• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାମନଗର ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀ

Proprietor Abhimanyu Maharana by Proprietor Abhimanyu Maharana
October 18, 2022
in ଓଡ଼ିଶା, ଭଦ୍ରକ, ମହାନଗର, ରାଜନୀତି, ହୋମ୍
0
ଧାମନଗର ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅକ୍ଟୋବର ସୋମବାର) ଭୁବନେଶ୍ୱର :- ୪୬-ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ନିମନ୍ତେ ଆଜି ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିବସ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟସୀମା ମଧ୍ୟରେ ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ମୋଟ ୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ କୌଣସି ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ପ୍ରକାଶ କରିଛନ୍ତି । ପ୍ରାର୍ଥୀପତ୍ର ଯାଞ୍ଚବେଳେ ଜଣେ ପ୍ରାର୍ଥୀଙ୍କର ନାମାଙ୍କନ ନାକଚ ହୋଇଥିଲା ଓ ସମୁଦାୟ ୫ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର କାଏମ୍‌ ରହିଥିଲା ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

ଶେଷରେ ୫ ଜଣ ପ୍ରାର୍ଥୀ ଯଥା ବିଜୁ ଜନତା ଦଳର ଅବନ୍ତୀ ଦାସ, ଭାରତୀୟ ଜାତୀୟ କଂଗ୍ରେସର ବାବା ହରେକୃଷ୍ଣ ସେଠୀ, ଭାରତୀୟ ଜନତା ପାର୍ଟିର ସୂର୍ଯ୍ୟବଂଶୀ ସୂରଜ, ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର କୁମାର ଦାସ ଉପନିର୍ବାଚନ ଲଢ଼ିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏଥର ଉପନିର୍ବାଚନରେ ଦୃଷ୍ଟିବାଧିତ ଭୋଟରମାନଙ୍କ ପାଇଁ ଡମି ବ୍ରେଲି ବାଲାଟ୍‌ ପେପରର ସୁବିଧା କରାଯାଇଛି ଓ ୮୦ ବର୍ଷରୁ ଊଦ୍ଧ୍ୱର୍ ଭୋଟର ଓ ଦିବ୍ୟାଙ୍ଗ ଭୋଟରମାନଙ୍କ ନିମନ୍ତେ ମତଦାନ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ଜଣାଇଛନ୍ତି ।

ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ସୁଦ୍ଧା ୪୬-ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟରଙ୍କ ସଂଖ୍ୟା ହେଉଛି ୨,୩୮,୪୧୭ ଓ ସମୁଦାୟ ବୁଥ୍‌ ସଂଖ୍ୟା ହେଉଛି ୨୫୨ । ସମୁଦାୟ ୮୦ ବର୍ଷରୁ ଊଦ୍ଧ୍ୱର୍ ଓ ଦିବ୍ୟାଙ୍ଗ ଭୋଟର ୧୨,୧୬୨ ଜଣଙ୍କ ମଧ୍ୟରୁ ୫୦୫ ଜଣ ଭୋଟର ପୋଷ୍ଟାଲ ବାଲାଟ ଜରିଆରେ ମତଦାନ କରିବା ପାଇଁ ସମ୍ମତି ପ୍ରଦାନ କରିଛନ୍ତି । ଇଭିଏମ୍‌ ଓ ଭିଭିପ୍ୟାଟ୍‌ ମେସିନ୍‌ର ପ୍ରଥମ ପର୍ଯ୍ୟାୟ ରାଣ୍ଡୋମାେଇଜେସନ୍‌ କାର୍ଯ୍ୟ ସମାପ୍ତ ହୋଇଛି ଓ ନଭେମ୍ବର ୧ ତାରିଖ ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟ ରାଣ୍ଡୋମାଇଜେସନ୍‌ କାର୍ଯ୍ୟ ସମାପ୍ତ ହେବ । ଗତ ଅକେଫାବର ୩ ତାରିଖଠାରୁ ସମଗ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ନିର୍ବାଚନ ମଣ୍ଡଳୀରେ କେତେକ ଜାଗାରେ ଏହାର ଉଲ୍ଲଂଘନ ହୋଇଥିବା ପରିଲକ୍ଷିତ ହୋଇଛି ।

ସର୍ବସାଧାରଣ କାନ୍ଥବାଡ଼ିରେ ୬୨୪ଟି ସ୍ଥାନରେ ପୋଷ୍ଟର, ବ୍ୟାନର ଓ ପେଣ୍ଟିଂ ହୋଇଥିବାବେଳେ ବ୍ୟକ୍ତିବିଶେଷଙ୍କ କାନ୍ଥବାଡ଼ରେ ୫୯ଟି ସ୍ଥାନରେ ପୋଷ୍ଟର, ବ୍ୟାନର ଓ ପେଣ୍ଟିଂ ହୋଇଥିବା ଜଣାଯାଇ ସଂପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୁଦ୍ଧରେ ଜିଲ୍ଲା ପ୍ରଶାସନ ଦ୍ୱାରା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୧୮୭ଟି ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବାବେଳେ ସିଆର୍‌ପିସି ଧାରା ଅନୁସାରେ ୧୧୬୭ ଜଣ ବ୍ୟକ୍ତିଙ୍କୁ ଅଟକ କରାଯାଇଛି ଓ ୫୩ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ଜାମିନ୍‌ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରାଯାଇଛି । ଉପନିର୍ବାଚନ ପରିପ୍ରେକ୍ଷୀରେ ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ କରାଯାଇ ୫୧ଟି କେସ୍‌ ରୁଜ୍ଜୁ କରାଯାଇଛି ଓ ୪୮ ଜଣ ଲୋକଙ୍କୁ ଗିରଫ କରାଯାଇଛି ।

ଏଥି ସହ ୧୦ ଲକ୍ଷ ୪୮ ହଜାର ୪୮୬ ଟଙ୍କାର ମଦ ଜବତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଧାମନଗର ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀ ଭୁବନେଶ୍ୱର, ତା.୧୭.୧୦.୨୦୨୨ରିଖ ୪୬-ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ନିମନ୍ତେ ଆଜି ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିବସ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟସୀମା ମଧ୍ୟରେ ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ମୋଟ ୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ କୌଣସି ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ପ୍ରକାଶ କରିଛନ୍ତି ।

ପ୍ରାର୍ଥୀପତ୍ର ଯାଞ୍ଚବେଳେ ଜଣେ ପ୍ରାର୍ଥୀଙ୍କର ନାମାଙ୍କନ ନାକଚ ହୋଇଥିଲା ଓ ସମୁଦାୟ ୫ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର କାଏମ୍‌ ରହିଥିଲା ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ଶେଷରେ ୫ ଜଣ ପ୍ରାର୍ଥୀ ଯଥା ବିଜୁ ଜନତା ଦଳର ଅବନ୍ତୀ ଦାସ, ଭାରତୀୟ ଜାତୀୟ କଂଗ୍ରେସର ବାବା ହରେକୃଷ୍ଣ ସେଠୀ, ଭାରତୀୟ ଜନତା ପାର୍ଟିର ସୂର୍ଯ୍ୟବଂଶୀ ସୂରଜ, ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ ଓ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର କୁମାର ଦାସ ଉପନିର୍ବାଚନ ଲଢ଼ିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏଥର ଉପନିର୍ବାଚନରେ ଦୃଷ୍ଟିବାଧିତ ଭୋଟରମାନଙ୍କ ପାଇଁ ଡମି ବ୍ରେଲି ବାଲାଟ୍‌ ପେପରର ସୁବିଧା କରାଯାଇଛି ଓ ୮୦ ବର୍ଷରୁ ଊଦ୍ଧ୍ୱର୍ ଭୋଟର ଓ ଦିବ୍ୟାଙ୍ଗ ଭୋଟରମାନଙ୍କ ନିମନ୍ତେ ମତଦାନ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି

ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ଜଣାଇଛନ୍ତି । ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ସୁଦ୍ଧା ୪୬-ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟରଙ୍କ ସଂଖ୍ୟା ହେଉଛି ୨,୩୮,୪୧୭ ଓ ସମୁଦାୟ ବୁଥ୍‌ ସଂଖ୍ୟା ହେଉଛି ୨୫୨ । ସମୁଦାୟ ୮୦ ବର୍ଷରୁ ଊଦ୍ଧ୍ୱର୍ ଓ ଦିବ୍ୟାଙ୍ଗ ଭୋଟର ୧୨,୧୬୨ ଜଣଙ୍କ ମଧ୍ୟରୁ ୫୦୫ ଜଣ ଭୋଟର ପୋଷ୍ଟାଲ ବାଲାଟ ଜରିଆରେ ମତଦାନ କରିବା ପାଇଁ ସମ୍ମତି ପ୍ରଦାନ କରିଛନ୍ତି । ଇଭିଏମ୍‌ ଓ ଭିଭିପ୍ୟାଟ୍‌ ମେସିନ୍‌ର ପ୍ରଥମ ପର୍ଯ୍ୟାୟ ରାଣ୍ଡୋମାେଇଜେସନ୍‌ କାର୍ଯ୍ୟ ସମାପ୍ତ ହୋଇଛି ଓ ନଭେମ୍ବର ୧ ତାରିଖ ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟ ରାଣ୍ଡୋମାଇଜେସନ୍‌ କାର୍ଯ୍ୟ ସମାପ୍ତ ହେବ ।

ଗତ ଅକେଫାବର ୩ ତାରିଖଠାରୁ ସମଗ୍ର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ନିର୍ବାଚନ ମଣ୍ଡଳୀରେ କେତେକ ଜାଗାରେ ଏହାର ଉଲ୍ଲଂଘନ ହୋଇଥିବା ପରିଲକ୍ଷିତ ହୋଇଛି । ସର୍ବସାଧାରଣ କାନ୍ଥବାଡ଼ିରେ ୬୨୪ଟି ସ୍ଥାନରେ ପୋଷ୍ଟର, ବ୍ୟାନର ଓ ପେଣ୍ଟିଂ ହୋଇଥିବାବେଳେ ବ୍ୟକ୍ତିବିଶେଷଙ୍କ କାନ୍ଥବାଡ଼ରେ ୫୯ଟି ସ୍ଥାନରେ ପୋଷ୍ଟର, ବ୍ୟାନର ଓ ପେଣ୍ଟିଂ ହୋଇଥିବା ଜଣାଯାଇ ସଂପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୁଦ୍ଧରେ ଜିଲ୍ଲା ପ୍ରଶାସନ ଦ୍ୱାରା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୧୮୭ଟି ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବାବେଳେ ସିଆର୍‌ପିସି ଧାରା ଅନୁସାରେ ୧୧୬୭ ଜଣ ବ୍ୟକ୍ତିଙ୍କୁ ଅଟକ କରାଯାଇଛି ଓ ୫୩ ଜଣ ବ୍ୟକ୍ତିଙ୍କ ବିରୁଦ୍ଧରେ ଜାମିନ୍‌ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରାଯାଇଛି ।

ଉପନିର୍ବାଚନ ପରିପ୍ରେକ୍ଷୀରେ ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ କରାଯାଇ ୫୧ଟି କେସ୍‌ ରୁଜ୍ଜୁ କରାଯାଇଛି ଓ ୪୮ ଜଣ ଲୋକଙ୍କୁ ଗିରଫ କରାଯାଇଛି । ଏଥି ସହ ୧୦ ଲକ୍ଷ ୪୮ ହଜାର ୪୮୬ ଟଙ୍କାର ମଦ ଜବତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version