No Result
View All Result
ଓଡ଼ିଶା ତାଜା ନ୍ୟୁଜ (୨୯ ଅଗଷ୍ଟ ସୋମବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ମିଶ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ଅତିଥି ଭାବେ ନୂଆଗାଁ ଗ୍ରାମପଞ୍ଚାୟତ ସରପଞ୍ଚ ଅମିତା ପରିଡା, ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳି ସାସମଲ୍,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସାରଦା ପ୍ରସାଦ ଖଣ୍ଡୁଆଳ,
ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଉମେଶ ଚନ୍ଦ୍ର କର, ଜ୍ୟୋସ୍ନାରାଣୀ ସେଠୀ,ସି ଆର୍ ସି ସି କୈଳାସ ଚନ୍ଦ୍ର ନାୟକ ଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ସଭ୍ୟା ଯୋଗଦେଇ ୧୧୦ ଜଣ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କରିଥିଲେ । ସେହିପରି ସିମିଳି ସାହି କ୍ଲାଷ୍ଟର ରେ ଥିବା ଚଡ଼କ ମରା ସରକାରୀ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଧର ପ୍ରଧାନ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବ ରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା ଯୋଗଦେଇ ୩୧ ଜଣ ଛାତ୍ର ଛାତ୍ରୀ ଙ୍କୁ ପୋଷାକ ବଣ୍ଟନ କରିଥିଲେ ।


No Result
View All Result