• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଶହୀଦ ବାଜିରାଉତ ଓ ଲୋକନାୟକ ଜୟପ୍ରକାଶଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
October 11, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଶହୀଦ ବାଜିରାଉତ ଓ ଲୋକନାୟକ ଜୟପ୍ରକାଶଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ଅକ୍ଟୋବର,ମଙ୍ଗଳବାର ) ଭୁବନେଶ୍ୱର :- ସ୍ୱାଧୀନତା ସଂଗ୍ରାମରେ ଶହୀଦ ବାଜିରାଉତଙ୍କ ତ୍ୟାଗ ଓ ସାହସର ପଟାନ୍ତର ନାହିଁ । ପ୍ରଜାମଣ୍ଡଳ ଆନ୍ଦୋଳନ ସମୟରେ ବି୍ରଟିଶ ଫୌଜଙ୍କ ଗୁଳିରେ ପ୍ରାଣବଳୀ ଦେଇଥିବା ବାଜିରାଉତ ଦେଶର କନିଷ୍ଠତମ ଶହୀଦ ଭାବରେ ସ୍ମରଣୀୟ । ଅନୁରୂପ ଭାବରେ ଲୋକନାୟକ ଜୟପ୍ରକାଶ ନାରାୟଣ ସ୍ୱାଧୀନତା ସଂଗ୍ରାମ, ଭୂଦାନ ଆନ୍ଦୋଳନ ଏବଂ ‘ସଂପୂର୍ଣ୍ଣ କ୍ରାନ୍ତି’ର ଅନ୍ୟତମ ନାୟକ ଭାବରେ ଅତୁଳନୀୟ ଅବଦାନ ରଖିଯାଇଛନ୍ତି । ସମାଜବାଦୀ ଆଦର୍ଶ ଓ ସାମାଜିକ ନ୍ୟାୟର ପ୍ରତିଷ୍ଠା ନିମନ୍ତେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଅବଦାନ ଅବିସ୍ମରଣୀୟ ବୋଲି ଅତିଥିମାନେ ମତପ୍ରକାଶ କରିଛନ୍ତି ।

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ଶହୀଦ ବାଜିରାଉତଙ୍କ ଶ୍ରାଦ୍ଧ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଇସ୍ପାତ ଓ ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ତତ୍‌କାଳୀନ ଓଡ଼ିଶାରେ ରାଜତନ୍ତ୍ର ଓ ବି୍ରଟିଶ ଶାସନ ବିରୁଦ୍ଧରେ ଗଡ଼ଜାତ ଆନ୍ଦୋଳନ ଓ ପ୍ରଜାମଣ୍ଡଳର ଭୂମିକା ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟାୟ ବିରୁଦ୍ଧରେ ଆନ୍ଦୋଳନ ଓ ଦେଶଭକ୍ତିର ପ୍ରତୀକ ଥିଲେ ବାଜି ରାଉତ ବୋଲି ସେ କହିଥିଲେ । ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଥିଲେ ଯେ ଜୟପ୍ରକାଶ ନାରାୟଣ ଧନୀ ଓ ଗରିବଙ୍କ ମଧ୍ୟରେ ତଫାତ୍‌କୁ ହ୍ରାସ କରିବା, କ୍ଷମତା ଲିପ୍‌ସୁ ନହୋଇ ଦେଶର ସେବାରେ ନିଜକୁ ବ୍ରତୀ କରିବାକୁ ଚାହୁଁଥିଲେ ।

ଦେଶ ସ୍ୱାଧୀନ ହେଲେ ସମସ୍ତେ ସମାନ ସୁବିଧା ଓ ସମାନ ଅଧିକାର ପାଇବେ ବୋଲି ଜୟପ୍ରକାଶ ଯେଉଁ ସ୍ୱପ୍ନ ଦେଖିଥିଲେ, ସେହି ସାମ୍ୟବାଦର ଆବଶ୍ୟକତା ଏବେ ବି ରହିଛି । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଜୟପ୍ରକାଶ ନାରାୟଣ ଓ ବାଜି ରାଉତଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ସେ ଆହ୍ୱାନ ଦେଇଥିଲେ । ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସଂପାଦକ ଡ. ଲେନିନ୍‌ ମହାନ୍ତି ତାଙ୍କ ବକ୍ତବ୍ୟରେ ଶହୀଦ ବାଜିରାଉତଙ୍କ ଅନନ୍ୟ ବଳିଦାନ ଉତ୍ତରପିଢ଼ିଙ୍କ ପାଇଁ ଦୃଷ୍ଟାନ୍ତ ସୃଷ୍ଟି କରିଥିବାବେଳେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଗଣତନ୍ତ୍ରିକ ମୂଲ୍ୟବୋଧର ସୁରକ୍ଷା ନିମନ୍ତେ ସଂପୂର୍ଣ୍ଣ କ୍ରାନ୍ତିର ଆହ୍ୱାନ ଦେଇଥିଲେ ବୋଲି ମତ ପ୍ରକାଶ କରିଥିଲେ ।

ଉତ୍କଳ ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଅବସରପ୍ରାପ୍ତ ପ୍ରଫେସର ବ୍ରହ୍ମାନନ୍ଦ ଶତପଥୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ତତ୍‌କାଳୀନ ଇଂରେଜ ଶାସକଙ୍କର ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ବାଜିରାଉତଙ୍କର ସଂଗ୍ରାମୀ ଚିନ୍ତାଧାରା ଏବଂ ସାମାଜିକ ନ୍ୟାୟ ପ୍ରତିଷ୍ଠା ଓ ଦେଶର ସ୍ୱାର୍ଥ ପାଇଁ କ୍ରାନ୍ତିକାରୀ ବିପ୍ଳବ ଦିଗରେ ଜୟପ୍ରକାଶ ନାରାୟଣଙ୍କର ଭୂମିକା ସଂପର୍କରେ ତୁଳନାତ୍ମକ ବିଶ୍ଳେଷଣ କରିଥିଲେ । ଦେଶ ପାଇଁ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଜୀବନବ୍ୟାପୀ ସଂଗ୍ରାମ ଓ ଆଦର୍ଶ ସଂପର୍କରେ ଅଲୋକପାତ କରିବା ସହ ୧୨ ବର୍ଷର ବାଳକ ବାଜିରାଉତଙ୍କର ଦେଶ ପାଇଁ ଅବଦାନ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ସେ ପ୍ରକାଶ କରିଥିଲେ ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ କାର୍ଯ୍ୟକ୍ରମରେ ପୌରୋହିତ୍ୟ କରି ଇଂରେଜମାନଙ୍କ ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ବାଜିରାଉତଙ୍କ ତ୍ୟାଗ ଅପୂର୍ବ ଦେଶଭକ୍ତିର ପ୍ରମାଣ ବୋଲି କହିଥିଲେ । ସେହିପରି ଲୋକନାୟକ ଜୟପ୍ରକାଶ ନାରାୟଣ ଦୁର୍ନୀତି ଓ ଗଣତାନ୍ତ୍ରିକ ଶାସନରେ ସେ୍ୱଚ୍ଛାଚାରିତା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲେ ବୋଲି ସେ ପ୍ରକାଶ କରିଥିଲେ । ପ୍ରାରମ୍ଭରେ ଶହୀଦ ବାଜିରାଉତ ଏବଂ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଫଟୋଚିତ୍ରରେ ଅତିଥିମାନେ ମାଲ୍ୟାର୍ପଣ କରିଥିଲେ । ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସମେତ ବହୁ ବୁଦ୍ଧିଜୀବୀ ଓ ଗଣମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026

Rupa Dash conducts Workshops on Financial Freedom

Rupa Dash conducts Workshops on Financial Freedom

August 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version