ଓଡ଼ିଶା ତାଜା ନ୍ୟୁଜ (୨୯ ଅକ୍ଟୋବର ଶନିବାର ) ଭୁବନେଶ୍ୱର :- ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମଟର ଚାଳକ ଏବଂ ମଟର କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନୂଆ ପ୍ରଚେଷ୍ଟା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଲୋକସେବା ଭବନ ସଭାଗୃହରେ ଆୟୋଜିତ ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଏ ସମ୍ବନ୍ଧିତ ଆର୍ଥିକ ଓ ଆଇନଗତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ । ବୈଠକରେ ଉପସ୍ଥିତ ପ୍ରସ୍ତାବଗୁଡିକୁ ବିଚାରକରି ମଟର କର୍ମଚାରୀ କଲ୍ୟାଣ ସମଗ୍ରିକ ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ । ଏଥି ପାଇଁ ଓଡ଼ିଶା ମୋଟର ଟ୍ରାନ୍ସ୍ପୋର୍ଟ କର୍ମଚାରୀ ନିୟମ ପରିପ୍ରେକ୍ଷୀରେ ଏକ ସବିଶେଷ ଚିଠା-କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । ମଟର କର୍ମଚାରୀମାନଙ୍କ କଲ୍ୟାଣ କାର୍ଯ୍ୟକ୍ରମ ନିମନ୍ତେ ଆବଶ୍ୟକ ହେଲେ ପ୍ରଚଳିତ ପୁରୁଣା ନିୟାମକରେ ଆବଶ୍ୟକୀୟ ସଂଶୋଧନ ଆଣିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ କହିଥିଲେ । ଆଇନ୍ ବିଭାଗ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ସମନ୍ୱିଭାବେ ପ୍ରସ୍ତାବ ସହ ସଂପୃକ୍ତ ଆଇନଗତ, ପ୍ରଶାସନିକ ଏବଂ ଆର୍ଥିକ ଦିଗକୁ ଅନୁଧ୍ୟାନ କରି ଆସନ୍ତା ଏକ ସପ୍ତାହ ମଧ୍ୟରେ ଚିଠା-ପ୍ରସ୍ତାବ ପ୍ରସ୍ତୁତ କରିବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଘରୋଇ ଓ ଅଣ-ସଂଗଠିତ ପରିବହନ ସଂସ୍ଥା ପ୍ରଭୃତିରେ କାମ କରୁଥିବା ଚାଳକ ଓ କର୍ମଚାରୀମାନଙ୍କର ସଂଙ୍ଖ୍ୟା ଆକଳନ କରିବା ପାର୍ଇ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପରିବହନ ଆୟୁକ୍ତ ଶ୍ରୀ ଅରୁଣ ବୋଥ୍ରାଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶ୍ରମ ଓ କର୍ମଚାରୀ ରାଜ୍ୟ-ବୀମା ବିଭାଗ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍, ଶ୍ରମ ଆୟୁକ୍ତ ଡ଼ାକ୍ତର ଥିରୁମାଲା ନାୟକ ମଧ୍ୟ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ ।