• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାମନଗରରେ ମାତୃଶକ୍ତି ଓ ଯୁବଶକ୍ତି ବିଜେପିକୁ ବିଜୟୀ କରିବ – ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
October 29, 2022
in ଓଡ଼ିଶା, ଭଦ୍ରକ, ମହାନଗର, ରାଜନୀତି, ହୋମ୍
0
ଧାମନଗରରେ ମାତୃଶକ୍ତି ଓ ଯୁବଶକ୍ତି ବିଜେପିକୁ ବିଜୟୀ କରିବ – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

ଧାମନଗର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ବିଶାଳ ପଦଯାତ୍ରା ଓ ଶୋଭାଯାତ୍ରା

• ଧାମନଗରର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀଙ୍କ ପାଇଁ କଲେ ପ୍ରଚାର
• ଦୋବଲ ବଜାର,ଧାମନଗର ଏନଏସି,କୋଠାର, ଅସୁରାଳୀ ଓ ଶହୀଦ ନଗରରେ ପଦଯାତ୍ରା ଓ ଶୋଭାଯାତ୍ରା କଲେ କେନ୍ଦ୍ରମନ୍ତ୍ରୀ
• ମାଆ ଓ ଯୁବ ଭୋଟରମାନେ ବିଜେପିକୁ ଭୋଟ୍ ଦେଇ ଶାସକ ଦଳର ଅହଙ୍କାର ଭାଙ୍ଗିବେ
• ବିଷ୍ଣୁ ଭାଇଙ୍କ ଲୋକପ୍ରିୟତା ଆଗରେ ଶାସକ ଦଳର ଅପପ୍ରଚାର କାମ ଦେବ ନାହିଁ
• ଧାମନଗର ଉପନିର୍ବାଚନରେ ଜନଆସ୍ଥା ବିଜେପିକୁ ବଡ଼ ବିଜୟ ଦେବ
• ପ୍ରଚାରବେଳେ ସ୍ୱାଭିମାନୀ ଧାମନଗରବାସୀଙ୍କୁ ବିପୁଳ ଜନସମର୍ଥନ ପାଇଁ ଧନ୍ୟବାଦ
• ‘ମହତାବ ସେବା ସଦନ’ ଠାରେ ମହତାବ ଏବଂ କଲାମଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେଲେ
• ‘ସାଗର ଭୂୟାଁ ଶିଶୁ ଉଦ୍ୟାନ’ରେ ସଂଗ୍ରାମୀ ସାଗର ଭୂୟାଁଙ୍କ ପବିତ୍ର ସ୍ମୃତି ପୀଠ ଓ ଶହୀଦ ନଗର ସ୍ଥିତ ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ

ଓଡ଼ିଶା ତାଜା ନ୍ୟୁଜ (୨୮ ଅକ୍ଟୋବର ଶୁକ୍ରବାର ) ଧାମନଗର/ଭୁବନେଶ୍ୱର :- ଧାମନଗରରେ ମାତୃଶକ୍ତି ଓ ଯୁବଶକ୍ତି ଆମ ଦଳ ବିଜେପିକୁ ବିଜୟୀ କରିବ । ଏହି ଉପନିର୍ବାଚନରେ ଜନଆସ୍ଥା ଦ୍ୱାରା ବିଜେପିର ବଡ଼ ବିଜୟ ହେବ ବୋଲି ଶୁକ୍ରବାର ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ବିଶାଳ ପଦଯାତ୍ରା ଓ ଶୋଭାଯାତ୍ରା କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ଧାମନଗର ନିର୍ବାଚନମଣ୍ଡଳୀର ଦୋବଲ ବଜାରରୁ ପ୍ରଥମେ ପଦଯାତ୍ରା ଆରମ୍ଭ କରିଥିଲେ । ପରେ ଧାମନଗର ଏନଏସିର ମେଡିକାଲ ବଜାର, କୋଠାର ଗ୍ରାମ ପଞ୍ଚାୟତର କୋଠାର ଛକ, ଅସୁରାଳୀ ଓ ଶହୀଦ ନଗରରେ ନିର୍ବାଚନୀ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥୀ ସୂରଜଙ୍କୁ ଭୋଟ୍ ଦେବା ପାଇଁ ନାଗରିକଙ୍କୁ ନିବେଦନ କରିଥିଲେ । ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ସ୍ୱାଭିମାନୀ ଧାମନଗର ଜନତାଙ୍କ ବିଜେପି ପ୍ରତି ଆସ୍ଥା ଅବର୍ଣ୍ଣନୀୟ । ଧାମନଗରର କୋଣ ଅନୁକୋଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଜନତାଙ୍କ ଆସ୍ଥା ବଢ଼ିଛି । ଆଜିର ପଦଯାତ୍ରାରେ ଦିବଙ୍ଗତ ବିଷ୍ଣୁ ସେଠୀ, ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଓ ବରିଷ୍ଠ ନେତା ମନମୋହନ ସାମଲଙ୍କ ପ୍ରତି ଥିବା ଶ୍ରଦ୍ଧା ପ୍ରତିଫଳିତ ହୋଇଛି । ବିଶେଷ ଭାବରେ ମାଆ ମାନେ ରାସ୍ତାକୁ ଆସି ଦଳ ପ୍ରତି ଆସ୍ଥାପ୍ରକଟ କରିଥିବା ବେଳେ ଯୁବଶକ୍ତି ସହଯୋଗୀ ହୋଇଛନ୍ତି ।ସ୍ୱର୍ଗତ ବିଷ୍ଣୁ ଭାଇ ଏ ଅଞ୍ଚଳର ଦରଦୀ, ପରିଶ୍ରମୀ ଓ ପାରଦର୍ଶୀ ନେତା ଥିଲେ । ତାଙ୍କର ଲୋକପ୍ରିୟତା ଓ ବିଜେପି ପ୍ରତି ଥିବା ଧାମନଗରବାସୀଙ୍କ ବିଶ୍ୱାସ ଆଗରେ ଶାସକ ଦଳର ଅପପ୍ରଚାର କାମ ଦେବ ନାହିଁ । ଧାମନଗରର ଜନତା ପୁନର୍ବାର ଭାରତୀୟ ଜନତା ପାର୍ଟିକୁ ଜିତାଇବେ ଓ ମୋଦି ସରକାରଙ୍କ ବିକାଶରେ ଭାଗିଦାରୀ ହେବେ । ରାଜ୍ୟରେ ଦୀର୍ଘ ୨୨ ବର୍ଷର ଶାସନରେ ସ୍ୱାସ୍ଥ୍ୟ, ଶିକ୍ଷା, ରୋଜଗାର ଓ ଲୋକମାନଙ୍କ ପାଇଁ ଅନେକ ମୌଳିକ ସୁବିଧା ନାହିଁ । ଧାମନଗରର ଲୋକମାନେ ଦାଦନ ଖଟିବାକୁ ଯାଉଛନ୍ତି । ରାଜ୍ୟରେ ଶାସକ ଦଳ ପ୍ରତି ଆଉ ଜନସମର୍ଥନ ନାହିଁ । ଏଥିପାଇଁ ବିଭିନ୍ନ ଅପପ୍ରଚାର କରାଯାଇ ନିର୍ବାଚନକୁ ପ୍ରଭାବିତ କରିବାର ଅପଚେଷ୍ଟା କରାଯାଉଛି । ପ୍ରଜାତନ୍ତ୍ରରେ ଅହଙ୍କାର କରିବା ଠିକ୍ ନୁହେଁ । ଦୁର୍ଯ୍ୟୋଧନ ଓ ରାବଣର ଅହଙ୍କାରଙ୍କୁ ବାନର ସେନା ପରାଜିତ କରିଥିଲେ । ମାଆ ଓ ଯୁବ ଭୋଟରମାନେ ବିଜେପିକୁ ଭୋଟ୍ ଦେଇ ଶାସକ ଦଳର ଅହଙ୍କାର ଭାଙ୍ଗିବେ । ଜନଆସ୍ଥା ଦ୍ୱାରା ଏହି ଉପନିର୍ବାଚନରେ ବିଜେପିର ବଡ଼ ବିଜୟୀ ହେବ । ଅତୀତରେ ସ୍ୱାଧୀନତା ସଂଗ୍ରାମର ପବିତ୍ର କ୍ଷେତ୍ର ଧାମନଗର ପୁର୍ନବାର ଏକବିଂଶ ଶତାବ୍ଦୀରେ ନୂଆ ଇତିହାସ ରଚିବ ବୋଲି ଶ୍ରୀ ପ୍ରଧାନ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ।ନିର୍ବାଚନ ପ୍ରଚାର ସମୟରେ ଶ୍ରୀ ପ୍ରଧାନ ଧାମନଗର ଏନଏସି ସ୍ଥିତ ‘ମହତାବ ସେବା ସଦନ’ ପରିସରରେ ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଡା. ହରେକୃଷ୍ଣ ମହତାବ ଏବଂ ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ‘ସାଗର ଭୂୟାଁ ଶିଶୁ ଉଦ୍ୟାନ’ ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସାଗର ଭୂୟାଁଙ୍କ ପବିତ୍ର ସ୍ମୃତି ପୀଠ ଓ ଶହୀଦ ନଗର ସ୍ଥିତ ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।ଧାମନଗର ଯିବାବେଳେ କେନ୍ଦ୍ରମନ୍ତ୍ରୀଙ୍କୁ ଚଣ୍ଡିଖୋଲ, ଧର୍ମଶାଳା, କୂଆଖିଆ, ପାଣିକୋଇଲି, ଧାମନଗର ସମେତ ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତା ଓ ନାଗରିକଙ୍କ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଆସନ୍ତାକାଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ତିହିଡି ବ୍ଲକର ପାଳିଆ ବଜାର, ଗଉମାଳା ଓ ବୋଡାକ ଠାରେ ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version