ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ଓଡ଼ିଶା ତାଜା ନ୍ୟୁଜ (୨୯ ସେପ୍ଟେମ୍ବର ଗୁରୁବାର) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ରେ +୨ କଳା ଦ୍ଵିତୀୟ ବର୍ଷ ଛାତ୍ର ଛାତ୍ରୀ ପ୍ରଥମ ବର୍ଷ ର ଛାତ୍ର ଛାତ୍ରୀ ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ସମ୍ମାନୀତ ଅତିଥି ଭାବେ ନୂଆଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,

ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ୱାଇଁ,+୩ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ସାହୁ,ସମାଜ ସେବୀ ଶଙ୍କର୍ଷଣ ବେହେରା,ଅଧ୍ୟାପକ ମହେଶ୍ୱର ପ୍ରଧାନ,ଅଧ୍ୟାପିକା ମଧୁଲିତା ପଟ୍ଟନାୟକ ପ୍ରମୁଖ ମଞ୍ଚାସିନ ଥିଲେ । ମଞ୍ଚାସିନ ଅତିଥି ମାନେ ଛାତ୍ର ଛାତ୍ରୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିବା ସହିତ ପାଠ ପଢ଼ି ସୁନାମ ଅର୍ଜନ କରିବା ପାଇଁ ଉପଦେଶ ଦେଇଥିଲେ । ଅଧ୍ୟାପକ ଜୟକୃଷ୍ଣ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ବିଜୟ କୁମାର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।