• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫-ଟି ସଚିବଙ୍କ କଟକ ଗସ୍ତ ; କଟକ ବଡ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
September 19, 2022
in ଓଡ଼ିଶା, କଟକ, ମହାନଗର, ହୋମ୍
0
୫-ଟି ସଚିବଙ୍କ କଟକ ଗସ୍ତ ; କଟକ ବଡ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା
Share on FacebookShare on TwitterWhatsapp

1. ଡିସେମ୍ବର ୨୦୨୩ ସୁଦ୍ଧା ବଡ ଡାକ୍ତରଖାନାର କ୍ଲିନିକାଲ ବ୍ଲକ ୧ ଓ ୪ ର କାମ ଶେଷ କରିବାକୁ ନିର୍ଦ୍ଦେଶ

2. SCB Public School କାମ ମାର୍ଚ୍ଚ ୨୩ ସୁଦ୍ଧା ଶେଷ ହେବ

3. ତାଳଦଣ୍ଡା କେନାଲ ସୌନ୍ଦର୍ଯ୍ୟକରଣ ସହିତ ସଂଗ୍ରହାଳୟ ଓ ପ୍ରଦର୍ଶନୀସ୍ଥଳର ବିକାଶ କରାଯିବ

4. ଅରବାନ ହାଟ କାମ ଡିସେମ୍ବର ୨୦୨୨ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ

ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ସୋମବାର ) କଟକ :- କଟକ ଶ୍ରୀରାମଚଂଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସୁଯୋଗ ବିକଶିତ କରିବାର ଆବଶ୍ୟକତା ଅନୁଭୂତ ହୋଇଥିଲା। ୧୭୫ ଏକର ଜମିରେ ୩୫୦୦ କୋଟି ଟଙ୍କାରେ ଏହି ମର୍ଯ୍ୟଦାଜନକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର ୫-ଟି ଉପକ୍ରମରେ ରୂପାନ୍ତରଣ କରି AIIMS Plus ସୁବିଧା ରୋଗୀଙ୍କୁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର କାମ କରୁଛନ୍ତି ।

କଟକ ଶ୍ରୀରାମଚନ୍ଦ୍ରଭଂଜ ମେଡିକାଲ କଲେଜକୁ ଶିକ୍ଷା, ଚିକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କର ଦୂରଦର୍ଶୀ ଯୋଜନା ବାସ୍ତବରୂପ ନେବାକୁ ଯାଉଛି । ଏହି ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସକାଳେ କଟକ ବଡ ଡାକ୍ତରଖାନା ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ନିର୍ମାଣ କାର୍ଯ୍ୟର ଗୁଣାତ୍ମକ ମାନସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ବାରୋପ କରିଥିଲେ ।

ନୂଆକରି ନିର୍ମାଣ ହେଉଥିବା କ୍ଲିନିକାଲ ବ୍ଲକ ୧ ଓ ୪ ର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ତାସହିତ ଅନ୍ୟ ବ୍ଲକ ଗୁଡିକର ନିର୍ମାଣ ଗୁଡିକ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ରୋଗୀଙ୍କ ସଂପର୍କୀୟ ମାନଙ୍କ ରହିବା ନିମନ୍ତେ ଧର୍ମଶାଳା ଓ ବଜେଟ ହୋଟେଲ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ରାଣୀହାଟ ଛକ ନିକଟରେ commercial complex କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ବଡ ଡାକ୍ତରଖାନାର ଅଧ୍ୟାପକ, ଚିକିତ୍ସକ ଓ ଅନ୍ୟ କର୍ମଚାରୀମାନଙ୍କ ରହଣୀ ନିମନ୍ତେ ୧୩ଟି Residential Block ନିର୍ମାଣ କରାଯିବ । ବର୍ତ୍ତମାନ ସୁଦ୍ଧା ମାତ୍ର ୫ଟି କାମ ଆରମ୍ଭ ହୋଇଛି। ତେଣୁ ତୁରନ୍ତ ସମସ୍ତ ଆବାସିକ ବ୍ଲକର କାମ ଆରମ୍ଭ କରି ଡିସେମ୍ବର ୨୦୨୩ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ SCB Public School ର କାମ ମଧ୍ୟ ମାର୍ଚ୍ଚ ୨୦୨୩ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ପରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ତାଳଦଣ୍ଡା କେନାଲ ପରିଦର୍ଶନ କରି ଏହାର ରୂପାନ୍ତର କାର୍ଯ୍ୟ ବୁଲି ଦେଇଥିଲେ । ଏହି ତାଳଦଣ୍ଡା କେନାଲ କୂଳରେ ବୁଲା ବିକାଳୀ ମାନେ ଯେଭଳି ନ ବସିବେ, ସେମାନଙ୍କ ପାଇଁ କଟକ ମ୍ୟୁନିସିପାଲଟି କର୍ପୋରେସନ ପକ୍ଷରୁ ଅର୍ବାନ ହାଟ ନିର୍ମାଣ କରାଯାଉଛି। ଏହି କାମ ଡିସେମ୍ବର ୨୦୨୨ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।

ଭବିଷ୍ୟତର ପାର୍କିଂ ଆବଶ୍ୟକତାକୁ ଦୃଷ୍ଟିରେ ରଖି Buffer Zone ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । ମାଲପରିବହନ କରୁଥିବା ବଡ ବଡ ଯାନ ଗୁଡିକର ପାର୍କିଂ ପାଇଁ ରେଲୱେ ଠାରୁ ଅଧିକ ଜମି ନେବା ପାଇଁ ସେ ପରାମର୍ଶ ଦେଇଥିଲେ । ସ୍ଥାନୀୟ ଲୋକ ତଥା ବୁଲା ବିକାଳୀ ମାନେ ଯେପରି ତାଳଦଣ୍ଡା କେନାଲରେ ଅଳିଆ ଆବର୍ଜନା ନ ପକାଇବେ, ସେଥିପାଇଁ ସେମାନଙ୍କୁ ସଚେତନ କରିବା ସହିତ କେନାଲ ରାସ୍ତାରେ ଥିବା ସମସ୍ତ ଇଲେକ୍ଟ୍ରି ସବ୍‌ଷ୍ଟେସନ, ପାଣି ପାଇପ ତଥା ନର୍ଦ୍ଦମାଜଳ ପାଇପ ସଂପୂର୍ଣ୍ଣ ଭାବରେ ତୁରନ୍ତ ସ୍ଥାନାନ୍ତକରଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।

୩.୫ କିଲୋମିଟର ପରିବ୍ୟାପ୍ତ ତାଳଦଣ୍ଡା କେନାଲ ରାସ୍ତାର ବିକାଶ କାମକୁ ଜାତୀୟ ରାଜପଥ ୧୬ ଅତିକ୍ରମ କରି କଟକ ସହର ଶେଷ ସୀମା ପର୍ଯ୍ୟନ୍ତ ବିକଶିତ କରିବା ପାଇଁ ୫-ଟି ସଚିବ ପରାମର୍ଶ ଦେଇଥିଲେ । ସେହିପରି ବିଭିନ୍ନ ଜାଗାରେ ଥିବା ସେତୁ ନିକଟସ୍ଥ ସଂଯୋଗକାରୀ ରାସ୍ତା ପ୍ରଶସ୍ତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ରେଲୱେ ଜମି ନିକଟରେ ଥିବା ଜଳାଶୟର ସଂରକ୍ଷଣ ଓ ବିକାଶ ଉପରେ ସେ ଗୁରୁତ୍ବାରୋପ କରିଥିଲେ । ଏତଦ୍‌ବ୍ୟତୀତ କେନାଲ ରୋଡର Landscaping, ତାର ରକ୍ଷଣାବେକ୍ଷଣ ଓ ପରିଚ୍ଛନ୍ନତା ସର୍ବାଧିକ ଗୁରୁତ୍ବପୂର୍ଣ୍ଣ ବୋଲି ଶ୍ରୀ ପାଣ୍ଡିଆନ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ ଯେ ଜୋବ୍ରାରୁ ରାଣୀହାଟ ପର୍ଯ୍ୟନ୍ତ ଦେଢ କିଲୋମିଟର ରାସ୍ତାର landscaping ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୦ ଅକ୍ଟୋବରରେ ଉଦ୍‌ଘାଟିତ କରିଥିଲେ ।

ତାଳଦଣ୍ଡା କେନାଲ ଅତୀତରେ ଆମର ଜଳସେଚନ, ଜଳ ପରିବହନ ତଥା ଅର୍ଥନୈତିକ ବିକାଶରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା । ୧୮୬୨ ଖ୍ରୀଷ୍ଟାଦ୍ଦରେ ଏହା East India Company ଦ୍ବାରା ଖନନ ହୋଇଥିଲା।, ତେଣୁ ତାଳଦଣ୍ଡା କେନାଲର ଐତିହାସିକ ଗୁରୁତ୍ବ ସଂପର୍କରେ ଭବିଷ୍ୟତ ପୀଢିକୁ ଅବଗତ କରିବା ପାଇଁ ଏକ ସଂଗ୍ରହାଳୟ ଓ ପ୍ରଦର୍ଶନୀ ସ୍ଥଳ ବିକଶିତ କରିବାପାଇଁ ନିଷ୍ପତ୍ତି ହୋଇଥିଲା । ଏଥିରେ ତାଳଦଣ୍ଡା କେନାଲର ଇତିହାସ ଓ ବର୍ତ୍ତମାନର ବିକାଶ କାମ ସଂପର୍କିତ ଫଟୋଚିତ୍ର ଏଥିରେ ସ୍ଥାନୀତ ହେବ।

୫-ଟି ସଚିବଙ୍କ ସହିତ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଦାୟିତ୍ବରେ ଥିବା ଶ୍ରୀ ବିଶାଳ ଦେବ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ, କଟକ ଜିଲ୍ଲାପାଳ, ସିଡିଏର ଅଧ୍ୟକ୍ଷ ଏବଂ କଟକ ମ୍ୟୁନିସିପାଲଟି କମିଶନର, SCB Medical Collegeର ଅଧ୍ୟକ୍ଷ, ଅଧୀକ୍ଷକ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version