶକୀୟ ସହାୟତା ଯୋଗାଇ ଦେବା ପାଇଁ ସାଂସଦ ମହୋଦୟା ଅନୁରୋଧ କରିଥିଲେ l ଏହି ଅବସରରେ ନିର୍ଦେଶକ ଶ୍ରୀ ସୁଧାକର ପଣ୍ଡା ରେଜିଷ୍ଟର ଶ୍ରୀ ଅଭୟ ନାୟକ ବିଧାୟକ ପାର୍ଥୀ ବିଶ୍ୱରଞ୍ଜନ ବଡ଼ଜେନା ସମସ୍ତ ସ୍ଥାନୀୟ ଅଧିବାସୀ ନେତୃବୃନ୍ଦ ଉପସ୍ଥିତ ଥିଲେ l



No Result
View All Result