ଓଡ଼ିଶା ତାଜା ନ୍ୟୁଜ (୦୯ ଅକ୍ଟୋବର,ରବିବାର ) ନୂଆଗାଁ :- ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ପଞ୍ଚାୟତରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଯାଇଛି । ଏହି ପଦଯାତ୍ରା ରେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା,ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଗଣିଆ ବ୍ଲକ୍ ଅଧ୍ୟକ୍ଷା ଝୁନା ଜେନା,
ପୂର୍ବତନ ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷ ଉପେନ୍ଦ୍ର ସାହୁ,ଏନ୍ ଏ ସି ଉପାଧ୍ୟକ୍ଷ,ନୂଆଗାଁ ବ୍ଲକ୍ ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ ,୧୭ ନଂ ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା, ୧୬ ନଂ ଜିଲ୍ଲା ପରିଷଦ ସଭ୍ୟା ଜସ୍ମିନ ଦାସ, ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ, ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ, ଛାତ୍ର ବିଜେଡ଼ି ସଭାପତି ସୁବ୍ରତ କୁମାର ପରିଡ଼ା,ଜିଲ୍ଲା ବିଜେଡ଼ି ଉପ ସଭାପତି ଗୋଲଖ ବିହାରୀ ଗୋଚ୍ଛାୟତ,ନାରୀନେତ୍ରୀ ରୁନୁବାଳା ମହାପାତ୍ର ,ନୂଆଗାଁ ସରପଞ୍ଚ ଙ୍କ ପ୍ରତିନିଧି ପଦ୍ମନାଭ ପରିଡ଼ା,
ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପ୍ରଚେଷ୍ଟା ପାଇଁ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ କିପରି ବିକାଶ ପଥେ ଅଗ୍ରସର ହେବାରେ ଲାଗିଛି ସେ ସମ୍ପର୍କରେ ଲୋକ ପ୍ରତିନିଧି,ବିଜେଡ଼ି କର୍ମୀ ମାନେ ,ସଂଗଠକ ମାନେ କହିଥିଲେ ।ଏପରିକି ଏଭଳି ବିଧାୟକ ପାଇ ଆମେ ଗର୍ବିତ ବୋଲି କହିଥିଲେ । ଆଗାମୀ ଦିନରେ ନୂଆଗାଁ ବ୍ଲକ୍ ର ବିଭିନ୍ନ ପଞ୍ଚାୟତ ରେ ବିଜେଡ଼ି ର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ ।

© 2023 Odisha Taza News.