No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ସୋମବାର ) ଭୁବନେଶ୍ୱର :- ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି ।
ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନ୍ସନଭୋଗୀ ମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ । ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।

No Result
View All Result