No Result
View All Result
ଓଡ଼ିଶା ତାଜା ନ୍ୟୁଜ (୦୨ସେପ୍ଟେମ୍ବର ଶୁକ୍ର ବାର) ଭୁବନେଶ୍ୱର :- ବିଶିଷ୍ଟ ନାଟ୍ୟକାର, ଦିଲ୍ଲୀ ଦୂରଦର୍ଶନର ବରିଷ୍ଠ ଅଧିକାରୀ ଓ ପ୍ରଶାସକ ତଥା ଓଡ଼ିଆ ଭାଷା ସାହିତ୍ୟର ବିଶିଷ୍ଟ ଲେଖକ ଏବଂ ରାମୋଜୀ ଫିଲ୍ମ ସିଟି ହାଇଦ୍ରାବାଦର ମୁଖ ତଥା ଇ ଟିଭିର ବରିଷ୍ଠ ପ୍ରଯୋଜକ ତଥା ନିର୍ଦ୍ଦେଶକ ଅକ୍ଷୟ କୁମାର ମହାନ୍ତିଙ୍କ ଆଜି ସକାଳ ସାତଟା ସମୟରେ ଇହଲୀଳା ସମ୍ବରଣ କରିଛନ୍ତି । ଆଜି ପୁରୀ ସ୍ବର୍ଗ ଦ୍ବାର ଠାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।
ପ୍ରକାଶ ଥାଉକି ଅବସର ପରେ ସ୍ଵର୍ଗତ ମହାନ୍ତି ଓଡ଼ିଆ ଦୃଶ୍ୟମାନ ସାହିତ୍ୟ ଉପରେ ଡଃ ହରିହର କାନୁନଗୋଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଗବେଷଣା କରି ପିଏଚଡ଼ି ଡିଗ୍ରୀ ଲାଭ କରିଛନ୍ତି । ଭୁବନେଶ୍ୱର ନୀଳାଦ୍ରି ବିହାର ସେକ୍ଟର ୧,ଏଚ.ଆଇ.ଜି ୨,ପ୍ଲଟ ନମ୍ବର ୧୩୩ ସ୍ଥିତ ନିଜ ବାସଭବନରେ ପରଲୋକ ଘଟିଛି।ତାଙ୍କ ବିୟୋଗରେ ଗଭୀର ଶୋକର ଛାୟା ଖେଳିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା ।

No Result
View All Result