• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧଉଳି ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ପାଇଁ ବ୍ୟାପକ ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
September 9, 2022
in ଓଡ଼ିଶା, ମହାନଗର, ହୋମ୍
0
ଧଉଳି ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ପାଇଁ ବ୍ୟାପକ ପ୍ରସ୍ତୁତି
Share on FacebookShare on TwitterWhatsapp

ଅକ୍ଟୋବର ୨୮ ରେ ମୁଖ୍ୟ ଉତ୍ସବ : ମାସକ ମଧ୍ୟରେ ସମସ୍ତ ପ୍ରସ୍ତୁତି କାମ ସାରିବାକୁ – ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ ( ୮ ସେପ୍ଟେମ୍ବର ଗୁରୁବାର ) ଭୁବନେଶ୍ୱର :- ୧୯୭୨ ମସିହାରେ ଧଉଳି ପାହାଡରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୁପ ଏବଂ ବୌଦ୍ଧ ପୁଣ୍ୟପୀଠ ଚଳିତ ବର୍ଷ ୫୦ ବର୍ଷ ପୁରଣ କରୁଛି । ଏହାକୁ ସ୍ମରଣୀୟ କରିବା ନିମନ୍ତେ ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି । ଏହି ଉପଲକ୍ଷେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ ଉତ୍ସବ ପାଳନ ସମ୍ବନ୍ଧିତ କାର୍ଯ୍ୟକ୍ରମ ଏବଂ ପରିଚାଳନା ବିଷୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ।

ଚଳିତ ବର୍ଷ ଅକ୍ଟୋବର ୨୮ ତାରିଖ ଦିନ ମୁଖ୍ୟ ଉତ୍ସବ ପାଳନ ନିମନ୍ତେ ସ୍ଥିର ହୋଇଥିଲା । ଏଥିରେ ପୃଥିବୀର ବିଭିନ୍ନ ଦେଶରୁ ପ୍ରାୟ ୧୫୦ ବୌଦ୍ଧ ସନ୍ୟାସୀ ଯୋଗ ଦେବାର ସମ୍ଭାବନା ଅଛି । ମୁଖ୍ୟ ଉତ୍ସବ ଦିନ ଭୁବନେଶ୍ୱରରୁ ଧଉଳି ପର୍ଯ୍ୟନ୍ତ ଏକ ଶାନ୍ତି ଶୋଭାଯାତ୍ରା ଆୟୋଜିତ ହେବ ।
ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ପ୍ରସ୍ତୁତିର ଅଗ୍ରଗତି ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ଯେ ଶାନ୍ତି ସ୍ତୁପ ଓଡ଼ିଶାର ଅନ୍ୟଏକ ପରିଚୟ । ଓଡ଼ିଶା ସରକାର ଏବଂ କଳିଙ୍ଗ ନିପ୍ପୋନ୍ ବୁଦ୍ଧ ସଂଘ ସହଭାଗିତାରେ ପ୍ରତିଷ୍ଠିତ ଏହି କିର୍ତ୍ତୀସ୍ତମ୍ଭ ବହୁସଂଙ୍ଖ୍ୟକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରେ । ତେଣୁ ଏହାର ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ଆର୍ଥିକ ଏବଂ ପ୍ରଶାସନିକ ସହଯୋଗ ଯୋଗାଇ ଦିଆଯିବ ।

ବର୍ତ୍ତମାନ ଓଡ଼ଶା ସରକାରଙ୍କ ତରଫରୁ ପ୍ରାୟ ୧.୮୭ କୋଟି ଟଙ୍କା ବ୍ୟୟବରାଦରେ କରାଯାଉଥିବା ଶାନ୍ତିସ୍ତୁପ ସଂରକ୍ଷଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଚଳିତ ମାସ ଶେଷସୁଦ୍ଧା ସାରିବା ପାଇଁ ଶ୍ରୀ ମହାପାତ୍ର ପୁର୍ତ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶାନ୍ତିସ୍ତୁପକୁ ସଂଯୋଗ କରୁଥିବା ରାସ୍ତାର ନବୀକରଣ ଓ ଆଲୋକିକରଣ କାର୍ଯ୍ୟ ଉତ୍ସବର ବହୁ ଆଗରୁ ସାରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।  ବୈଠକରେ ଉପସ୍ଥିତ ପଦ୍ମବିଭୁଷଣ ଶ୍ରୀ ସୁଦର୍ଶନ ସାହୁ କହିଥିଲେ ଯେ ସଂରକ୍ଷଣ କାର୍ଯ୍ୟ ଦେଖିବା ପାଇଁ ଜାପାନରୁ ଆସିଥିବା ବୈଷୟିକ ଯନ୍ତ୍ରୀମାନେ ଓଡ଼ିଶା ସରକାରଙ୍କ ଦ୍ୱାରା କରାଯାଉଥିବା ଗୁଣାତ୍ମକମାନ କାର୍ଯ୍ୟର ପ୍ରଶଂସା କରିଥିଲେ । ଧଉଳିର ମୁଖ୍ୟ ସନ୍ୟାସୀ ମଧ୍ୟ ଏହି କାର୍ଯ୍ୟର ମାନ ଏବଂ ଅଗ୍ରଗତି ବିଷୟରେ ସନ୍ତୋଷ ପ୍ରକାଶ କରିଥିଲେ ।

ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ମଞ୍ଚ ପ୍ରସ୍ତୁତି, ସାଜସଜ୍ଜା, ବିଭିନ୍ନ ଦେଶରୁ ଆସୁଥିବା ସନ୍ୟାସୀ ଓ ପ୍ରତିନିଧି ମାନଙ୍କର ଆଗମନ, ରହଣୀ, ଉତ୍ସବରେ ଯୋଗଦାନ, ଆତିଥ୍ୟ ଆଦି ବିଷୟରେ ସବିଶେଷ ଯୋଜନା ଏବଂ ଖର୍ଚ୍ଚ ଆକଳନ କରି ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଦାଖଲ କରିବା ପାଇଁ ଶ୍ରୀ ମହାପାତ୍ର ସ୍ଥାନୀୟ ଧଉଳି ଉନ୍ନୟନ କମିଟିଙ୍କୁ ପରାମର୍ଶ ଦେଇଥିଲେ । ଏହି କମିଟି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟ କରିବ । ଧଉଳିରେ ସ୍ଥାପନ କରାଯାଇଥିବା ବିଭିନ୍ନ ପ୍ରକାର ପର୍ଯ୍ୟଟକ ସୁବିଧା କେନ୍ଦ୍ର, ରାସ୍ତା ଆଲୋକ ଆଦିର ରକ୍ଷଣା ବେକ୍ଷଣ ଓ ପରିସରର ପରିଚ୍ଛନ୍ନତା ଆଦି କାର୍ଯ୍ୟ ନିୟମିତ ଭାବେକରିବା ପାଇଁ ଏହି ସ୍ଥାନୀୟ କମିଟିଙ୍କୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ କମିଟି ପ୍ରବେଶ ଟିକେଟ ଓ ପାର୍କିଂ ଟିକେଟ ଆଦିରୁ ସଂଗୃହିତ ରାଶି ବିନିଯୋଗ କରିବେ ।

ଶାନ୍ତିସ୍ତୁପ ପାଦଦଶ ପ୍ଲାଟଫର୍ମର ନବୀକରଣ, ଆଲୋକ ଏବଂ ଶବ୍ଦ ପ୍ରଦର୍ଶନୀର ନବୀକରଣ ଏବଂ ପୁନଃଆରମ୍ଭ ଦୁରରୁ ସ୍ତୁପର ଦୃଶ୍ୟକୁ ଅବରୋଧ କରୁଥିବା ବୃକ୍ଷଡାଳ ଆଦିର ସଜ୍ଜୀକରଣ, ରାସ୍ତା ଆଲୋକିକରଣ, ହସ୍ତଶିଳ୍ପ ବଜାର ଏବଂ ସପିଂକମ୍ପେଲକ୍ସକୁ ବ୍ୟବସାୟ ଅନୁକୁଳ ଉପଯୁକ୍ତ ଯାଗାକୁ ସ୍ଥାନାନ୍ତରଣ ଆଦି ବିଷୟରେ ଆଲୋଚନା ହୋଇ ସେସବୁର ସମାଧାନ ପନ୍ଥା ନିର୍ଦ୍ଧାରଣ କରାଯାଇଥିଲା ।  ପଦ୍ମ ବିଭୁଷଣ ସୁଦର୍ଶନ ସାହୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢ଼ୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପର୍ଯ୍ୟଟନ ନିର୍ଦ୍ଦେଶକ ଶ୍ରୀ ସଚ୍ଚିନ୍ ରାମଚନ୍ଦ୍ର ଯାଦବ, ସୂଚନା ଓ ଲୋକ ସଂପର୍କ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ରଂଜନ କୁମାର ଦାସଙ୍କ ସମେତ ଧଉଳିର ମୁଖ୍ୟ ସନ୍ୟାସୀ ଓ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । (ଉମାକାନ୍ତ ମହାପାତ୍ର, ସୂଚନା ଅଧିକାରୀ, ମୁଖ୍ୟ ଶାସନ ସଚିବ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version