ସୁବର୍ଣ୍ଣ ଜୟନ୍ତୀ ସମାରୋହ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଯୋଗଦେଲେ ଦଶପଲ୍ଲା ବିଧାୟକ

ଓଡ଼ିଶା ତାଜା ନ୍ୟୁଜ ( ତାରିଖ ଆଶ୍ୱିନ ୨୦୨୨,ମଙ୍ଗଳବାର ) ନୂଆଗାଁ :- ପବିତ୍ର ମା ଦୁର୍ଗା ଙ୍କ ମହାନବମୀ ଉପଲକ୍ଷେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମହିପୁର ଗ୍ରାମ ପଞ୍ଚାୟତ ନୀଳାଦ୍ରି ପୁର ବସ୍ ଷ୍ଟାଣ୍ଡ ରେ ନୀଳାଦ୍ରିପୁର ଦୁର୍ଗାପୂଜା କମିଟି ଆନୁକୁଲ୍ୟରେ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଓ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ ।

ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ଜିଲ୍ଲା ପରିଷଦ ଙ୍କ ଦିଲ୍ଲୀପ କୁମାର ଦଳ ବେହେରା, ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ, ଢେଙ୍କେଣା ସରପଞ୍ଚ ଯୁଗଳ କିଶୋର ସାହୁ ,

ଗ୍ରାମ ସଭାପତି ସୁଦାମ ପ୍ରଧାନ,ସମ୍ପାଦକ ହାକିମ ଖାଁ ପ୍ରମୁଖ ଯୋଗ ଦେଇଥିଲେ । ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ସତ୍ୟ ନାରାୟଣ ସାହୁ । ସାମ୍ପ୍ରଦାୟିକ ସଦ୍ଭାବ ର ନିଦର୍ଶନ ହେଉଛି ମହିପୁର ଦଶହରା । ଯେଉଁଠି ହିନ୍ଦୁ ,ମୁସଲମାନ ମିଳିତ ଭାବେ ଦଶହରା ପୂଜା କରନ୍ତି । ଯାହାକି ନୂଆଗାଁ ବ୍ଲକ୍ ରେ ନିଆରା ।